Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
argusnews

ଭୁବନେଶ୍ୱରରେ ଦିନ ୨.୩୦ ସୁଦ୍ଧା ତାପମାତ୍ରା ୩୫ ଡିଗ୍ରୀ ଟପିଲା

Ritu Das
Browse all articles by Ritu Das
·2 years ago·1 min read
ଭୁବନେଶ୍ୱରରେ ଦିନ ୨.୩୦ ସୁଦ୍ଧା ତାପମାତ୍ରା ୩୫ ଡିଗ୍ରୀ ଟପିଲା

ଅର୍ଗସ ବ୍ୟୁରୋ: ବଢୁଛି ତାତି। ରାଜ୍ୟରେ ସ୍ୱାଭାବିକଠାରୁ ଅଧିକ ଦିନ ତାପମାତ୍ରା। ରାଜଧାନୀ ଭୁବନେଶ୍ୱରରେ ଆଜି ଦିନ ୨.୩୦ ସୁଦ୍ଧା ତାପମାତ୍ରା ୩୫.୬ ଡିଗ୍ରୀ ସେଲସିୟସ ରେକର୍ଡ। ସ୍ବାଭାବିକ ଠାରୁ ୫ ରୁ ୬ ଡିଗ୍ରୀ ଉପରେ ପାରଦ। ଆସନ୍ତା ଦୁଇ ଦିନ ପର୍ଯ୍ୟନ୍ତ ମିଳିବନି ନିସ୍ତାର। ଅଧିକାଂଶ ସହରର ତାପମାତ୍ରା ୩୫ ରୁ ୩୭ ଡିଗ୍ରୀ ନେଇ ଆକଳନ। ମେଘମୁକ୍ତ ଆକାଶ ସହ ଶୁଖିଲା ପାଗ ପାଇଁ ରାଜ୍ୟରେ ହଠାତ୍ ବୃଦ୍ଧି ପାଇଛି ତାପମାତ୍ରା। ଉପାନ୍ତରୁ ଉପକୂଳ ସବୁଠି ଉପରମୁହାଁ ପାରଦ। ଗତ କାଲି ରାଜ୍ୟରେ ଚଳିତ ବର୍ଷ ପ୍ରଥମ ଥର ପାଇଁ ତାପମାତ୍ରା ୩୬ ଡିଗ୍ରୀ ଅତିକ୍ରମ କରିଥିବା ବେଳେ ଆସନ୍ତା ଦୁଇ ଦିନରେ ତାତି ଆହୁରି ବଢିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର। 

ବିଶେଷ କରି ରାଜଧାନୀ ଭୁବନେଶ୍ବର ସମେତ ପଶ୍ଚିମ ଓଡ଼ିଶାର ଟିଟିଲାଗଡ, ବଲାଙ୍ଗିର, ବରଗଡ, ସମ୍ବଲପୁର, ବୌଦ୍ଧ, ଝାରସୁଗୁଡା ଏବଂ କଳାହାଣ୍ଡିରେ ଗ୍ରୀଷ୍ମ ପ୍ରବାହ ଭଳି ସ୍ଥିତି ଉପୂଜିବ। ସେପଟେ ଦୁଇ ଦିନ ପରେ ରାଜ୍ୟରେ ପୁଣି ବଦଳିବ ପାଗ। ପଶ୍ଚିମା ଝଡ ପ୍ରଭାବରେ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲ୍ଲାରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି। ୨୨ ରୁ ୨୬ ତାରିଖ ପର୍ଯ୍ୟନ୍ତ ବର୍ଷା ନେଇ ଆକଳନ କରାଯାଇଥିବା ବେଳେ ୨୪ ତାରିଖରେ ସର୍ବାଧିକ ପଡିବାର ସମ୍ଭାବନା ରହିଛି। ବିଶେଷ କରି ଦକ୍ଷିଣ ଉପକୂଳ ଓଡ଼ିଶା ସମେତ କନ୍ଧମାଳ, ଜଗତସିଂହପୁର, କେନ୍ଦ୍ରାପଡା, କଟକ, କୋରାପୁଟ, ମାଲକାନଗିରି, ରାୟଗଡା ଏବଂ ବୌଦ୍ଧରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ। ବର୍ଷା ହେଲେ ମଧ୍ୟ ରାତି ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବ ନାହିଁ। କାରଣ ରାତିରେ ଓଡ଼ିଶାକୁ ଶୁଷ୍କ ଗରମ ଜଳୀୟବାଷ୍ପ ପୂର୍ଣ୍ଣ ବାୟୁ ପ୍ରବେଶ କରୁଛି। ପ୍ରଭାବରେ ରାତି ତାପମାତ୍ରା ସ୍ବାଭାବିକ ଠାରୁ ୨ ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ଅଧିକ ରହିଛି। 

ଅଧିକ ପଢ଼ନ୍ତୁ ପାଣିପାଗ ଖବର 
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
In Bhubaneswar | Argus News