Argus News | Odisha News Today, ଓଡ଼ିଶା ଖବର , Odisha latest news

|
logo
Live

Argus News - ରାଜ୍ୟରେ କମିବ ଦିନ ତାପମାତ୍ରା, ବଢିବ ଶୀତ

argusnews

ରାଜ୍ୟରେ କମିବ ଦିନ ତାପମାତ୍ରା, ବଢିବ ଶୀତ

Ritu Das
Browse all articles by Ritu Das
·2 years ago·1 min read
ରାଜ୍ୟରେ କମିବ ଦିନ ତାପମାତ୍ରା, ବଢିବ ଶୀତ

ଅର୍ଗସ ବ୍ୟୁରୋ: ରାଜ୍ୟକୁ ପୁଣି ଫେରିବ ହାଡଭଙ୍ଗା ଶୀତ। କମିବ ଦିନ ତାପମାତ୍ରା। ବଢିବ ଶୀତ। ଉପାନ୍ତରୁ ଉପକୂଳ ସବୁଠି ଦେଖାଦେଇଛି ଏଭଳି ପାଗ । ଘନ କୁହୁଡିର ଚାଦର ତଳେ ସାରା ଓଡ଼ିଶା । ଆସନ୍ତାକାଲି ପର୍ଯ୍ୟନ୍ତ ଅତି ଘନ କୁହୁଡି ନେଇ ସତର୍କତା ଜାରି କରିଛି ପାଣିପାଗ କେନ୍ଦ୍ର । 

ଝାରସୁଗୁଡ଼ା, ସୁନ୍ଦରଗଡ, ସମ୍ବଲପୁର, ଢେଙ୍କାନାଳ, କେଉଁଝର, ଯାଜପୁର,ଭଦ୍ରକ,ଜଗତସିଂହପୁର, କେନ୍ଦ୍ରାପଡା, କଟକ, ଖୋର୍ଦ୍ଧା, ପୁରୀ, କନ୍ଧମାଳ, ଗଞ୍ଜାମ,କଳାହାଣ୍ଡି, ବଲାଙ୍ଗୀର, ନବରଙ୍ଗପୁର ଜିଲ୍ଲାରେ ଘନ କୁହୁଡି ନେଇ ୟେଲୋ ଆଲର୍ଟ ଜାରି କରାଯାଇଛି। ବର୍ତ୍ତମାନ ମେଘମୁକ୍ତ ଆକାଶ ରହିଥିବା ବେଳେ ଦୁଇ ଦିନ ପର୍ଯ୍ୟନ୍ତ ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବ ନାହିଁ । ଦୁଇଦିନ ପରେ ସ୍ବାଭାବିକ ଠାରୁ ୨ ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା କମିବା ସହ କିଛି ଜିଲ୍ଲାରେ ହାଡଭଙ୍ଗା ଶୀତ ଅନୁଭୂତ ହେବ ବୋଲି ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର ।

ଗତକାଲି ରାଜଧାନୀ ଭୁବନେଶ୍ୱର ସମେତ କଟକ, କେନ୍ଦ୍ରାପଡା, ରାଉରକେଲା, ଅନୁଗୁଳ ଓ ଫୁଲବାଣୀରେ ଘନ କୁହୁଡି ଦେଖିବାକୁ ମିଳିଥିଲା । ଭୁବନେଶ୍ୱରରେ ସର୍ବନିମ୍ନ ଦୃଶ୍ୟମାନ ଦୂରତା ଶହେ ମିଟର ରେକର୍ଡ ହୋଇଛି । ଘନ କୁହୁଡି ଯୋଗୁଁ ଗାଡି ଚଳାଚଳରେ ବାଧା ଉପୁଜିଥିଲା। ଆସନ୍ତାକାଲି ପର୍ଯ୍ୟନ୍ତ କିଛି ଜିଲ୍ଲାରେ କୁହୁଡ଼ିର ପ୍ରଭାବ ରହିବ । ଆଗକୁ ଦୁଇ ଦିନ ପରେ ବାୟୁ ଚଳାଚଳରେ ପରିବର୍ତ୍ତନ ହେତୁ ରାଜ୍ୟର ଅନେକ ସ୍ଥାନରେ ରାତ୍ରି ତାପମାତ୍ରାରେ ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ହ୍ରାସ ଘଟିବାର ସମ୍ଭାବନା ରହିଛି । ବିଶେଷକରି ଆଭ୍ୟନ୍ତରୀଣ ଓ ଉପକୂଳ ଓଡ଼ିଶାର କିଛି ଜିଲ୍ଲାରେ ପ୍ରଭାବ ଦେଖାଦେଇଛି । ଏନେଇ ପୂର୍ବରୁ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ କରାଯାଇଥିଲା। 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

ଅଧିକ ପଢ଼ନ୍ତୁ ପାଣିପାଗ ଖବର 

Sponsored
Day temperature will | Argus News