ସମ୍ବଲପୁର ମାନେଶ୍ଵର ସ୍ଥିତ ଶିବ ମନ୍ଦିରରେ ପୂଜାର୍ଚ୍ଚନା କଲେ ଧର୍ମେନ୍ଦ୍ର
by Argus News
Sun, Jun 16 | 11:41 a.m.

ଅର୍ଗସ ବ୍ୟୁରୋ:  କେନ୍ଦ୍ର ମନ୍ତ୍ରୀ ଧମେନ୍ଦ୍ର ପ୍ରଧାନଙ୍କ ସମ୍ବଲପୁର ଗସ୍ତ । ଦିନ ତମାମ ବିଭିନ୍ନ ମନ୍ଦିର ପହଁଚି ଦର୍ଶନ କରିବା ସହ ସ୍ବାଗତ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ରହିଛି । ପ୍ରଥମେ ମାନେଶ୍ବର ସ୍ଥିତ ମାନଧାତା ଶିବ ମନ୍ଦିର ଦର୍ଶନ କରିବା ପରେ ବୃକ୍ସ ହୁଇଲ ସ୍ଥିତ ହନୁମାନ ମନ୍ଦିର ଦର୍ଶନ କରିଛନ୍ତି ଧର୍ମେନ୍ଦ୍ର । 

ଏହାପରେ ନନ୍ଦପଡାର ବାଲୁଙ୍କେଶ୍ବର ବାବା, ଝାଡୁଆପଡାର ବ୍ରହ୍ମପୁରା ଜଗନ୍ନାଥ ମନ୍ଦିର ଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି । ସେହିପରି ମନ୍ଦଳିଆ ସ୍ଥିତ ଶ୍ୟାମ ଜୀ ମନ୍ଦିର ଓ ଦାନିପାଲି ସ୍ଥିତ ମାଁ ରାମଚଣ୍ତୀ ମନ୍ଦିର ପହଁଚି ପୂଜାର୍ଚ୍ଚନା କରିବା ସହ ଦର୍ଶନ କରିବେ । ପରେ ବିଭିନ୍ନ ସ୍ଥାନରେ ସ୍ବାଗତ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ରହିଛି ।

ସମ୍ବଲପୁର ମାନେଶ୍ଵର ସ୍ଥିତ ଶିବ ମନ୍ଦିରରେ ଦର୍ଶନ କରିବା ସହ ପୂଜାର୍ଚ୍ଚନା କରିଛନ୍ତି କେନ୍ଦ୍ରମନ୍ତ୍ରୀ । 

 

ସମ୍ବଲପୁରର ପୂର୍ବତନ ବିଧାୟିକା, ସମାଜସେବୀ ତଥା ପ୍ରତିଷ୍ଠିତ ଚିକିତ୍ସିକ ରାସେଶ୍ୱରୀ ପାଣିଗ୍ରାହୀଙ୍କୁ ଭେଟି ଆଶୀର୍ବାଦ ନେଇଛନ୍ତି କେନ୍ଦ୍ରମନ୍ତ୍ରୀ । 

 

ସେହିପରି ସମ୍ବଲପୁରରେ ଗୁରୁଜନ ମାନଙ୍କୁ ଭେଟି ଆଶୀର୍ବାଦ ନେବା ସହ ସମ୍ବଲପୁରର ସମୃଦ୍ଧ ସାହିତ୍ୟର ପ୍ରଚାର ପ୍ରସାର, ଶିକ୍ଷା, ଅନୁକୂଳ ପରିବେଶ ତଥା ଅଞ୍ଚଳର ବିକାଶ ଓ ଉନ୍ନତି ପାଇଁ ସେମାନଙ୍କର ଉପାଦେୟ ପରାମର୍ଶ ନେଇଛନ୍ତି ଧର୍ମେନ୍ଦ୍ର ପ୍ରଧାନ । 

 

କଂଗ୍ରେସକୁ
କଂଗ୍ରେସକୁ ଜୋରଦାର୍‌ ଝଟ୍‌କା: ଏନସିପିରେ ଯୋଗ ଦେଲେ ବାବା ସିଦ୍ଦିକିଙ୍କ ପୁଅ
ଅର୍ଗସ ବ୍ୟୁରୋ: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପ୍ରଚାର ମଧ୍ୟରେ କଂଗ୍ରେସକୁ ବଡ଼ ଝଟ୍‌କା ଲାଗିଛି। ତାଙ୍କ ପିତାଙ୍କ ପଥ ଅନୁସରଣ କରି ବରିଷ୍ଠ କଂଗ୍ରେସ ନେତା ବାବା ସିଦ୍ଦିକିଙ୍କ ପୁ
ସଡକ ଦୁର୍ଘଟଣାରେ
ସଡକ ଦୁର୍ଘଟଣାରେ ଯୁବକ ମୃତ
ଅର୍ଗସ ବ୍ୟୁରୋ: ଖଲ୍ଲିକୋଟ ଥାନା ଅନ୍ତର୍ଗତ ଆଇତିପୁର ପଞ୍ଚାୟତର ବଡଖେତା ଗ୍ରାମର ରାଜେଶ ମିଶ୍ର ଓରଫ ମୁନା ଆଜି ଆଇତିପୁର ଗ୍ରାମରୁ ଏକ ସ୍କୁଟି ଚଲାଇ ଦେବୀଝର ଅଭିମୁଖେ ଯାଉଥିଲେ। ତେବ
କୋହଲିଙ୍କୁ
କୋହଲିଙ୍କୁ ନଚାଉଛନ୍ତି ସ୍ପିନର୍ସ: ୨୬ ପାଳିରେ ୨୧ଥର ଆଉଟ୍‌
ଅର୍ଗସ ବ୍ୟୁରୋ: ପୁଣେର ମହାରାଷ୍ଟ୍ର କ୍ରିକେଟ୍ ଆସୋସିଏସନ୍ ଷ୍ଟାଡିୟମ୍‌ରେ ଖେଳାଯାଉଛି ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ତିନି ମ୍ୟାଚ୍ ବିଶିଷ୍ଟ ଟେଷ୍ଟ ସିରିଜ । ଶୁକ୍ରବା