Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
argusnews

ଆଉ ଏକ ଲଘୁଚାପ , ବଢ଼ିବ ବର୍ଷାର ପରିମାଣ

Swayangprajna Mishra
Browse all articles by Swayangprajna Mishra
·1 year ago
ଆଉ ଏକ ଲଘୁଚାପ , ବଢ଼ିବ ବର୍ଷାର ପରିମାଣ

ଅର୍ଗସ ବ୍ୟୁରୋ : ଆଉ ଏକ ଲଘୁଚାପ। ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଅଧିକ ଘନୀଭୂତ ହୋଇ ଆସନ୍ତାକାଲି ସୁଦ୍ଧା ଲଘୁଚାପ ସମ୍ଭାବନା। ଏଥି ସହିତ ଆସନ୍ତାକାଲିଠାରୁ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ  ଫେରୁଥିବାବେଳେ ମୌସୁମୀ ଟ୍ରପଲାଇନର ପ୍ରଭାବ ରହୁଛି । ଏହାର ପ୍ରଭାବରେ ରାଜ୍ୟରେ ବଢ଼ିବ ବର୍ଷାର ପରିମାଣ ।

ଅଧିକ ପଢନ୍ତୁ : ଆସନ୍ତା ୨୬ ତାରିଖ ଯାଏଁ ରାଜ୍ୟରେ ବର୍ଷା ସମ୍ଭାବନା

ଆସନ୍ତା ୨୪ ଘଣ୍ଟାରେ ବିଜୁଳି ଘଡଘଡି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ବିଶେଷ କରି ଉପକୂଳ, ଉତ୍ତର ଉପକୂଳ ଓ ଉତ୍ତର ଆଭ୍ୟନ୍ତରୀଣ ଜିଲ୍ଲାର ୨୧ଟି ଜିଲ୍ଲାରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା ଦେଇଛି ପାଣିପାଗ ବିଭାଗ। 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Another low pressure, will increase the amount of rain | Argus News