ରାଜ୍ୟରେ ପୁଣି ଉପରମୁହାଁ ପାରଦ
by Argus News
Sat, Mar 23 | 4:51 p.m.

ଭୁବନେଶ୍ୱର: ରାଜ୍ୟରେ ପୁଣି ଉପରମୁହାଁ ପାରଦ । ମାର୍ଚ୍ଚ ଶେଷ ସୁଦ୍ଧା ତାପମାତ୍ରା 39 ଡିଗ୍ରୀ କିମ୍ବା 40 ଡିଗ୍ରୀ ଛୁଇଁବା ଆକଳନ କରିଛି ପାଣିପାଗ ବିଭାଗ । ରାଜ୍ୟରେ ପୁଣି ଫେରିଛି ଗ୍ରାଷ୍ମ ପ୍ରବାହ । ପାରଦ ଉପରମୁହାଁ ହେବା ସହ ବଢୁଛି ତାତି । ଏପରିକି କେତେକ ସହରରେ ତାପମାତ୍ରା 35 ରହିଛି ଡିଗ୍ରୀ ଉପରେ ।

ବର୍ତ୍ତମାନ ଓଡ଼ିଶା ଉପରେ ପାଣିପାଗର କୌଣସି ପ୍ରକାରର ନିର୍ଦ୍ଧିଷ୍ଟ ପ୍ରଭାବ ନଥିବାବେଳେ ଆସନ୍ତା 5 ଦିନ ପର୍ଯ୍ୟନ୍ତ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ଓ ଖରାଟିଆ ରହିବ । ସେହିପରି ୨୫ ତାରିଖ ଦିନ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲାର କିଛିକାଂଶରେ କାଳବୈଶାଖୀ ଜନିତ ହାଲୁକା  ବର୍ଷା ହୋଇପାରେ ।

ସେହିପରି ୨୬ ତାରିଖରେ ମଧ୍ୟ କେନ୍ଦୁଝର, ମୟୂରଭଞ୍ଜ ,ବାଲେଶ୍ୱର,ଭଦ୍ରକ, ଯାଜପୁର ରେ ବର୍ଷା ସମ୍ଭାବନା ରହିଛି । ଆଗାମୀ ୪ ଦିନ ମଧ୍ୟରେ ଅଧିକାଂଶ ସ୍ଥାନରେ ଦିନ ତାପମାତ୍ରା ୩ ଡିଗ୍ରୀ ରୁ ୫ ଡିଗ୍ରୀ ବୃଦ୍ଧି ପାଇବାର ସମ୍ଭାବନା ରହିଛି । ଏହାସହ ଆଭ୍ୟନ୍ତରୀଣ ଏବଂ ପଶ୍ଚିମ ଓଡ଼ିଶାର କିଛି ଅଞ୍ଚଳରେ ମାର୍ଚ୍ଚ ଶେଷ ବେଳକୁ ତାପମାତ୍ରା ୩୯ ଡିଗ୍ରୀ କିମ୍ବା ୪୦ ଡିଗ୍ରୀ ଛୁଇଁବା ଆକଳନ କରିଛି ପାଣିପାଗ ବିଭାଗ । ଏହାପରେ ଆଗକୁ ରାତିର ତାପମାତ୍ରାରେ ମଧ୍ୟ ବୃଦ୍ଧି ହେବ ।

ଆହୁରି ପଢନ୍ତୁ ପାଣିପାଗ ଖବର...
 

MODI
ବିଜେଡି ସରକାରକୁ ଧୋଇଦେଲେ ମୋଦି
ଅର୍ଗସ ବ୍ୟୁରୋ: ଓଡ଼ିଶାରେ ଶାସନ କରୁଛି କିଏ ? ନବୀନ ବାବୁ ସିଏମ ଅଛନ୍ତି ହେଲେ ସୁପର ସିଏମ ଅନ୍ୟ ଜଣେ । ରାଜ୍ୟର ସରକାର ଏବେ ପୂରା ଆଉଟ ସୋର୍ସିଂ ହୋଇଯାଇଛି । ଫୁଲବାଣୀ, ବଲାଙ୍ଗିର ପରେ କିଛ
CM NAVEEN PATNAIK
ବଲାଙ୍ଗିର ପହଞ୍ଚୁ ପହଞ୍ଚୁ ବର୍ଷିଲେ ମୋଦି, ବିଜେଡି ଯିବାର କାଉଣ୍ଟ ଡାଉନ୍‌ ଆରମ୍ଭ !
ଅର୍ଗସ ବ୍ୟୁରୋ : ଆକ୍ରମଣ ହେଲା ଆହୁରି ଶାଣିତ । ନବୀନଙ୍କ ନାଁନେଇ ପ୍ରଶ୍ନ ଉପରେ ପ୍ରଶ୍ନ କଲେ ମୋଦି । ପ୍ରଧାନମନ୍ତ୍ରୀଙ୍କ ପ୍ରଶ୍ନରେ ଥଥମମ ବିଜେଡି ନେତା । ମଂଚରେ ଚଢୁଚଢୁ ସିଧା କହିଲେ, ଏଥ
MODI
ନବୀନଙ୍କୁ ଧୋଇଲେ ମୋଦି : କହିଲେ, ବିନା କାଗଜରେ ୩୦ ଜିଲ୍ଲାର ନାଁ କହିପାରିବେନି
ଅର୍ଗସ ବ୍ୟୁରୋ: ରତ୍ନଭଣ୍ଡାର ଚାବି ସମ୍ଭାଳିପାରୁନାହାନ୍ତି ସରକାର କଣ ସମ୍ଭାଳିବେ ? ଇଏ ଏମିତି ମୁଖ୍ୟମନ୍ତ୍ରୀ ଯିଏ କି, ବିନା କାଗଜରେ ନିଜ ଜିଲ୍ଲାର ନାଁ କହିପାରୁନାହାନ୍ତି କି ରାଜ୍ୟ