Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
argusnews

ଆସନ୍ତା ୨୬ ତାରିଖ ଯାଏଁ ରାଜ୍ୟରେ ବର୍ଷା ସମ୍ଭାବନା

Rashmita Mishra
Browse all articles by Rashmita Mishra
·1 year ago
ଆସନ୍ତା ୨୬ ତାରିଖ ଯାଏଁ ରାଜ୍ୟରେ ବର୍ଷା ସମ୍ଭାବନା

ଅର୍ଗସ ବ୍ୟୁରୋ: ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ । ୨୩ ତାରିଖ ସୁଦ୍ଧା ଲଘୁଚାପ ନେବା ସମ୍ଭାବନା । ପ୍ରଭାବରେ ରାଜ୍ୟରେ କାଲିଠୁ ବର୍ଷା ସମ୍ଭାବନା । ଆଗାମୀ ୨୪ ଘଣ୍ଟାରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା ରହିଛି। ଦକ୍ଷିଣ, ଉତ୍ତର ଉପକୂଳ ଓ ଉତ୍ତର ଆଭ୍ୟନ୍ତରୀଣ ଜିଲ୍ଲାର ଗୋଟେ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର । ସେହି ଜିଲ୍ଲା ଗୁଡ଼ିକ ହେଲା- ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, ମାଲକାନଗିକି, କୋରାପୁଟ, ରାୟଗଡା, କନ୍ଧମାଳ, କଟକ , ଜଗତସିଂହପୁର ଓ କେନ୍ଦ୍ରାପଡା । ଆସନ୍ତା ୨୬ ତାରିଖ ଯାଏଁ ରାଜ୍ୟରେ ବର୍ଷା ସମ୍ଭାବନା ଥିବା ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ଅଧିକ ପଢନ୍ତୁ ପାଣିପାଗ ଖବର...

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Rain is likely in the state till next 26th | Argus News