ଉପକୂଳରୁ ଦକ୍ଷିଣ ସବୁଠି ଜାରି ରହିଛି ବର୍ଷା...
by Argus News
Thu, Jul 04 | 6:16 p.m.

ଭୁବନେଶ୍ୱର: ରାଜ୍ୟରେ ଜାରି ରହିଛି ବର୍ଷା । ଉପକୂଳରୁ ଦକ୍ଷିଣ ସବୁଠି ଜାରି ରହିଛି ବର୍ଷା । ଆଗାମୀ ୪ ଦିନ ଧରି ରାଜ୍ୟର କିଛି କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତା ୬ ତାରିଖ ବେଳକୁ ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଘୂର୍ଣ୍ଣିବଳୟ । ଯାହାର ପ୍ରଭାବରେ ୬ ଏବଂ ୭ ତାରିଖ ବେଳକୁ କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଆଂଚଳିକ ପାଣିପାଗ କେନ୍ଦ୍ର । 

ଓଡିଶାରେ ଆଗାମୀ ୫ ଦିନ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ । ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଦେବଗଡ଼, ଝାରସୁଗୁଡା, ଅନୁଗୁଳ, ସମ୍ବଲପୁର, ବରଗଡ଼, ବଲାଙ୍ଗୀର ,କଳାହାଣ୍ଡିରେ ଆଗାମୀ ୨୪ ଘଣ୍ଟା ପାଇଁ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣଂ ଜାରି କରାଯାଇଛି । 

ସେହିପରି ମୌସୁମୀ ସିଜିନ୍ ରେ ଏଯାଏଁ ରାଜ୍ୟରେ ୨୫ ପ୍ରତିଶତ ନିଅଣ୍ଟିଆ ବର୍ଷା ହୋଇଛି । ମାଲକାନଗିରି ଜିଲ୍ଲାରେ ସର୍ବାଧିକ ବର୍ଷା ହୋଇଥିବାବେଳେ ୧୧ ଜିଲ୍ଲାରେ ସ୍ବାଭାବିକ ରହିଛି ବର୍ଷା ପରିମାଣ । ମୟୂରଭଞ୍ଜ ଜିଲ୍ଲାରେ ସବୁଠୁ କମ୍ ବର୍ଷା ହୋଇଥିବା ବେଳେ ୧୭ ଜିଲ୍ଲାରେ ନିଅଣ୍ଟିଆ ବୃଷ୍ଟିପାତ ରେକର୍ଡ କରିଛି ପାଣିପାଗ ବିଭାଗ ।


 

SUDARSHAN
6m ago
ଚକ୍ରରାଜ ସୁଦର୍ଶନଙ୍କ ପହଣ୍ଡି ଆରମ୍ଭ
ଅର୍ଗସ ବ୍ୟୁରୋ: ଆଜି ବିଶ୍ବପ୍ରସିଦ୍ଧ ଘୋଷଯାତ୍ରା । ଶ୍ରୀଜିଉଙ୍କ ଅପେକ୍ଷାରେ ରଥ ଆଉ ଭକ୍ତ । ଶ୍ରୀମନ୍ଦିରର ସିଂହଦ୍ବାର ସମ୍ମୁଖରେ ଦଣ୍ଡାୟମା
SALMAN KHAN
15m ago
ସ୍ୱାମୀଙ୍କ କେକ୍‌ କାଟିବା ପରେ ପାଦ ଛୁଇଁଲେ ସାକ୍ଷୀ, ଭାଇରାଲ ହେଉଛି ଭିଡିଓ...
ଅର୍ଗସ ବ୍ୟୁରୋ: ପୂର୍ବତନ ଭାରତୀୟ ଅଧିନାୟକ ମହେନ୍ଦ୍ର ସିଂ ଧୋନି। ଆଜି ତାଙ୍କର ଜନ୍ମଦିନ। ୪୩ ବର୍ଷ ବୟସରେ ପାଦ ଥାପିଛନ୍ତି ମାହି। ସେ ତାଙ୍କ ଜନ୍ମଦିନକୁ ବଲିଉ
ବିଏମ୍ସି
40m ago
ଆଜିଠୁ ଏକ ମାସ ଧରି ଗଛ ଲଗାଇବ ବିଏମ୍ସି
ଭୁବନେଶ୍ବର : ଆଜିଠୁ ଏକ ମାସ ଧରି ଗଛ ଲଗାଇବ ବିଏମ୍ସି । ପାଖାପାଖି ୧ ଲକ୍ଷ ଗଛ ଲଗାଇବା । ୭୫ତମ ବନମହୋତ୍ସବ ଅବସରରେ ମା' ଙ୍କ ନାମରେ ଅଭିଯାନ ଆରମ୍ଭ କରିଛି ବିଏମ୍ସି । ଏହି ଅବସରର