Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
argusnews

ଘୂର୍ଣ୍ଣିବଳୟ ସମ୍ଭାବନା , କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା

Swayangprajna Mishra
Browse all articles by Swayangprajna Mishra
·2 years ago·1 min read
ଘୂର୍ଣ୍ଣିବଳୟ ସମ୍ଭାବନା , କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା

ଅର୍ଗସ ବ୍ୟୁରୋ : ରାଜ୍ୟରେ ଜାରି ରହିଛି ବର୍ଷା। ଉପକୂଳରୁ ଦକ୍ଷିଣ ସବୁଠି ଜାରି ରହିଛି ବର୍ଷା। ଆଗାମୀ ୪ ଦିନ ଧରି ରାଜ୍ୟର କିଛି କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। ଆସନ୍ତା ୬ ତାରିଖ ବେଳକୁ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ । ଯାହାର ପ୍ରଭାବରେ ୬ ଏବଂ ୭ ତାରିଖ ବେଳକୁ କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଆଂଚଳିକ ପାଣିପାଗ କେନ୍ଦ୍ର।

ଅଧିକ ପଢନ୍ତୁ : ଆସନ୍ତା ୫ ଦିନ ଯାଏଁ ରାଜ୍ୟରେ ବର୍ଷା, ୪ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି

ଓଡିଶାରେ ଆଗାମୀ ୫ ଦିନ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ। ମୟୁରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼,ଦେବଗଡ଼, ଝାରସୁଗୁଡା, ଅନୁଗୁଳ, ସମ୍ବଲପୁର, ବରଗଡ଼, ବଲାଙ୍ଗୀର ,କଳାହାଣ୍ଡିରେ ଆଗାମୀ ୨୪ ଘଣ୍ଟା ପାଇଁ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣଂ ଜାରି କରାଯାଇଛି। ସେହିପରି ମୌସୁମୀ ସିଜିନରେ ଏଯାଏ ରାଜ୍ୟରେ ୨୫ ପ୍ରତିଶତ ନିଅଣ୍ଟିଆ ବର୍ଷା ହୋଇଛି। ମାଲକାନଗିରି ଜିଲ୍ଲାରେ ସର୍ବାଧିକ ବର୍ଷା ହୋଇଥିବା ବେଳେ ୧୧ ଜିଲ୍ଲାରେ ସ୍ବାଭାବିକ ରହିଛି ବର୍ଷା ପରିମାଣ। ମୟୂରଭଞ୍ଜ ଜିଲ୍ଲାରେ ସବୁଠୁ କମ୍ ବର୍ଷା ହୋଇଥିବା ବେଳେ ୧୭ ଜିଲ୍ଲାରେ ନିଅଣ୍ଟିଆ ବୃଷ୍ଟିପାତ ରେକର୍ଡ କରିଛି ପାଣିପାଗ ବିଭାଗ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Chance of thunderstorm, heavy to very heavy rain at some places | Argus News