Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
argusnews

ଆହୁରି ବର୍ଷିବ, ୨୧ଟି ଜିଲ୍ଲାକୁ ୟେଲ୍ଲୋ ୱାର୍ଣ୍ଣିଂ

Swayangprajna Mishra
Browse all articles by Swayangprajna Mishra
·1 year ago·2 min read
ଆହୁରି ବର୍ଷିବ, ୨୧ଟି ଜିଲ୍ଲାକୁ ୟେଲ୍ଲୋ ୱାର୍ଣ୍ଣିଂ

ଅର୍ଗସ ବ୍ୟୁରୋ : ଟ୍ରପ ଲାଇନ ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା।ସେପଟେ ଦୁର୍ବଳ ହୋଇ ଲଘୁଚାପ ଘୁର୍ଣ୍ଣିବଳୟ ଭାବେ ମଧ୍ୟ ପ୍ରଦେଶ ଓ ପାର୍ଶ୍ବବର୍ତ୍ତୀ ଅଂଚଳରେ ସକ୍ରିୟ ରହିଛି। ଏହାର ପ୍ରଭାବରେ ଆହୁରି ୨୪ ଘଣ୍ଟା ରାଜ୍ୟରେ ପ୍ରବଳ ବର୍ଷାର ସମ୍ଭାବନା ଦେଇଛି ପାଣିପାଗ ବିଭାଗ। ଉତ୍ତର ଓଡ଼ିଶାରେ ବିଶେଷ ଭାବେ ବର୍ଷାର ପ୍ରଭାବ ଅଧିକ ରହିବ। ଆସନ୍ତା ୨୪ ଘଣ୍ଟାରେ ରାଜ୍ୟର ଅନେକ ସ୍ଥାନରେ ବିଜୁଳି ଘଡଘଡି ସହ  ହାଲୁକାରୁ ମଧ୍ୟମ ବର୍ଷା ସହ କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ରାଜ୍ୟରେ ଜାରି ରହିବ। ପ୍ରବଳ ବର୍ଷାକୁ ନେଇ ୨୧ ଜିଲ୍ଲା ବାଲେଶ୍ବର, ଭଦ୍ରକ,ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ ,ଖୋର୍ଦ୍ଧା,  ନୟାଗଡ଼ ,ଗଂଜାମ ,ଗଜପତି, କନ୍ଧମାଳ, ଅନୁଗୁଳ, ଢେଙ୍କାନାଳ ,ମୟୁରଭଞ୍ଜ ,କେନ୍ଦୁଝର, ସୁନ୍ଦରଗଡ, ଝାରସୁଗୁଡା ,ବରଗଡ଼ ,ନୂଆପଡା ଓ ବଲାଙ୍ଗୀର କୁ ୟେଲୋ ୱାର୍ଣ୍ଣିଙ୍ଗ  ଜାରି କରିଛି ପାଣିପାଗ ବିଭାଗ। ସେହିପରି ଆସନ୍ତା କାଲିଠାରୁ ଆଉ ପ୍ରବଳ ବର୍ଷାର ୱାର୍ଣ୍ଣିଙ୍ଗ ନଥିବା ବେଳେ ୨୮ ରୁ ବର୍ଷାର ପରିମାଣ କମିବାର ସମ୍ଭାବନା କରାଯାଉଛି। କିନ୍ତୁ ଟ୍ରପ ଲାଇନ ପ୍ରଭାବରେ ଆସନ୍ତା ୫ ଦିନ ଯାଏ ରାଜ୍ୟର ଅନେକ ସ୍ଥାନରେ ହାଲୁକରୁ ମଧ୍ୟମ ଧରଣର ବର୍ଷା ଲାଗିରହିବ। ସେପଟେ ବର୍ଷାକୁ ନେଇ ଆଗାମୀ ୭  ଦିନ ଯାଏଁ ମୌସୁମୀ ପ୍ରତ୍ୟାବର୍ତ୍ତନ ପାଇଁ ପାଗ ଅନୁକୂଳ ହେବ ନାହିଁ ବୋଲି ଆକଳନ କରିଛି ପାଣିପାଗ ବିଭାଗ । ସେହିପରି ଆସନ୍ତାକାଲି ଆଭ୍ୟନ୍ତରୀଣ ଓ ଉପକୂଳ ଓଡ଼ିଶାର ଅନେକ ସ୍ଥାନରେ ବିଜୁଳି ଘଡଘଡି ସହ ହାଲୁକରୁ ମଧ୍ୟମ ଧରଣର ବର୍ଷାର ସମ୍ଭାବନା ଥିବା ଆକଳନ କରିଛି ପାଣିପାଗ ବିଭାଗ।

ଅଧିକ ପଢନ୍ତୁ : ପ୍ରବଳ ବର୍ଷା ଯୋଗୁଁ ଏହି ଜିଲ୍ଲାର ସମସ୍ତ ସ୍କୁଲ ବନ୍ଦ

ଅନ୍ୟପଟେ ଚଳିତ ମୌସୁମୀ ସିଜିନରେ ରାଜ୍ୟରେ ଜୁନ ୧ରୁ ଏଯାବତ ୧୦୭୨.୦  ମିମି  ମିମି ବର୍ଷା ରେକର୍ଡ ହୋଇଛି। ଏବେବି ୫ ପ୍ରତିଶତ ନିଅଁଟିଆ ବର୍ଷା ରହିଛି। ୧୧୩୦.୭ ମିମି ବର୍ଷା ସ୍ୱାଭାବିକ ରହିବା କଥା। ବର୍ତ୍ତମାନ ସୁଦ୍ଧା ଗୋଟିଏ ଜିଲ୍ଲାରେ ସ୍ୱାଭାବିକଠାରୁ  ଅଧିକ ବର୍ଷା ହୋଇଥିବା ୨୧ ଜିଲ୍ଲାରେ ସ୍ୱାଭାବିକ ବର୍ଷା ରେକର୍ଡ ହୋଇଥିବା ଓ ୮ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ରେକର୍ଡ କରାଯାଇଛି।  ସେପଟେ ଗତ ୨୪ ଘଂଟାରେ ଅଧିକାଂଶ ସ୍ଥାନରେ ହାଲୁକରୁ ମଧ୍ୟମ ଧରଣର ବର୍ଷା  ସହ ୧ ସ୍ଥାନରେ ଅତି ପ୍ରବଳ ୧୧ ଟି ସ୍ଥାନରେ ପ୍ରବଳ ଵର୍ଷା ରେକର୍ଡ ହୋଇଛି। ଏହି କ୍ରମରେ ଅନୁଗୁଳ ତାଳଚେର ରେ ସର୍ବାଧିକ ୧୫୫.୦୦  ମିମି ବର୍ଷା ରେକର୍ଡ ହୋଇଛି।  

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
It will rain heavily for another 24 hours | Argus News