Argus News | Odisha News Today, ଓଡ଼ିଶା ଖବର , Odisha latest news

|
logo
Live

Argus News - ଆଗାମୀ ୨ରୁ ୩ ଡିଗ୍ରୀ ବଢିବ ରାତି ତାପମାତ୍ରା

argusnews

ଆଗାମୀ ୨ରୁ ୩ ଡିଗ୍ରୀ ବଢିବ ରାତି ତାପମାତ୍ରା

Ritu Das
Browse all articles by Ritu Das
·2 years ago·1 min read
ଆଗାମୀ ୨ରୁ ୩ ଡିଗ୍ରୀ ବଢିବ ରାତି ତାପମାତ୍ରା

ଅର୍ଗସ ବ୍ୟୁରୋ: ବଙ୍ଗୋପସାଗରରେ ସକ୍ରିୟ ଗୁରୁଚାପ ବଳୟ । ପ୍ରଭାବରେ ଉପକୂଳ ଓଡ଼ିଶା ସମେତ ପାର୍ଶ୍ଵବର୍ତ୍ତୀ ଜିଲ୍ଲାଗୁଡିକରେ କୋହଲା ପାଗ । ଆଗାମୀ ୨ ଦିନ ଯାଏଁ ଘନ କୁହୁଡ଼ି ଆଶଙ୍କା। ଗୁରୁଚାପ ବଳୟର ସକ୍ରିୟତା ବୃଦ୍ଧି ସହ ପ୍ରଭାବରେ ରାଜ୍ୟ ମଧ୍ୟକୁ ବଙ୍ଗୋପସାଗର ଅଞ୍ଚଳରୁ କ୍ରମାଗତ ଭାବେ ଜଳୀୟବାଷ୍ପ ପୂର୍ଣ୍ଣ ଉଷ୍ମ ବାୟୁ ପ୍ରବେଶ କରୁଥିବାରୁ ଆଗାମୀ ୨ଦିନରେ ରାତ୍ରି ତାପମାତ୍ରାରେ  ଆହୁରି ୨ଡ଼ିଗ୍ରୀ ଯାଏଁ ବୃଦ୍ଧି ସମ୍ଭାବନା ହେତୁ ଆଗାମୀ ୬- ୭ ଦିନ ଯାଏଁ ଶୀତର କୌଣସି ସମ୍ଭାବନା ନାହିଁ। ଏଥିସହ ଆଗାମୀ ୨ଦିନ ଉପକୂଳ ଓଡିଶା ସମେତ ପାର୍ଶ୍ଵବର୍ତ୍ତୀ ଜିଲ୍ଲାଗୁଡିକରେ ମଧ୍ୟ ରାତ୍ରିରୁ ସକାଳ ମଧ୍ୟରେ ଘନକୁହୁଡି ସମ୍ଭାବନା ଥିବାରୁ କିଛି ଜିଲ୍ଲାକୁ ଚେତାବନୀ ଜାରି କରାଯାଇଛି।

ଘନକୁହୁଡି ସମୟରେ ଦୃଶ୍ୟମାନ ଦୂରତା ୨୦୦ମିଟର ରୁ ୫୦ମିଟର ମଧ୍ୟରେ ସୀମିତ ରହୁଥିବାରୁ ଜାତୀୟରାଜପଥ ରେ ଯାତାୟାତ କରୁଥିବା ଯାନବାହାନ ଗୁଡିକରେ ପରିବହନରେ ବାଧା ଉପୁଜିବାର ସମ୍ଭାବନା ଥିବାରୁ ଏଥିପ୍ରତି ଧ୍ୟାନ ଦେବା ପାଇଁ ସୂଚନା ଜାରି  କରାଯାଇଛି। 

ଅଧିକ ପଢ଼ନ୍ତୁ ପାଣିପାଗ ଖବର 
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
The night temperature | Argus News