Videos
|
argusnews

ଆଜିଠୁ ଆସନ୍ତା ୩ ଦିନ ରାଜ୍ୟରେ ପ୍ରବଳ ବର୍ଷା

Swayangprajna Mishra
Browse all articles by Swayangprajna Mishra
·2 years ago·1 min read
ଆଜିଠୁ ଆସନ୍ତା ୩ ଦିନ ରାଜ୍ୟରେ ପ୍ରବଳ ବର୍ଷା

ଅର୍ଗସ ବ୍ୟୁରୋ : ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପର ପ୍ରଭାବ ଆଜିକୁ ମିଶାଇ ଆସନ୍ତା ୩ ଦିନ ରାଜ୍ୟରେ ପ୍ରବଳ ବର୍ଷା ହେବା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଆସନ୍ତା ୨୪ ଘଣ୍ଟା ପାଇଁ କଳାହାଣ୍ଡି, କନ୍ଧମାଳ,ରାୟଗଡ଼ା, ନୟାଗଡ଼, ଗଞ୍ଜାମ, ଭଦ୍ରକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ସେହିପରି ଖୋର୍ଦ୍ଧା, ପୁରୀ, ବାଲେଶ୍ଵର, ଯାଜପୁର, କଟକ, ବଲାଙ୍ଗୀର, ନୂଆପଡ଼ା, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, କୋରାପୁଟ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବ।

ଅଧିକ ପଢନ୍ତୁ : ଆସନ୍ତା ୩ ଦିନ ଯାଏଁ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଏଥିସହ ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ବୋହିବ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଆଜିଠାରୁ ୩୦ ତାରିଖ ମଧ୍ୟରେ ଉପକୂଳ ଓଡ଼ିଶାର ସମସ୍ତ ଜିଲ୍ଲା ସମେତ ସଂଲଗ୍ନ ଜିଲ୍ଲା ଗୁଡ଼ିକରେ କାଳବୈଶାଖୀ ପ୍ରଭାବ ଲାଗିରହିବ। ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବା ସହ କିଛି ଜାଗାରେ ଘଂଟାପ୍ରତି ୩୦ରୁ ୪୦ କି.ମି ବେଗରେ ପବନ ବହିପାରେ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:


 

Heavy rain in the odisha for the next 3 days from today | Argus News