ତାତିରୁ ମିଳିଛି ତ୍ରାହି, ୧୨ ଯାଏଁ ଗ୍ରୀଷ୍ମ ପ୍ରବାହ ନାହିଁ !
by Argus News
Thu, May 09 | 11:35 a.m.

ଅର୍ଗସ ବ୍ୟୁରୋ:  ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ଯୋଗୁ ତାତିରୁ ତ୍ରାହି ମିଳିଛି । ଆସନ୍ତା ୧୨ ତାରିଖ ପର୍ଯ୍ୟନ୍ତ ଗ୍ରୀଷ୍ମ ପ୍ରବାହ ସମ୍ଭାବନା ଦେଖାଯାଉନି । ସେହିପରି ଅନେକ ସ୍ଥାନରେ ଘଡଘଡି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ଆସନ୍ତା ୩ ଦିନ ଭିତରେ ରାଜ୍ୟରେ ତାପମାତ୍ରା ୪ରୁ ୬ ଡିଗ୍ରୀ କମିବା ନେଇ ସମ୍ଭାବନା ରହିଛି । ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ଜନିତ ବର୍ଷା ହୋଇଛି । କାଳବୈଶାଖୀ ଯୋଗୁ  ଆଜି ମଧ୍ୟ ତାପମାତ୍ରା କମ ରହିବା ନେଇ ଆକଳନ କରାଯାଇଛି । ଭୁବନେଶ୍ୱର ସମେତ ଆଭ୍ୟନ୍ତରୀଣ ଓଡିଶାରେ ବର୍ଷା ସମ୍ଭାବନା ଥିବାରୁ ତାପମାତ୍ରାରେ ବିଶେଷ ବୃଦ୍ଧି ଘଟିବ ନାହିଁ ବୋଲି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଜ୍ଞାନକେନ୍ଦ୍ର ଅକଳନ କରିଛି ।

ସକାଳେ ଖରା ଅପରାହ୍ନରେ ହେବ କାଳବୈଶାଖୀ । ଆସନ୍ତା 5 ଦିନ ପର୍ଯ୍ୟନ୍ତ ଏଭଳି ପାଗ ଲାଗିରହିବ।  ଖାସ କରି ଉପକୂଳ, ଉତ୍ତର ଓ ଆଭ୍ୟନ୍ତରୀଣ ଓଡ଼ିଶାର ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବରେ ବର୍ଷା ହେବାର ସମ୍ଭାବନା ରହୁଛି।  କିଛି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହୁଛି । ଏହାକୁ ନଜରରେ ରଖି ଆସନ୍ତା ଚାରିଦିନ ପର୍ଯ୍ୟନ୍ତ ୟେଲୋ ବାର୍ଣିଂ ଜାରି କରାଯାଇଛି । ମୟୁରଭଞ୍ଜ, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା ଆଦି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହୁଛି । ଟ୍ଵିନ ସିଟିରେ 40 ଡିଗ୍ରୀ ତଳେ ରହିବ ପାରଦ । ଅପରାହ୍ନରେ ବିଜୁଳି ଘଡଘଡି ସହିତ ବର୍ଷା ହେବ ତା ସାଙ୍ଗକୁ 40-50 କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହୁଛି । ସମୁଦ୍ରରୁ ଜଳୀୟବାଷ୍ପ ପୂର୍ଣ୍ଣ ବାୟୁ ସ୍ଥଳଭାଗକୁ ଆସୁଥିବା ଯୋଗୁଁ ବର୍ଷା ହେଉଛି । 
 

ଅଧିକ ପଢ଼ନ୍ତୁ ଓଡିଶା ଖବର:

ELECTION UPDATE
6m ago
ଝାରସୁଗୁଡ଼ାରେ ସର୍ବାଧିକ, ବଲାଙ୍ଗିରରେ ସର୍ବନିମ୍ନ ମତଦାନ
ଅର୍ଗସ ବ୍ୟୁରୋ: ରାଜ୍ୟରେ ଚାଲିଛି ଦ୍ୱିତୀୟ ପର୍ଯ୍ୟାୟ ମତଦାନ । ପୂର୍ବାହ୍ନ ୧୧ଟା ସୁଦ୍ଧା ୨୧.୦୭ ପ୍ରତିଶତ ମତଦାନ ହୋଇଛି । ସେହିପରି ଝାରସୁଗୁଡ଼ାରେ ସର୍ବାଧିକ ୨୫.୩୨% ଭୋଟିଂ ହୋଇଛି
ଚିଲିକା ଆସିବେ
26m ago
ଚିଲିକା ଆସିବେ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟ ନାଥ
ଅର୍ଗସ ବ୍ୟୁରୋ: ପୁରୀ ସଂସଦୀୟ କ୍ଷେତ୍ର ଚିଲିକା ବିଧାନସଭା କ୍ଷେତ୍ରକୁ ଆସନ୍ତା ୨୩ ତାରିଖରେ ଆସିବେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ। ବିଜେପି ପାଇଁ କରିବେ ପ୍ରଚାର
ELECTION UPDATE
34m ago
ଶଙ୍ଖ ଚିହ୍ନରେ ଭୋଟଦିଅ, ନହେଲେ ରାସନକାର୍ଡ ଓ ବିଜୁସ୍ବାସ୍ଥ କାର୍ଡ କାଟିଦେବୁ
ରାୟଗଡା: ଶଙ୍ଖ ଚିହ୍ନରେ ଭୋଟଦିଅ ନହେଲେ ତୁମର ରାସନକାର୍ଡ ଓ ବିଜୁସ୍ବାସ୍ଥ କାର୍ଡ କାଟିଦେବୁ ବୋଲି ଖୁଲମ ଖୁଲା ଧମକ ଦେଉଛନ୍ତି ଜଣେ ମହିଳା ବ୍ୟାଙ୍କ କର୍ମଚାରୀ । ଦେବଗଡ ଜିଲ୍ଲା ରିଆମା