୨ରୁ ୪ ଡିଗ୍ରୀ ତାପମାତ୍ରା ବଢିବା ନେଇ ପାଣିପାଗ ବିଭାଗର ଆକଳନ

ଅର୍ଗସ ବ୍ୟୁରୋ : ଦୁଇ ଦିନ ପରେ ପୁଣି ବଢିବ ତାତି । ୨ରୁ ୪ ଡିଗ୍ରୀ ତାପମାତ୍ରା ବଢିବା ନେଇ ପାଣିପାଗ ବିଭାଗର ଆକଳନ । ତିନି ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା । ସେପଟେ ମେ ୧୯ରେ ଦକ୍ଷିଣ ଆଣ୍ଡାମାନ ସାଗର ଛୁଇଁବ ମୌସୁମୀ । ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ଗୁରୁବାରଠାରୁ ଦିନର ତାପମାତ୍ରା ୨ରୁ ୪ଡିଗ୍ରୀ ବୃଦ୍ଧି ପାଇବା ନେଇ ପୂର୍ବାନୁମାନ କରାଯାଇଛି ।
ଆସନ୍ତା ୧୮ ତାରିଖରୁ ରାଜ୍ୟବାସୀ ପୁଣି ଗରମରେ ଛଟପଟ ହେବେ । ଉଭୟ ଦକ୍ଷିଣ-ପଶ୍ଚିମ, ଦକ୍ଷିଣ, ଉତ୍ତର-ପଶ୍ଚିମ ଓ ପଶ୍ଚିମ ଦିଗରୁ ବାୟୁମଣ୍ଡଳରୁ ନିମ୍ନ ଭାଗରେ ଶୁଷ୍କ ବାୟୁ ରାଜ୍ୟ ମଧ୍ୟକୁ ପ୍ରବାହିତ ହେଉଛି । ତେବେ ଆଗାମୀ ୨ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବିକ୍ଷିପ୍ତ ବର୍ଷା ହେବାର ସମ୍ଭାବନା ରହିଛି । କିନ୍ତୁ ୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ କୌଣସି ହିଟୱେଭ ସ୍ଥିତି ସୃଷ୍ଟି ହେବାର ସମ୍ଭାବନା ନାହିଁ ବୋଲି ବିଭାଗ ସ୍ପଷ୍ଟ କରିଛି ।
ଅଧିକ ପଢନ୍ତୁ ପାଣିପାଗ ଖବର
📱 Get Argus News App
✨ସେହିପରି ରାଜ୍ୟରେ ଆସନ୍ତା ୨୫ ତାରିଖରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ବିଭିନ୍ନ ମଡେଲ ଜରିଆରେ ଏହା ଅନୁମାନ କରାଯାଇଛି । ଏକ ଲଘୁଚାପ ବଙ୍ଗୋପସାଗରରେ ସୃଷ୍ଟି ହୋଇ ପୂର୍ବ ଭାରତ ଉପକୂଳ ଆଡ଼କୁ ମୁହାଁଇବା ସହ ଘନୀଭୂତ ହୋଇ ଅବପାତର ରୂପ ନେଇପାରେ । ତେବେ ଏହା ମିଆଁମାର କିମ୍ବା ବାଂଲାଦେଶ ଆଡ଼କୁ ଗତି କରିପାରେ ବୋଲି ଜଣାପଡ଼ିଛି । ଗୁରୁବାର ରାଜ୍ୟର ୧୩ଟି ଜିଲ୍ଲା ପାଇଁ ବିଜୁଳି ଓ ଘଡ଼ଘଡ଼ି ନେଇ ୟେଲେ ୱାର୍ଣ୍ଣିଂ ଜାରି କରାଯାଇଛି ।