ଜନ୍ମାଷ୍ଟମୀରେ କଣ କହୁଛି ଆପଣଙ୍କ ରାଶିଫଳ: ସତର୍କ ରୁହନ୍ତୁ ଏହି ରାଶି!
by Argus News
Mon, Aug 26 | 8:47 a.m.

ଅର୍ଗସ ବ୍ୟୁରୋ: ଆଜି ହେଉଛି ପବିତ୍ର ଜନ୍ମାଷ୍ଟମୀ। କେମିତି କଟିବ ଆପଣଙ୍କ ଦିନ ସେନେଇ ଚିନ୍ତିତ କି? ତେବେ ତାହେଲେ ଚାଲନ୍ତୁ ଜାଣିବା ଆଜିର ଆପଣଙ୍କ ରାଶିଫଳ ବିଷୟରେ।

ମେଷ : ସ୍ୱାସ୍ଥ୍ୟ ସମସ୍ୟା ଉତ୍ପନ୍ନ ହୋଇପାରେ । ନୂତନ ଭାବରେ ଆରମ୍ଭ କରୁଥିବା କାର୍ଯ୍ୟରେ ବ୍ୟସ୍ତ ରହିବେ । ଅପେକ୍ଷା କରୁଥିବା ବନ୍ଧୁଙ୍କୁ ନପାଇ ବ୍ୟସ୍ତ ହୋଇ ପଡିବେ। ରାଜନୀତିରେ ସାଧାରଣ କଥାକୁ ନେଇ ବିରକ୍ତି ଭାବ ପ୍ରକାଶ କରିବେ । ରଚନାତ୍ମକ କାମରେ ଉଚ୍ଚ ପ୍ରଂଶସା ପାଇବେ । ପ୍ରଶାସନରେ ଥିବା ଲୋକଙ୍କ ସହ ସଂପର୍କ ସ୍ଥାପନ ହେବ।

ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର -  ସୂର୍ଯ୍ୟ ଦେବତାଙ୍କୁ ମନ୍ଦାର ଫୁଲ ଅର୍ପଣ କରନ୍ତୁ  

ବୃଷ-
ବିଶେଷ ସୂତ୍ରରୁ ଅର୍ଥ ଲାଭ କରିବେ। ଘରର ବାତାବରଣ ଶାନ୍ତିମୟ ରହିବ । ବିବାହ ସମ୍ବନ୍ଧୀୟ ସମସ୍ୟା ସମାଧାନ ହୋଇଯିବ । ସମାଧାନ ହୋଇ ପାରୁ ନ ଥିବା ଗୁରୁତ୍ୱପୂର୍ଣ୍ଣ ସମସ୍ୟା ସମାଧାନ ହୋଇଯିବ । ସମାଜ ସେବା ଓ ରାଜନୀତିରେ ସୁନାମ ଅର୍ଜନ କରିପାରବେ । 
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ପାଣିରେ ଟିକେ ହଳଦୀ ମିଶାଇ ଗାଧାନ୍ତୁ

ମିଥୁନ-
ପ୍ରେମ ଜୀବନ ଭଲ ରହିବ ।  ଉତ୍ପାଦନ ସହିତ ଜଡିତ ବ୍ୟବସାୟ ବୃଦ୍ଧି ପାଇବା ସହ କୌଣସି ସଂସ୍ଥାରୁ ସମ୍ମାନ ପାଇବାର ସମ୍ଭାବନା ଅଛି । ଜମି କ୍ରୟ କରି ଖୁସି ରହିବେ । ମହିଳା ମାନେ ପରିବାରରେ ପୁଷ୍ଟି ସାଧନ କରିବେ। କୌଣସି କଥାକୁ ନେଇ ଅଧିକ ଭାବୁକ ରହିବେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ମା' ତ୍ରିପୁରା ସୁନ୍ଦରୀଙ୍କ ମନ୍ତ୍ର ପାଠ କରନ୍ତୁ

