ଶ୍ରୀମନ୍ଦିର ପରମ୍ପରାରେ ମେଣ୍ଢାପୋଡି ନୀତି କ'ଣ ?
by Argus News
Sun, Mar 24 | 8:08 a.m.

ପୁରୀ: ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ମେଣ୍ଢାପୋଡ଼ି ନୀତି । ପରମ୍ପରା ଅନୁସାରେ ଦୋଳପୂର୍ଣ୍ନିମା ପୂର୍ବଦିନ ଏହି ନୀତି ଅନୁଷ୍ଠିତ ହୋଇଥାଏ । ଆଜି ମଧ୍ୟାହ୍ନ ଧୂପ ପରେ ଆଜ୍ଞାମାଳ ପାଇ ଦୋଳବେଦୀକୁ ବିଜେ କରିବେ ଚଳନ୍ତି ପ୍ରତିମା । ଦୋଳଗୋବିନ୍ଦ, ଶ୍ରୀଦେବୀ, ଭୂଦେବୀ ଦୋଳବେଦୀକୁ ବିଜେ କରିବେ । 

ସେଠାରେ ଗଜପତିଙ୍କ ପ୍ରତିନିଧି ମୁଦିରସ୍ତଙ୍କ ଉପସ୍ଥିତିରେ ସ୍ୱତନ୍ତ୍ର ପୂଜାର୍ଚ୍ଚନା, ହୋମ,ଦେବନୀତି,ବନ୍ଦାପନା ପରେ ଭୋଗ ହେବ । ମାରୱାଡି ସଂପ୍ରଦାୟର ମହିଳାଙ୍କ ଦ୍ୱାରା ପୂର୍ବରୁ ସଂଗୃହିତ ଘଷିରେ ଅଗ୍ନି ସଂଯୋଗ କରାଯିବ । ହୋଲିକା ରାକ୍ଷାସୀକୁ ଦହନର ପ୍ରତିଫଳନ ସ୍ୱରୁପ ଏହି ମେଣ୍ଡାପୋଡି ନୀତି ଅନୁଷ୍ଠିତ ହୋଇଥାଏ। ଆସନ୍ତାକାଲି ପବିତ୍ର ଦୋଳପୂର୍ଣ୍ଣିମାରେ ଦୋଳବେଦୀରେ ମହାପ୍ରଭୁ ଭକ୍ତଙ୍କ ସହ ଝିମିରି ଫଗୁ ଓ ଅବିର ଖେଳିବା ସହ ସୁନାବେଶରେ ଲକ୍ଷାଧିକ ଭକ୍ତଙ୍କୁ ରତ୍ନସିଂହାସନରେ ଦର୍ଶନ ଦେବେ ।

ଆହୁରି ପଢନ୍ତୁ ଓଡିଶା ଖବର...

SHREE MANDIR
ଅନ୍ଧାରରେ ଶ୍ରୀମନ୍ଦିର, ସୁରକ୍ଷାକୁ ନେଇ ଉଠିଲା ପ୍ରଶ୍ନ
ଅର୍ଗସ ବ୍ୟୁରୋ : ଅନ୍ଧାରରେ ଶ୍ରୀମନ୍ଦିର । ଅନ୍ଧାରରେ ଶ୍ରଦ୍ଧାଳୁ । ପ୍ରାୟ ୧୫ ମିନିଟ୍ ଲାଇନ୍ କଟିବା ଯୋଗୁଁ ଶ୍ରୀମନ୍ଦିର ଭିତରେ ଅନ୍ଧାର । ପାୱର ଟ୍ରିପ୍ ଯୋଗୁଁ ଅନ୍ଧାର ହୋଇଥିବା ସୂଚନା
AAP LEADER
ମନୀଷ ସିସୋଦିଆଙ୍କ ବିଚାର ବିଭାଗୀୟ ହାଜତ ମେ’ ୨୧ ପର୍ଯ୍ୟନ୍ତ ବୃଦ୍ଧି
ଅର୍ଗସ ବ୍ୟୁରୋ : ମନୀଷ ସିସୋଦିଆଙ୍କ ନ୍ୟାୟିକ ହେପାଜତ ଅବଧି ବୃଦ୍ଧି । ଦିଲ୍ଲୀ ମଦ ଦୁର୍ନୀତି ମାମଲା ମାମଲାରେ ଗିରଫ ସିସୋଦିଆଙ୍କ ଜେଲ୍ ଅବଧି ମେ ୨୧ ଯାଏ ବୃଦ୍ଧି କରିଛନ୍ତି କୋର୍ଟ
BJP
ବିଜେପି ପ୍ରାର୍ଥୀଙ୍କୁ ପଦ୍ମ ଫୁଲରେ ଭୋଟ୍ ଦେବା ପାଇଁ କଲେ ନିବେଦନ
ଅର୍ଗସ ବ୍ୟୁରୋ : ଦେବଗଡ ସମେତ ଓଡ଼ିଶାରେ ରେଳ ଲାଇନ କାମରେ ଜମି ଅଧିଗ୍ରହଣରେ ରାଜ୍ୟ ସରକାର ବାଧକ ସାଜିଛନ୍ତି । ଓଡ଼ିଶାରେ ବିଜେପି ସରକାର ଆସିଲେ ଜମି ଅଧିଗ୍ରହଣ ସମସ୍ୟା ରହିବ ନାହିଁ । ଏଠାର