ସ୍ବାମୀର ତୀର ମାଡରେ ସ୍ତ୍ରୀ ଗୁରୁତର ଆହତ
by Argus News
Fri, Jul 05 | 3:24 p.m.

କେନ୍ଦୁଝର:  କେନ୍ଦୁଝର ଜିଲ୍ଲା ପାଟଣା ଥାନା ହରିଡାଗୋଠ ଗାଁରେ ଘଟିଛି ଅଭାବନୀୟ ଘଟଣା ।‌ ସ୍ବାମୀର ତୀର ମାଡରେ ସ୍ତ୍ରୀ ଗୁରୁତର ହୋଇଛନ୍ତି । ଗୁରୁତର ମହିଳା ହେଲେ ସଜନୀ ମୁଣ୍ଡା । ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ପ୍ରଥମେ କରଞ୍ଜିଆ ମେଡିକାଲ ଓ ପରେ କଟକ ସ୍ଥାନାନ୍ତରିତ କରାଯାଇଛି ।‌

ସଜନୀ ହରିଚନ୍ଦନପୁର ଥାନା ଭଗାବିଲା ଗ୍ରାମର ବିଶ୍ବନାଥ ମୁଣ୍ଡାଙ୍କୁ ବିବାହ କରିଥିଲେ । ତେବେ କୈାଣସି କାରଣରୁ ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ମନମାଳିନ୍ୟ ଝଗଡ଼ା ହେବାରୁ ସଜନୀ ନିଜ ବାପ ଘର ହରିଡାଗୋଠ ଗ୍ରାମରେ ରହୁଥିଲେ । ଗୁରୁବାର ସଂଧ୍ୟାରେ ବିଶ୍ବନାଥ ହରୀଡାଗୋଠ ଗ୍ରାମରେ ପହଞ୍ଚି ସ୍ତ୍ରୀ ସଜନୀଙ୍କୁ ତୀର ମାଡ କରି ଫେରାର ହୋଇଯାଇଥିବାବେଳେ ଖବର ପାଇ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଧନୁ ସହ ୩ଟି ତୀର ଜବତ କରି ଘଟଣାର ତଦନ୍ତ ଚଳାଇଛି ।

ଆହୁରି ପଢନ୍ତୁ ଓଡିଶା ଖବର...
 

ରାପିଡ ରେଲ୍
ଦେଶରେ ଗଡ଼ିଲା ପ୍ରଥମ ନମୋ ଭାରତ ରାପିଡ ରେଲ୍
ଅର୍ଗସ ବ୍ୟୁରୋ: ଦେଶରେ ଗଡ଼ିଲା ପ୍ରଥମ ନମୋ ଭାରତ ରାପିଡ ରେଲ । ଉଦ୍‌ଘାଟନ ପୂର୍ବରୁ ଦେଶର ପ୍ରଥମ ବନ୍ଦେ ଭାରତ ମେଟ୍ରୋ ଟ୍ରେନର ନାମ ବଦଳିଛି। ରେଲୱେ ପକ୍ଷରୁ ଏହି ସୂଚନା ଦିଆଯାଇଛି
ଓ୍ବାକଫ୍ ସଂଶୋଧନ ବିଲ୍
ଆରମ୍ଭ ହେବାକୁ ଯାଉଛି ଓ୍ବାକଫ୍ ସଂଶୋଧନ ବିଲ୍ ପାଇଁ ଗଠିତ ଯୁଗ୍ମ ସଂସଦୀୟ ଦ୍ବିତୀୟ ବୈଠକ
ଅର୍ଗସ ବ୍ୟୁରୋ: ଓ୍ବାକଫ୍ ସଂଶୋଧନ ବିଲ୍ ପାଇଁ ଗଠିତ ଯୁଗ୍ମ ସଂସଦୀୟ କମିଟିର ଦ୍ବିତୀୟ ବୈଠକ ହେବାକୁ ଯାଉଛି । ଆସନ୍ତା 19 ତାରିଖରୁ ପାଟନା ଲ କଲେଜରେ 2 ଦିନିଆ ବୈଠକ ଆରମ୍ଭ ହେବ । ବିଲ
କାଶତଣ୍ଡି
ବାଟୋଇକୁ ହାତ ଠାରି ଡାକୁଛି କାଶତଣ୍ଡି, କହୁଛି ନିଜର ପ୍ରେମ କାହାଣୀ...
ବ୍ରହ୍ମଗିରି: ପ୍ରକୃତିର କାନଭାସ୍ ରେ କାଶତଣ୍ଡି ଯେପରି ଏକ ତୂଳୀର ସ୍ପର୍ଶ । ତା’ର ବାସନା ନାହିଁ ସତ ହେଲେ ତା’ର ଶୁଭ୍ରରୂପ ବଦଳାଇ ଦିଏ ତନୁ ମନ । ସତରେ ବାଟୋଇଟିଏ ହଜିଯା