କର୍କଟ-
ସ୍ୱାସ୍ଥ୍ୟ ସମସ୍ୟା ଉପନ୍ନ ହୋଇପାରେ ।  ଆବଶ୍ୟକୀୟ ଜିନିଷ ପାଇଁ ଅତ୍ୟଧିକ ବ୍ୟୟ କରିବାକୁ ପଡିପାରେ । ଅଦାଲତରୁ ଶୁଭଫଳ ପାଇବେ । ଧର୍ମକାର୍ଯ୍ୟରେ ଖର୍ଚ୍ଚ କରିପାରନ୍ତି । ନିଜର ଲକ୍ଷ୍ୟକୁ ନେଇ ଯାତ୍ରା ସମ୍ପନ୍ନ କରିବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ମା' ଭୁବନେଶ୍ବରୀ ଯନ୍ତ୍ରିକା ମହାକବଚ ଧାରଣ କରିପାରନ୍ତି

ସିଂହ-
ଛାତ୍ରଛାତ୍ରୀଙ୍କ ଲେଖାପଢାରେ ବାଧା ଦୂର ହେବ । ଆପଣଙ୍କର ବିଦେଶ ଭ୍ରମଣ ଯୋଗ ଅଛି । ବନ୍ଧୁଙ୍କୁ ଦେଇଥିବା ପ୍ରତିଶ୍ରୁତି ରଖିପାରିବେ ନାହିଁ । ଚାକିରି କ୍ଷେତ୍ରରେ ସହନଶୀଳତା ବଢିବ ଓ ପ୍ରଂଶସା ମିଳିବ । ରାଜନୀତିରେ କୌଣସି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକୁ ହାତକୁ ନେବେ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଓଁ ହ୍ରୀଂ ହ୍ରୀଂ ରାଂ ରାମାୟ ନମଃ ଜପ କରନ୍ତୁ

କନ୍ୟା-
ଶାରିରୀକ ପୀଡ଼ା ଭୋଗିଲେ ମଧ୍ୟ ଅନ୍ୟ ସମସ୍ତ କର୍ମରେ ଶୁଭଫଳ ପାଇବେ । ପ୍ରେମିକ ପ୍ରେମିକା ମାନେ ବିଶ୍ୱାସ ଭାଜନ ହେବେ । କୋର୍ଟକଚେରୀ ମାମଲାଠୁ ଦୂରରେ ରୁହନ୍ତୁ । ମହିଳା ମାନେ ବନ୍ଧୁପରିଜନକ ସହ ସମୟ ବିତାଇବେ । 
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ପାଣିରେ କିଛି ଲୁଣ ପକାଇ ଘରକୁ ପୋଛନ୍ତୁ

ତୁଳା-
ବିବାହ ଆଦି ଶୁଭ କାର୍ଯ୍ୟରେ ଯୋଗ ଦେଇ ମନ ଖୁସି ରହିବ । ବ୍ୟପାର ବୃତ୍ତିରେ ପ୍ରଗତି  ହେବ । ସବୁ ଭଲ କାମରେ ବିଳମ୍ବିତ ପ୍ରକ୍ରିୟା ଲାଗି ରହିବ । ଆପଣଙ୍କ ପିଲା ବ୍ୟବସାୟ କାମରେ  ଆପଣଙ୍କୁ ସହଯୋଗ କରିବେ । ଶିକ୍ଷାର୍ଥୀ ଏକାନ୍ତରେ ପାଠ ପଢିବା ପାଇଁ ଚେଷ୍ଟା କରନ୍ତୁ
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – କମଳାଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ 

ବିଛା-
କୌଣସି ଚିନ୍ତା ଆପଣଙ୍କୁ ଅସୁବିଧାରେ ପକାଇ ପାରେ । ବନ୍ଧୁ, ପରିଜନକୁ ନିଜର ମନ କଥା କୁହନ୍ତୁ ।  ପ୍ରେମ ଜୀବନ ଭଲ ରହିବ । ପୈତୃକ ସମ୍ପତିକୁ ନେଇ ନିଜ ଲୋକ କ୍ଷତି କରିବା ପାଇଁ ଚେଷ୍ଟା କରିବେ। ରାସ୍ତାଘାଟରେ ଯଥେଷ୍ଟ ସତର୍କ ହୋଇ ଚଳିବା ଉଚିତ। 

ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ସିନ୍ଧୁର ଟିକା ମସ୍ତକରେ ଲଗାଇ ଘରୁ ବାହାରନ୍ତୁ

ଧନୁ-
ବ୍ୟବସାୟରେ ବିଦେଶକୁ ଯାଇ ଲାଭ ପାଇବେ । ଚାକିରିଆଙ୍କୁ ନୂଆ ପ୍ରକଳ୍ପ ଦାୟିତ୍ୱ ମିଳିବ । ଛାତ୍ର ମାନେ ମୈଳିକ ବୁ୍ଦ୍ଧିର ଉପଯୋଗ କରିବେ । ଆୟନୀ , ଅଦାଲତରେ ଜଡିତ ରହିବେ । ପର୍ଯ୍ୟଟନ କ୍ଷେତ୍ରରେ ଥିବା ଲୋକଙ୍କ ଲାଗି ଧନ ଲାଭର ଯୋଗ ଅଛି । ଖେଳାଳିଙ୍କ ଲାଗି ଦିନଟି ଭଲ ରହିବ
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – କିଛି ଦକ୍ଷିଣା ମନ୍ଦିରରେ ଦାନ କରନ୍ତୁ

ମକର-
ଶରୀର ଭଲ ରହିବା ସହିତ ମିଷ୍ଠାନ ଭୋଜନର ଯୋଗ  ବୃଦ୍ଧି ରହିଅଛି । ବାନ୍ଧବୀଙ୍କର ସହିତ ଦେଖାହେଇ ପାରେ । କୋର୍ଟର ତାରିଖ ସ୍ଥିର ଧାର୍ଯ୍ୟ ହେବ । ମହିଳା ମାନେ କର୍ମତତ୍ପର ରହିବେ । ସରକାରୀ କ୍ଷେତ୍ରରେ ଲାଭ ହେବାର ସମ୍ଭାବନା ଅଛି
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ମହାଦେବଙ୍କର ପୂଜାର୍ଚ୍ଚନା କରନ୍ତୁ

କୁମ୍ଭ-
ବ୍ୟକ୍ତିମାନେ ଉପର ମନରେ ଭଲ କଥା କହି ପଛରେ ବହୁତ ସମାଲୋଚନା କରିବେ । ଭାଙ୍ଗିପଡିଥିବା ସମ୍ପର୍କ ଯୋଡ଼ିବାକୁ ଚେଷ୍ଟା କରି ସଫଳ ହୋଇପାରନ୍ତି । ରାଜନୀତି କ୍ଷେତ୍ରରେ କିଛି ପଦପଦବୀ ପ୍ରାପ୍ତ ହୋଇପାରେ । ଛାତ୍ର ଛାତ୍ରୀ ମାନେ ଅଧିକ  ସମୟ ଖେଳରେ କଟାଇବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ରାହୁଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ମୀନ-
ସ୍ୱାସ୍ଥ୍ୟ ପାଇଁ ଖର୍ଚ୍ଚ କରିବାକୁ ପଡିପାରେ । ହଜିଥିବା ଜିନିଷର ସନ୍ଧାନ ପାଇ ପୁରାଦିନ ଖୁସି ରହିବେ । କୈାଣସି କାର୍ଯ୍ୟରେ ସଫଳତାରେ ବିଘ୍ନ ଆସିପାରେ । କୋର୍ଟରେ ରାୟ ଆପଣଙ୍କ ସପୋର୍ଟ ରେ ଆସିପାରେ । ମନ ମୁତାବକ ଭୁମି ଚୟନ କରି ତାକୁ କ୍ରୟ କରିବେ । 
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର- ଗୋମାତାଙ୍କୁ ଗୁଡ,ବୁଟ, ଖାଇବାକୁ ଦିଅନ୍ତୁ

