Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
argusnews

ବଙ୍ଗୋପସାଗରରେ ସକ୍ରିୟ ହେଲା ଘୂର୍ଣ୍ଣିବଳୟ: ପ୍ରଭାବରେ ୫ଦିନ ବର୍ଷା

Ritu Das
Browse all articles by Ritu Das
·2 years ago·1 min read
ବଙ୍ଗୋପସାଗରରେ ସକ୍ରିୟ ହେଲା ଘୂର୍ଣ୍ଣିବଳୟ: ପ୍ରଭାବରେ ୫ଦିନ ବର୍ଷା

ଅର୍ଗସ ବ୍ୟୁରୋ: ସକ୍ରିୟ ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ। ଏହାର ପ୍ରଭାବରେ ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ। ଆଜି ମାଲକାନାଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି, କେନ୍ଦୁଝର, ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ । ଏଥିପାଇଁ ଏହି ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ଆସନ୍ତାକାଲି ମାଲକାନାଗିରି, କୋରାପୁଟରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ଥିବା ବେଳେ ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ,ଗଞ୍ଜାମ,ଗଜପତି, ପୁରୀ, ଖୋର୍ଦ୍ଧା, ରାୟଗଡ଼ା,  ନବରଙ୍ଗପୁର, କନ୍ଧମାଳରେ ପ୍ରବଳ ବର୍ଷାର ଆକଳନ କରିଛି ପାଣିପାଗ ବିଭାଗ। ଯାହାକୁ ନେଇ ୟଲୋ ଓ୍ବାର୍ଣ୍ଣିଙ୍ଗ ଜାରି କରାଯାଇଛି। 

ସେପଟେ ଚଳିତ ମୌସୁମୀ ସିଜିନରେ ଜୁନ ୧ରୁ ଏଯାବତ ସମୁଦାୟ  ୧୯୮.୨ ମିମି ବର୍ଷା ହୋଇଥିବା ବେଳେ ଏବେବି ରାଜ୍ୟରେ ୨୫ ପ୍ରତିଶତ ନିଅଁଟିଆ ବର୍ଷା ରହିଛି। ଏହି ସମୟରେ ସ୍ଵାଭାଵିକ ବର୍ଷା ରହିବା କଥା ୨୬୫.୮ ମିମି  । ସେହିପରି ୧୬  ଜିଲ୍ଲାରେ ନିଅଣ୍ଟିଆ ବର୍ଷା ହୋଇଥିବା ବେଳେ ୧୧ ଜିଲ୍ଲାରେ ସ୍ୱାଭାବିକ ବର୍ଷା ଓ କେବଳ ମାଲକାନଗିରିରେ ସ୍ୱାଭାବିକ ଠାରୁ ଅଧିକ ବର୍ଷା ରେକର୍ଡ  ହୋଇଛି। 

ଅଧିକ ପଢ଼ନ୍ତୁ ପାଣିପାଗ ଖବର 
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Cyclone active in Bay | Argus News