ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୦ ଜଣଙ୍କର ଜୀବନ ନେଇଛି କରୋନା । ଏମାନଙ୍କ ଭିତରେ ଭୁବନେଶ୍ୱରରୁ ଅଛନ୍ତି ୬ ଜଣ ।
ସେହିପରି ବରଗଡ଼, ଢେଙ୍କାନାଳ, ପୁରୀ ଜିଲ୍ଲାରୁ କରୋନାରେ ଆଉ ୫ ଜଣ ଲେଖାଏ ମୃତ୍ୟୁବରଣ କରିଛନ୍ତି । ଗଞ୍ଜାମ, ନୟାଗଡ଼, ରାୟଗଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାରୁ କରୋନା ନେଇଛି ୪ ଜଣ ଲେଖାଏ ସଂକ୍ରମିତଙ୍କ ଜୀବନ ।
କଳାହାଣ୍ଡି, କେନ୍ଦ୍ରାପଡ଼ା, ନବରଙ୍ଗପୁର ଜିଲ୍ଲାରେ ୩ ଜଣ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । କଟକ, ଯାଜପୁର, ମୟୂରଭଞ୍ଜରେ ଆଉ ୨ ଜଣ ଲେଖାଏ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ବରଗଡ଼, ଜଗତସିଂହପୁର, କୋରାପୁଟ ଜିଲ୍ଲାରେ ଜଣେ ଲେଖାଏ ମୃତ୍ୟୁବରଣ କରିଛନ୍ତି ।