Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
argusnews

21 ରୁ 24 ଯାଏଁ ସାମୟିକ ଆଶ୍ୱସ୍ତି; 25 ରୁ ପୁଣି ବଢିବ ତାତି 

Smruti Parija
Browse all articles by Smruti Parija
·2 years ago·2 min read
21 ରୁ 24 ଯାଏଁ ସାମୟିକ ଆଶ୍ୱସ୍ତି; 25 ରୁ ପୁଣି ବଢିବ ତାତି 

ଭୁବନେଶ୍ୱର: ପ୍ରଚଣ୍ଡ ଗରମ, ଅସମ୍ଭାଳ ତାତିରେ ଛଟପଟ ସାରା ଓଡ଼ିଶା । ଗତକାଲି ରାଜ୍ୟରେ 10ଟି ସହରରେ 43 ଡିଗ୍ରୀ ଛୁଇଁଛି ତାପମାତ୍ରା । ମୋଟ ୩୨ଟି ସହରରେ ୪୦ ଡିଗ୍ରୀ ଡେଇଁଛି ପାରଦ । ୪୪.୩ ଡିଗ୍ରୀ ସହ ବୌଦ୍ଧ ସବୁଠାରୁ ଉତ୍ତପ୍ତ ସହର ହୋଇଛି । ଭୁବନେଶ୍ବରରେ ୪୧.୩ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଥିଲା । ପାଣିପାଗ ବିଭାଗର ଆକଳନ ଅନୁଯାୟୀ ଆହୁରି 2 ଦିନ ଯାଏଁ ଜାରି ରହିବ ଗ୍ରାଷ୍ମ ଲହରୀ । ତା ପରେ ସାମାନ୍ୟ ଆଶ୍ବସ୍ତି ପାଇବେ ରାଜ୍ୟବାସୀ ।

ଆଗାମୀ ୨୪ ଘଣ୍ଟା ମଧ୍ୟରେ ଦିନ ତାପମାତ୍ରା ରେ ବିଶେଷ ପରିବର୍ତ୍ତନର ସମ୍ଭାବନା ନଥିବା ବେଳେ ପରବର୍ତ୍ତୀ ୩ ଦିନ ମଧ୍ୟରେ ପଶ୍ଚିମା-ଝଡ ଦ୍ୱାରା ପ୍ରଶମିତ କାଳବୈଶାଖୀ ପ୍ରଭାବରେ ରାଜ୍ୟର ଅନେକ ସ୍ଥାନରେ ଦିନ ତାପମାତ୍ରା ୨ ରୁ ୩ ଡ଼ିଗ୍ରୀ ଯାଏଁ ହ୍ରାସ ଘଟିବାରେ ସମ୍ଭାବନା ରହିଛି । 21 ରୁ 24 ଯାଏଁ ସାମୟିକ ଆଶ୍ୱସ୍ତି ମିଳିବ । ହେଲେ 25 ରୁ ପୁଣି ବଢିବ ତାତି ।ପ୍ରଭାବରେ ୨୧ ରୁ ୨୪ ଅପ୍ରେଲ ମଧ୍ୟରେ ରାଜ୍ୟରେ ତାତିରୁ ସାମୟିକ ଆଶ୍ବସ୍ତି ମିଳିବାର ସମ୍ଭାବନା ରହିଥିବା ବେଳେ, ୨୫ ତାରିଖ ପରଠାରୁ ପୁଣି ଶୁଷ୍କ ବାୟୁର ପ୍ରଭାବ ବୃଦ୍ଧି ସହ ରାଜ୍ୟର ତାପମାତ୍ରା ବୃଦ୍ଧି ସହ ଅପ୍ରେଲ ଶେଷ ଆଡକୁ ଗ୍ରୀଷ୍ମ ଲହରୀ ସହ କିଛି ଅଞ୍ଚଳରେ ଉଷ୍ମ ଆଦ୍ର ପାଣିପାଗ ପରିସ୍ତିତି ସୃଷ୍ଟି ହେବାର ସମ୍ଭାବନା ରହିଛି ।

ଅନ୍ୟପଟେ ରାଜ୍ୟରେ ଅଂଶୁଘାତରେ ଏଯାବତ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ବାଲେଶ୍ୱରରୁ ଜଣକ ମୃତ୍ୟୁ ହୋଇଥିବା କହିଛନ୍ତି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର । ଏଯାବତ ସାରା ରାଜ୍ୟରେ ଅଂଶୁଘାତ ଓ ହିଟ୍‌ ରିଲେଟେଡ୍‌ ଇଲନେସରେ ମୋଟ ୭୧ ଜଣ ଆକ୍ରାନ୍ତ ହୋଇଛନ୍ତି ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

ପ୍ରବଳ ଖରାରେ କାମ ନ କରିବାକୁ କଡ଼ା ଭାବେ ବାରଣ କରାଯାଇଛି। ଏ ନେଇ ସବୁ ଜିଲାପାଳଙ୍କୁ ସ୍ବତନ୍ତ୍ର ରିଲିଫ କମିଶନର ଚିଠି ଲେଖି ନିର୍ଦ୍ଦେଶ ଦେଇଛନ୍ତି । ଦିନ ୧୧ଟାରୁ ୩ଟା ଭିତରେ ବାହାରେ କାମ ନ କରିବାକୁ କୁହାଯାଇଛି । ନିର୍ଦ୍ଦେଶ ଅବମାନନା ହେଲେ ସଂପୃକ୍ତ ଅଧିକାରୀଙ୍କ ପ୍ରତି କାର୍ଯ୍ୟାନୁଷ୍ଠାନ ହେବ । 

ସିଧାସଳଖ ସୁର୍ଯ୍ୟକିରଣରେ ଆସିଲେ ବିଶେଷ ଅସୁବିଧାର ସମ୍ଭାବନା ହେବେ । ସେହିଭଳି ଚାଷୀ ମାନଙ୍କ ସହ ଗୃହ ପାଳିତ ପଶୁ ମାନଙ୍କୁ ଥଣ୍ଡା ସ୍ଥାନରେ ରହିବା ଆବଶ୍ୟକ । ଏବେର ସିଧାସଳଖ ସୂର୍ଯ୍ୟ କିରଣ ସାଧାରଣ ଲୋକଙ୍କ ପାଇଁ ବେଶ ପ୍ରଭଵ ପକାଇବ ।  ଅଧିକ ଗ୍ରୀଷ୍ମ ପ୍ରବାହ ଯୋଗୁଁ ଅତ୍ୟଧିକ ଖରାରୁ ଦୂରେଇ ରହିବା ଆବଶ୍ୟକ । ଶୋଷ ନହେଲେ ବି ଯଥେଷ୍ଟ ପାଣି ପିଇବା ଉଚିତ । ପାର୍କିଂ ସ୍ଥାନରେ ଗାଡ଼ିରେ ଛୋଟ ପିଲା କିମ୍ବା ଗୃହ ପାଳିତ ପଶୁଙ୍କୁ ଛାଡିକି ନଯିବା ପାଇଁ ପରାମର୍ଶ ଦିଆଯାଇଛି । 

 

ଆହୁରି ପଢନ୍ତୁ ପାଣିପାଗ ଖବର...

Sponsored
Severe Heatwave Scorch Odisha | Argus News