ଆସନ୍ତାକାଲି ପ୍ରବଳରୁ ଅତିପ୍ରବଳ ବର୍ଷା

ଅର୍ଗସ ବ୍ୟୁରୋ : ପୂର୍ବ କେନ୍ଦ୍ରୀୟ ଓ ସଂଲଗ୍ନ ବଙ୍ଗୋପସାଗରରେ ସୃଷ୍ଟି ଘୂର୍ଣ୍ଣିବଳୟ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଆସନ୍ତା ଦୁଇ ଦିନରେ ଏହା ଅବପାତରେ ପରିଣତ ହେବ। ପ୍ରଭାବରେ ଆସନ୍ତାକାଲି ପର୍ଯ୍ୟନ୍ତ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହେବ। ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଆଜି ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଓ ଗଞ୍ଜାମ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାକୁ ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।
ଅଧିକ ପଢନ୍ତୁ : ଆସନ୍ତା ୩୧ ଯାଏଁ ପ୍ରବଳ ବର୍ଷା , ୩ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି
ଏହି ସମୟ ମଧ୍ୟରେ ନବରଙ୍ଗପୂର, କଳାହାଣ୍ଡି, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, ପୁରୀ, ନୂଆପଡ଼ା, ବରଗଡ଼, ବୌଦ୍ଧ ଓ ସୁବର୍ଣ୍ଣପୁର ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ। ପରବର୍ତ୍ତୀ ୨୪ ଘଣ୍ଟାରେ ମାଲକାନଗିରି, କୋରାପୁଟ ଓ ଗଜପତି ଜିଲ୍ଲାରେ ଅତିରୁ ଅତିପ୍ରବଳ ବର୍ଷା ହେବାକୁ ଥିବାରୁ ରେଡ୍ ୱାର୍ଣ୍ଣିଂ ଜରି କରାଯାଇଛି ।
