Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|

Argus News - ଲଘୁଚାପର ରୂପ ନେଇପାରେ ବାଂଲାଦେଶ ଓ ପଶ୍ଚିମବଙ୍ଗ ଉପକୂଳରେ ସୃଷ୍ଟି ଘୂର୍ଣ୍ଣିବଳୟ

argusnews

ଲଘୁଚାପର ରୂପ ନେଇପାରେ ବାଂଲାଦେଶ ଓ ପଶ୍ଚିମବଙ୍ଗ ଉପକୂଳରେ ସୃଷ୍ଟି ଘୂର୍ଣ୍ଣିବଳୟ

Ritu Das
Browse all articles by Ritu Das
·1 year ago
ଲଘୁଚାପର ରୂପ ନେଇପାରେ ବାଂଲାଦେଶ ଓ ପଶ୍ଚିମବଙ୍ଗ ଉପକୂଳରେ ସୃଷ୍ଟି ଘୂର୍ଣ୍ଣିବଳୟ

ଅର୍ଗସ ବ୍ୟୁରୋ: ବାଂଲାଦେଶ ଓ ପଶ୍ଚିମବଙ୍ଗ ଉପକୂଳରେ ସୃଷ୍ଟି ଘୂର୍ଣ୍ଣିବଳୟ ନେଇପାରେ ଲଘୁଚାପର ରୂପ। ଏହା ପ୍ରଭାବରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ଆଶଙ୍କା ଥିବା ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ୨୦ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଆଶଙ୍କା ରହିଛି। ତେବେ ଆଜି ପାଇଁ ୧୨ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। 

ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ଯାଜପୁର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ ଓ କେନ୍ଦୁଝର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଏସବୁ ଜିଲ୍ଲା ଗୁଡ଼ିକରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ଅଧିକ ପଢ଼ନ୍ତୁ ପାଣିପାଗ ଖବର 
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Low pressure | Argus News