ଅଧିକ ପଢ଼ନ୍ତୁ ରାଶିଫଳ ଖବର 
 

BANANA PRICE
କମେଡିଆନ କଦଳୀ, ଦାମ୍ 52 କୋଟି
ଅର୍ଗସ ବ୍ୟୁରୋ: କଦଳୀର ଦାମ୍ 52 କୋଟି 70 ଲକ୍ଷ । କ'ଣ ଭାବୁଛନ୍ତି ଗୋଟେ କାନ୍ଦି କି ବହୁତ ଗୁଡିଏ କଦଳୀ ହୋଇଥିବ । ନା...ନା ମାତ୍ର ଗୋଟିଏ କଦଳୀର ଦାମ୍ 52 କୋଟି 70 ଲକ୍ଷ । ଏହାର ନା
ପାକିସ୍ତାନରେ ହିଂସା
ପାକିସ୍ତାନରେ ହିଂସାକାଣ୍ଡରେ 18ରୁ ଅଧିକ ଲୋକଙ୍କ ମୃତ୍ୟୁ
ଅର୍ଗସ ବ୍ୟୁରୋ: ପାକିସ୍ତାନରେ ହିଂସାକାଣ୍ଡରେ 18ରୁ ଅଧିକ ଲୋକଙ୍କ ମୃତ୍ୟୁ । ପଶ୍ଚିମ-ଉତ୍ତର ପାକିସ୍ଥାନର ଖୈବର ପଖତୁନଖୱା ଅଞ୍ଚଳରେ ଗୋଷ୍ଠୀ ସଂଘର୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ୧୮ରୁ ଅଧି
ରତ୍ନଭଣ୍ଡାର
ରତ୍ନଭଣ୍ଡାର ଜିପିଆର୍-ଜିପିଏସ୍ ସର୍ଭେ ରିପୋର୍ଟ ହସ୍ତଗତ
ପୁରୀ: ଶ୍ରୀମନ୍ଦିର ରତ୍ନଭଣ୍ଡାର ନେଇ ଏ.ଏସ୍.ଆଇ. ପକ୍ଷରୁ କରାଯାଇଥିବା ଜିପିଆର୍-ଜିପିଏସ୍ ସର୍ଭେ ରିପୋର୍ଟ ଶ୍ରୀମନ୍ଦିର ପ୍ରଶାସନର ହସ୍ତଗତ ହୋଇଛି । ଏ.ଏସ୍.ଆଇ. ପକ୍ଷରୁ ଏହି କାର୍ଯ୍
ଓଡ଼ିଶା ପର୍ବ
ରାଜଧାନୀ ଦିଲ୍ଲୀରେ ଓଡ଼ିଶା ପର୍ବର ଦ୍ବିତୀୟ ଦିନ
ଅର୍ଗସ ବ୍ୟୁରୋ: ଓଡ଼ିଆ ସଂସ୍କୃତିର ପ୍ରଚାର ଓ ସୁରକ୍ଷା ପାଇଁ ‘ଓଡ଼ିଆ ସମାଜ’ର ବଡ଼ ପ୍ରୟାସ । ଓଡ଼ିଶା ପର୍ବରେ ଜମୁଛି ଓଡ଼ିଆଙ୍କ ଭିଡ । ଦ୍ବିତୟ ଦିନ ପ୍ରଥମ ପର୍ଯ୍ୟାୟର
`ସୁଭଦ୍ରା'
‘ସୁଭଦ୍ରା’ରୁ ବାଦ୍‌ ୨.୬୭ ଲକ୍ଷ ହିତାଧିକାରୀଙ୍କ ଯାଞ୍ଚ ହେଲା ଶେଷ
ଅର୍ଗସ ବ୍ୟୁରୋ: ଯେଉଁ ଆବେଦନକାରୀଙ୍କୁ ସୁଭଦ୍ରା ଯୋଜନାରୁ ବାଦ୍ ଦିଆଯାଇଥିଲା, ସେମାନଙ୍କୁ ଆଉ ଚିନ୍ତା କରିବାର ନାହିଁ । ରବିବାର ସାମିଲ ହେବେ ବାଦ୍‌ ପଡ଼ିଥିବା ଆବେଦନକାରୀ