ଦୁର୍ବୃତ୍ତଙ୍କ ଆକ୍ରମଣରେ ଯୁବକଙ୍କ ମୃତ୍ୟୁ 
by Argus News
Thu, Dec 07 | 12:50 p.m.

କେନ୍ଦୁଝର: କେନ୍ଦୁଝର ଜିଲ୍ଲା ଘଟଗାଁ ଥାନା ଅନ୍ତର୍ଗତ ଢେଙ୍କିକୋଟ ପାତ୍ର ସାହିରେ ଯୁବକଙ୍କୁ ହତ୍ୟା। ବୁଧବାର ରାତି ପାଖାପାଖି ୧୨ଟା ସମୟରେ ଯୁବକଙ୍କୁ କେହି ଦୁର୍ବୃତ୍ତ ଆକ୍ରମଣ କରିଥିବା ଅନୁମାନ। ପରେ ତାଙ୍କୁ ଘଟଗାଁ ଗୋଷ୍ଠି ସ୍ୱାସ୍ଥ୍ୟ କେନ୍ଦ୍ରକୁ ଅଣାଯାଇଥିଲା। ସେଠାରେ ତାଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ ।

ମୃତ ଯୁବକ ନିକଟସ୍ଥ ଖଣ୍ଟଘର ଗ୍ରାମର ଭାରତ ଭୂଷଣ ନାୟକ। ତେବେ ଯୁବକ ଜଣଙ୍କୁ ଏକ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରାଯାଇଥିବା ପୋଲିସ ପକ୍ଷରୁ ସୂଚନା ମିଳିଛି । ଯୁବକ ଜଣଙ୍କୁ କେଉଁ ପରିସ୍ଥିତିରେ ହତ୍ୟା କରାଯାଇଛି ତାହା ବର୍ତ୍ତମାନ ପର୍ଯ୍ୟନ୍ତ ଜଣା ପଡିନାହିଁ । ଅପରପକ୍ଷରେ ଏହା ଏକ ପ୍ରେମ ଜନିତ ହତ୍ୟାକାଣ୍ଡ ବୋଲି ଚର୍ଚ୍ଚା ହେଉଛି। ଅନ୍ୟ ପକ୍ଷରେ ଘଟଣା ସ୍ଥଳରେ ପୋଲିସ ତଦନ୍ତ ଆରମ୍ଭ କରିବା ସହିତ ସାଇଟିଫିକ୍ ଟିମ୍ ମଧ୍ୟ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଛି । 
ଅଧିକ ପଢନ୍ତୁ ଓଡ଼ିଶା ଖବର 

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