Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
argusnews

ଗତ ୨୪ ଘଣ୍ଟା ମଧ୍ୟରେ କମିବ ଶୀତ

Ritu Das
Browse all articles by Ritu Das
·2 years ago·1 min read
ଗତ ୨୪ ଘଣ୍ଟା ମଧ୍ୟରେ କମିବ ଶୀତ

ଅର୍ଗସ ବ୍ୟୁରୋ: ପ୍ରବଳ ଜାଡ଼ରୁ ମିଳିବ ସାମାନ୍ୟ ଆଶ୍ବସ୍ତି । କମିବ ଶୀତ। ବଢିବ କୁହୁଡି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅଧିକାଂଶ ସ୍ଥାନରେ ରାତ୍ରି ତାପମାତ୍ରାରେ ବୃଦ୍ଧି  ଘଟିଥିବା ବେଳେ ଆଜି ରାଜ୍ୟର ଅଧିକାଂଶ ସ୍ଥାନରେ ରାତ୍ରି ତାପମାତ୍ରାରେ ଆହୁରି ୨ଡ଼ିଗ୍ରୀରୁ ୩ ଡିଗ୍ରୀ ଯାଏଁ ବୃଦ୍ଧି ହେବାର ସମ୍ଭାବନା ରହିଛି । ତେବେ ପରବର୍ତ୍ତୀ ସମୟରେ ଏଥିରେ ବିଶେଷ ପରିବର୍ତନ ଦେଖା ଦେବନି । ଗତ ୨୪ ଘଣ୍ଟାରେ ଜି. ଉଦୟଗିରିରେ 5.8 ଡିଗ୍ରି ସେଲସିୟସ ସର୍ବନିମ୍ନ ରାତ୍ରି ତାପମାତ୍ରା ରେକର୍ଡ ହୋଇଥିବା ବେଳେ ରାଜଧାନୀ ଭୁବନେଶ୍ବରରେ 14.8 ଡିଗ୍ରୀ ରାତି ତାପମାତ୍ରା ରେକର୍ଡ କରାଯାଇଛି ।

ପାହାଡିଆ ଅଞ୍ଚଳରେ ଅଧିକ ଶୀତ ଅନୁଭୁତ ହେଉଛି । କନ୍ଧମାଳ ଜି. ଉଦୟଗିରି ସହ ଫୁଲବାଣୀ ଓ ଦାରିଙ୍ଗବାଡ଼ିରେ ଅଧିକ ଶୀତ ଅନୁଭୁତ ହେଉଛି । ସେପଟେ ରାଜ୍ୟର ବିଭିନ୍ନ ସ୍ଥାନରେ ଘନ କୁହୁଡି ସମ୍ଭାବନା ଥିବାରୁ ସତର୍କ କରାଇଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। 

ଅଧିକ ପଢ଼ନ୍ତୁ ପାଣିପାଗ ଖବର 
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Cold will | Argus News