Videos
|
argusnews

ଆଜି ବାରିପଦାରେ ରେକର୍ଡ ହେଲା ସର୍ବୋଚ୍ଚ ଦିନ ତାପମାତ୍ରା ୪୬.୪ ଡିଗ୍ରୀ ସେଲସିୟସ

Jitendra Dash
Browse all articles by Jitendra Dash
·2 years ago·1 min read
ଆଜି ବାରିପଦାରେ ରେକର୍ଡ ହେଲା ସର୍ବୋଚ୍ଚ ଦିନ ତାପମାତ୍ରା ୪୬.୪ ଡିଗ୍ରୀ ସେଲସିୟସ

ଅର୍ଗସ ବ୍ୟୁରୋ : ତାତିରୁ ନାହିଁ ନିସ୍ତାର । ଆଜି ଦିନ ୨ଟା ୩୦ ସୁଦ୍ଧା ରେକର୍ଡ ତାପମାତ୍ରା ଅନୁସାରେ ବାଲେଶ୍ବର ସହର ସବୁଠୁ ଉତ୍ତପ୍ତ । ବାଲେଶ୍ବରରେ ୪୬ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି । ଏହା ଏପ୍ରିଲ ମାସର ସର୍ବୋଚ୍ଚ ଦିନ ତାପମାତ୍ରାର ସର୍ବକାଳୀନ ରେକର୍ଡ । ଏହା ପୂର୍ବରୁ ୨୦ ଏପ୍ରିଲ ୨୦୧୦ ରେ ୪୫ ଡିଗ୍ରୀ  ରେକର୍ଡ ହୋଇଥିଲା । ସେହିପରି ରାଜଧାନୀ ଭୁବନେଶ୍ବରରେ ୪୫.୪ ଡିଗ୍ରୀ ଛୁଇଁଛି ପାରଦ । ଏହା ଏପ୍ରିଲ ମାସର ଦ୍ବିତୀୟ ସର୍ବାଧିକ ତାପମାତ୍ରା  । 

୧୧ ଏପ୍ରିଲ ୨୦୧୬ରେ ଭୁବନେଶ୍ବରରେ ସର୍ବୋଚ୍ଚ ତାପମାତ୍ରା ୪୫.୮ ଡିଗ୍ରୀ ସେଲସିୟସ ରେକର୍ଡ ହୋଇଥିଲା । କଟକ, ଭୁବନେଶ୍ବର ଓ ବାଲେଶ୍ବରକୁ ରେଡ୍ ୱାର୍ଣ୍ଣିଂ ଜାରି ହୋଇଛି । ଅଗାମୀ ୨୪ ଘଣ୍ଟା ପାଇଁ ସିଭିୟର ହିଟୱେଭ୍ ଜାରି ରହିବ । ଆସନ୍ତା ୩ ଦିନ ଯାଏଁ ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ପ୍ରବାହ ଜାରି ରହିବ ବୋଲି ପୂର୍ବାନୁମାନ କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

ଅଧିକ ପଢନ୍ତୁ ପାଣିପାଗ ଖବର

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

ସେପପଟେ  ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁଁ ରାଜ୍ୟରେ ବଢୁଛି ଅଂଶୁଘାତ । ଆଜି ସୁଦ୍ଧା ୩୬୭ ଅଂଶୁଘାତ ରୋଗୀ ମେଡିକାଲରେ ଭର୍ତ୍ତି ହୋଇଛନ୍ତି । ସୁନ୍ଦରଗଡ଼ରୁ ୬୦, ମୟୂରଭଞ୍ଜରୁ ୫୦ ଜଣ ରୋଗୀ ଚିହ୍ନଟ ହୋଇଛନ୍ତି । ଅଂଶୁଘାତରେ ଏ ପର୍ଯ୍ୟନ୍ତ ଦୁଇ ଜଣଙ୍କର ମୃତ୍ୟୁ ହୋଇଛି । ଅତ୍ୟଧିକ ଖରା ଯୋଗୁଁ ସନ୍‌ ବର୍ଣ୍ଣ ଭଳି ଚର୍ମ ରୋଗ  ହୋଇପାରେ ବୋଲି କହିଛନ୍ତି ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ । ପିକ୍‌ ଆୱାରରେ ଘରେ ରହିବା ପାଇଁ ସେ ପରାମର୍ଶ ଦେଇଛନ୍ତି । ମୁଣ୍ଡ ବୁଲେଇଲେ କିମ୍ବା ଗଳା ଶୁଖିଲେ ତୁରନ୍ତ ଡାକ୍ତରଖାନା ଯିବାକୁ ପରାମର୍ଶ  । ଛୋଟ ପିଲା, ବୃଦ୍ଧ, ବୃଦ୍ଧା, ଗର୍ଭବତୀ ମହିଳା ଅଧିକ ସତର୍କ ରହିବାକୁ ଜନ ସ୍ୱାସ୍ଥ୍ୟ ବିଭାଗ ପରାମର୍ଶ ଦେଇଛି ।

odisha weather update | Argus News