ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯ଜଣ ରହିଥିବା ବେଳେ ବରଗଡ଼, କଟକ, ନୟାଗଡ଼ ଜିଲ୍ଲାରୁ ୫ଜଣ ଲେଖାଏଁ ରହିଛନ୍ତି । ଗଞ୍ଜାମ, ପୁରୀ, ସୁନ୍ଦରଗଡ଼ ଜିଲ୍ଲାରୁ ୩ଜଣ ଲେଖାଏଁ ରହିଥିବା ବେଳେ ଅନୁଗୁଳ, ଯାଜପୁର, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ଜଣ ଲେଖାଏଁ ରହିଛନ୍ତି । ସେହିପରି ବାଲେଶ୍ୱର, ଢେଙ୍କାନାଳ, ଗଜପତି, ଜଗତସିଂହପୁର, ଝାରସୁଗୁଡ଼ା, କଳାହାଣ୍ଡି, ମୟୁରଭଞ୍ଜ, ନୂଆପଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।
ପୁଣି ୪୭ ଜଣଙ୍କ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର: ରାଜ୍ୟରେ କମୁଛି ସଂକ୍ରମଣ, କିନ୍ତୁ ବ୍ରେକ ଲାଗୁନି ମୃତ୍ୟୁ ସଂଖ୍ୟାରେ। ଯାହାକୁ ନେଇ ସମସ୍ତେ ଚିନ୍ତା ପ୍ରକଟ କରୁଛନ୍ତି। ଆଜି ରାଜ୍ୟରେ ୪୭ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୮୪୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
Download Argus News App
