Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
Education Next 2026Register now
|

Argus News - ଆଗାମୀ ୭ ଦିନ ଯାଏ ରାଜ୍ୟରେ ହାଲୁକରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି

argusnews

ଆଗାମୀ ୭ ଦିନ ଯାଏ ରାଜ୍ୟରେ ହାଲୁକରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି

Rashmita Mishra
Browse all articles by Rashmita Mishra
·1 year ago·1 min read
ଆଗାମୀ ୭ ଦିନ ଯାଏ ରାଜ୍ୟରେ ହାଲୁକରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି

ଅର୍ଗସ ବ୍ୟୁରୋ: ରାଜ୍ୟ ଉପରେ ବର୍ତ୍ତମାନ କୌଣସି ପାଣିପାଗର ନିୟାମକ ସକ୍ରିୟ ନାହିଁ। ଫଳରେ ଆଗାମୀ ୭ ଦିନ ଯାଏ ରାଜ୍ୟରେ ହାଲୁକରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତା ୨୪ ଘଣ୍ଟାରେ ରାଜ୍ୟର କିଛି ସ୍ଥାନରେ ବିଜୁଳି ଘଡ଼ଘଡି ସହ ହାଲୁକରୁ ମଧ୍ୟମ ଧରଣର ବର୍ଷା ପାଇଁ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ। ଟୁଇନ ସିଟି ସମେତ ମାଲକାନଗିରି, କୋରାପୁଟ, ରାୟଗଡା,ଗଜପତି, ଗଂଜାମ, କନ୍ଧମାଳ, ନୟାଗଡ, ପୁରୀ, ଜଗତସିଂହପୁର, ଯାଜପୁର, ସୁନ୍ଦରଗଡ, ଅନୁଗୁଳ, ଢେଙ୍କାନାଳ, ମୟୁରଭଞ୍ଜ, ବାଲେଶ୍ବର, ଭଦ୍ରକ, କେନ୍ଦୁଝର ଓ କେନ୍ଦ୍ରାପଡା ଜିଲ୍ଲାରେ ବିଜୁଳି ଘଡଘଡି ସହ ହାଲୁକରୁ ମଧ୍ୟମ ଧରଣର ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ସେହିପରି ଆସନ୍ତାକାଲି ଆଭ୍ୟନ୍ତରୀଣ ଓ ଦକ୍ଷିଣ ଓଡ଼ିଶାରେ ଗୋଟିଏ ଦୁଇଟି ଅଂଚଳରେ ବିଜୁଳି ଘଡଘଡି ସହ ହାଲୁକରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ।...ଏହାସହ ମୌସୁମୀ ଅପସାରଣ ବିଳମ୍ବ ହେଉଥିବାରୁ ଆଦ୍ରତାର ପରିମାଣ ବଢ଼ିବାରେ ଲାଗିଛି। ଫଳରେ ପ୍ରବଳ ଗରମ ସହ ଗୁଳୁଗୁଳି ଅନୁଭୂତି ହେଉଛି। ସମ୍ପୂର୍ଣ ମୌସୁମୀ ପ୍ରତ୍ୟାବର୍ତନ ପରେ ହିଁ ରାଜ୍ୟରେ ଗୁଳୁଗୁଳି କମିବା ଵୋଲି ବିଭାଗ ଆକଳନ କରିଛି।

ଆହୁରି ପଢନ୍ତୁ ପାଣିପାଗ ଖବର...
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Light to moderate rain is expected in the state for the next 7 days | Argus News