Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Painting

Argus News - ୨୨ରେ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା

argusnews

୨୨ରେ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା

Swayangprajna Mishra
Browse all articles by Swayangprajna Mishra
·1 year ago
୨୨ରେ କେନ୍ଦ୍ରୀୟ ବଙ୍ଗୋପସାଗରରେ  ଲଘୁଚାପ ସୃଷ୍ଟି ହେବା ସମ୍ଭାବନା

ଅର୍ଗସ ବ୍ୟୁରୋ : ଆସନ୍ତା ୨୦ ତାରିଖରେ ଉତ୍ତର ଆଣ୍ଡମାନ ସାଗରରେ ସୃଷ୍ଟି ହେବ ଏକ ଘୂର୍ଣ୍ଣିବଳୟ ।ଏହାର ପ୍ରଭାବରେ ୨୨ ତାରିଖ ବେଳକୁ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି।ଯାହାକି ପରବର୍ତ୍ତୀ ପର୍ଯ୍ୟାୟ ରେ ଉତ୍ତର ପଶ୍ଚିମ ଦିଗକୁ ଗତି କରି ୨୪ ତାରିଖ ରେ ଏକ ଅବପାତ ରେ ପରିଣତ ହେବାର ସମ୍ଭାବନା ରହିଛି।ଯାହାର ପ୍ରଭାବରେ ୨୩ ତାରିଖରୁ ରାଜ୍ୟରେ ବର୍ଷା।

ଅଧିକ ପଢନ୍ତୁ : ୨୧ ତାରିଖରେ ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଘୂର୍ଣ୍ଣିବଳୟ

ଉପକୂଳ ଓଡ଼ିଶା ସମେତ ଆଭ୍ୟନ୍ତରିଣ ଓଡିଶାରେ ହେବ ପ୍ରବଳ ବର୍ଷା। କିନ୍ତୁ କୌଣସି ୱାର୍ଣୀଙ୍ଗ ଏବେ ସୁଦ୍ଧା ଦିଆଯାଇନଥିବା ବେଳେ ପାଣିପାଗ ବିଭାଗ ସିଷ୍ଟମ ଉପରେ ନଜର ରଖିଛି।ବର୍ତ୍ତମାନ ପର୍ଯ୍ୟନ୍ତ ବାତ୍ୟାର କୌଣସି ଆକଳନ କରାଯାଇ ନାହିଁ ଚିତ୍ର ସ୍ପଷ୍ଟ ହେଲେ ତାହା ଜଣାଇ ଦିଆଯିବ ବୋଲି କହିଛନ୍ତି ଆଂଚଳିକ ପାଣିପାଗ ବିଭାଗର ନିର୍ଦ୍ଦେଶିକା ମନୋରମା ମହାନ୍ତି।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Painting
Sponsored
Low pressure is likely to form in Central Bay of Bengal on 22nd | Argus News