ଆସନ୍ତା ୨୪ ଘଣ୍ଟା ବର୍ଷାରୁ ନାହିଁ ନିସ୍ତାର, ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
by Argus News
Sun, Jul 21 | 7:26 a.m.

ଅର୍ଗସ ବ୍ୟୁରୋ : ବର୍ଷାରୁ ନାହିଁ ନିସ୍ତାର । ଟ୍ବିନ ସିଟି ସମେତ ୭ଟି ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି। ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ ସକ୍ରିୟ ରହିଛି  । ଆଗାମୀ ୧୨ ଘଣ୍ଟାରେ ଉତ୍ତର ପଶ୍ଚିମ ଦିଗରେ ଏହା ଗତି କରି ଦୁର୍ବଳ ହେବାର ସମ୍ଭାବନା ରହିଛି । ଏହାସହ  ବନ୍ଦର ଗୁଡିକରେ ୩ ନମ୍ବର ବିପଦ ସଂକେତ ଦିଆଯାଇଛି । ସମୁଦ୍ର ମଧ୍ୟରେ ୪୦ ରୁ ୫୦ କିମି ପବନ ବହିବାର ସମ୍ଭାବନା ରହିଥିବା ବେଳେ ଅଶାନ୍ତ ରହିବ ସମୁଦ୍ର । ଆଗାମୀ ଦୁଇ ଦିନ ଯାଏ ମତ୍ସ୍ୟଜିବୀଙ୍କୁ ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି ।

ଆସନ୍ତା ୨୪ ଘଣ୍ଟାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ୭ ଜିଲ୍ଲା ଯେପରିକି ଗଞ୍ଜାମ, ଗଜପତି, ରାୟଗଡ଼ା, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ, ମାଲକାନଗିରି ପାଇଁ ଅରେଞ୍ଜ ଓ୍ବାର୍ଣ୍ଣିଙ୍ଗ ଜାରି କରିଛି।ସେହିପରି ପ୍ରବଳ ବର୍ଷା ପାଇଁ କନ୍ଧମାଳ, ନୟାଗଡ  ,ଖୋର୍ଦ୍ଧା, କଟକ, ଅନୁଗୁଳ, ଢେଙ୍କାନାଳ ,ବୌଦ୍ଧ,  ସୋନପୁର, ବଲାଙ୍ଗୀର, ବରଗଡ଼ ଓ ନୂଆପଡାକୁ ୟେଲୋ ବର୍ଣ୍ଣିଙ୍ଗ ଜାରି କରିଛି ପାଣିପାଗ ବିଭାଗ। 

ଅଧିକ ପଢନ୍ତୁ : ଆଗାମୀ ୧୨ ଘଣ୍ଟାରେ ଦୁର୍ବଳ ହେବ ଅବପାତ: ଆହୁରି ୨୪ ଘଣ୍ଟା ବର୍ଷିବ

ଆଜି ହାଲୁକାରୁ ମଧ୍ୟମ ଧରଣର ବର୍ଷା ଅଧିକାଂଶ ସ୍ଥାନରେ ହେବ। ୨୨ ରେ ବି ଅଧିକାଂଶ ସ୍ଥାନରେ ରହିବ। ୨୪ ତାରିଖ ଯାଏଁ ମାଲକାନଗିରି ଜିଲ୍ଲାରେ ବର୍ଷା ଲାଗି ରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଆସନ୍ତା ୨୪ ଘଣ୍ଟା ପ୍ରବଳ ବର୍ଷା ହେବ। ୨୪ ଘଣ୍ଟା ପରେ କମିବ। କିନ୍ତୁ ୨୩ ପରେ ପୁଣି ମାଲକାନଗିରି ଜିଲ୍ଲାରେ ବଢିବ ବର୍ଷା। ଏଣୁ ମାଲକାନଗିରି ଓ କୋରାପୁଟ ଜିଲ୍ଲାକୁ ବନ୍ୟା  ଓ ଭୂସ୍ଖଳନ ର ସମ୍ଭାବନାକୁ ନେଇ ସତର୍କ ରହିବାକୁ ସୂଚନା ଦେଇଛି ପାଣିପାଗ ବିଭାଗ

ରାପିଡ ରେଲ୍
ଦେଶରେ ଗଡ଼ିଲା ପ୍ରଥମ ନମୋ ଭାରତ ରାପିଡ ରେଲ୍
ଅର୍ଗସ ବ୍ୟୁରୋ: ଦେଶରେ ଗଡ଼ିଲା ପ୍ରଥମ ନମୋ ଭାରତ ରାପିଡ ରେଲ । ଉଦ୍‌ଘାଟନ ପୂର୍ବରୁ ଦେଶର ପ୍ରଥମ ବନ୍ଦେ ଭାରତ ମେଟ୍ରୋ ଟ୍ରେନର ନାମ ବଦଳିଛି। ରେଲୱେ ପକ୍ଷରୁ ଏହି ସୂଚନା ଦିଆଯାଇଛି
ଓ୍ବାକଫ୍ ସଂଶୋଧନ ବିଲ୍
ଆରମ୍ଭ ହେବାକୁ ଯାଉଛି ଓ୍ବାକଫ୍ ସଂଶୋଧନ ବିଲ୍ ପାଇଁ ଗଠିତ ଯୁଗ୍ମ ସଂସଦୀୟ ଦ୍ବିତୀୟ ବୈଠକ
ଅର୍ଗସ ବ୍ୟୁରୋ: ଓ୍ବାକଫ୍ ସଂଶୋଧନ ବିଲ୍ ପାଇଁ ଗଠିତ ଯୁଗ୍ମ ସଂସଦୀୟ କମିଟିର ଦ୍ବିତୀୟ ବୈଠକ ହେବାକୁ ଯାଉଛି । ଆସନ୍ତା 19 ତାରିଖରୁ ପାଟନା ଲ କଲେଜରେ 2 ଦିନିଆ ବୈଠକ ଆରମ୍ଭ ହେବ । ବିଲ
କାଶତଣ୍ଡି
ବାଟୋଇକୁ ହାତ ଠାରି ଡାକୁଛି କାଶତଣ୍ଡି, କହୁଛି ନିଜର ପ୍ରେମ କାହାଣୀ...
ବ୍ରହ୍ମଗିରି: ପ୍ରକୃତିର କାନଭାସ୍ ରେ କାଶତଣ୍ଡି ଯେପରି ଏକ ତୂଳୀର ସ୍ପର୍ଶ । ତା’ର ବାସନା ନାହିଁ ସତ ହେଲେ ତା’ର ଶୁଭ୍ରରୂପ ବଦଳାଇ ଦିଏ ତନୁ ମନ । ସତରେ ବାଟୋଇଟିଏ ହଜିଯା