Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
argusnews

ଟ୍ରପ ଲାଇନ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା

Swayangprajna Mishra
Browse all articles by Swayangprajna Mishra
·1 year ago·1 min read
ଟ୍ରପ ଲାଇନ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା

ଅର୍ଗସ ବ୍ୟୁରୋ : ଟ୍ରପ ଲାଇନ ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା। ସେପଟେ ଦୁର୍ବଳ ହୋଇ ଲଘୁଚାପ ଘୂର୍ଣ୍ଣିବଳୟ ଭାବେ ମଧ୍ୟପ୍ରଦେଶ ଓ ପାଶ୍ୱବର୍ତ୍ତୀ ଅଂଚଳରେ ସକ୍ରିୟ ରହିଛି । ପ୍ରଭାବରେ ଆହୁରି ୨୪ ଘଣ୍ଟା ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଉତ୍ତର ଓଡ଼ିଶାରେ ବିଶେଷ ଭାବେ ବର୍ଷାର ପ୍ରଭାବ ଅଧିକ ରହିବ। ରାଜ୍ୟର ଅନେକ ସ୍ଥାନରେ ବିଜୁଳି ଘଡଘଡି ସହ  ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।

ଅଧିକ ପଢନ୍ତୁ : ଆହୁରି ବର୍ଷିବ, ୨୧ଟି ଜିଲ୍ଲାକୁ ୟେଲ୍ଲୋ ୱାର୍ଣ୍ଣିଂ

ପ୍ରବଳ ବର୍ଷା ନେଇ ୨୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଆସନ୍ତାକାଲିଠୁ  କମିବ ବର୍ଷାର ପରିମାଣ ।  କିନ୍ତୁ ଟ୍ରପ ଲାଇନ ପ୍ରଭାବରେ ଆସନ୍ତା ୫ ଦିନ ଯାଏ ରାଜ୍ୟର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଲାଗିରହିବ। ବର୍ଷାକୁ ନେଇ ଆଗାମୀ ୭  ଦିନ ଯାଏଁ ମୌସୁମୀ ପ୍ରତ୍ୟାବର୍ତ୍ତନ ପାଇଁ ପାଗ ଅନୁକୂଳ ହେବ ନାହିଁ ବୋଲି ଆକଳନ କରିଛି ପାଣିପାଗ ବିଭାଗ ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Heavy rainfall in different parts of the state | Argus News