Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
argusnews

ଆସନ୍ତା ଦୁଇଦିନ ପର୍ଯ୍ୟନ୍ତ ଘାଣ୍ଟିବ ଘନ କୁହୁଡି

Ritu Das
Browse all articles by Ritu Das
·2 years ago·1 min read
ଆସନ୍ତା ଦୁଇଦିନ ପର୍ଯ୍ୟନ୍ତ ଘାଣ୍ଟିବ ଘନ କୁହୁଡି

ଅର୍ଗସ ବ୍ୟୁରୋ: ଆସନ୍ତା ଦୁଇଦିନ ପର୍ଯ୍ୟନ୍ତ ଘାଣ୍ଟିବ ଘନ କୁହୁଡି। ଉପକୂଳ ଓଡ଼ିଶା ସମେତ ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ଘନ କୁହୁଡିର ଆସ୍ତରଣ ନେଇ ସତର୍କତା ଜାରି କରାଯାଇଛି। ଆସନ୍ତା କାଲି ଘନ କୁହୁଡି ପାଇଁ ୧୦ଟି ଜିଲ୍ଲାକୁ ସତର୍କତା ଜାରି କରାଯାଇଛି। ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ମୟୁରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ ଏବଂ ଝାରସୁଗୁଡାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ସେହିଭଳି ୪ ତାରିଖରେ ଘନ କୁହୁଡି ନେଇ ୬ଟି ଜିଲ୍ଲାକୁ ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର। 

ଏହି ସବୁ ଜିଲ୍ଲାରେ ଦୃଶ୍ୟମାନ ଦୂରତା ୫୦ ରୁ ୨୦୦ ମିଟର ମଧ୍ୟରେ ରହିବ। ବାକି ଓଡ଼ିଶାର କିଛି ଜିଲ୍ଳାରେ ହାଲୁକାରୁ ମଧ୍ୟମ ଧରଣର କୁହୁଡି ଅନୁଭୁତ ହେବ ବୋଲି ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର। ବର୍ତ୍ତମାନ ବାୟୁମଣ୍ଡଳରେ ଜଳୀୟବାଷ୍ପର ପରିମାଣ ଅଧିକ ରହୁଥିବାରୁ ଏଭଳି ପରିସ୍ଥିତି ଦେଖାଦେଇଛି। ପାଣିପାଗ କେନ୍ଦ୍ରର ସତର୍କତା ପରେ ପୋଲିସ ଡିଜି ଏବଂ ପରିବହନ ବିଭାଗକୁ ଚିଠି ଲେଖିଛନ୍ତି ଏସ୍ଆରସି। ଘନ କୁହୁଡି ସମୟରେ ଗାଡି ଚଳାଚଳ ଉପରେ ନଜର ରଖିବା ସହ ଡ୍ରାଇଭର ମାନଙ୍କୁ ସଚେତନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ସେପଟେ ଆସନ୍ତା କାଲି ସକାଳ ସାଢେ ଆଠଟା ସୁଦ୍ଧା ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାରେ କିଛି ଜିଲ୍ଲାରେ ହାଲୁକା ବର୍ଷା ସମ୍ଭାବନା ରହିଛି। ବର୍ତ୍ତମାନ ରାଜ୍ୟରେ କୌଣସି ପାଣିପାଗ ନିୟାମକ ନ ଥିବାରୁ ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ।

ଅଧିକ ପଢ଼ନ୍ତୁ ପାଣିପାଗ ଖବର 
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Dense fog will | Argus News