ଭୁବନେଶ୍ୱର: ରାଜ୍ୟରେ କରୋନ ସଂକ୍ରମଣ ତଳମୁହାଁ ହୋଇଥିବା ବେଳେ ମୃତ୍ୟୁ ସଂଖ୍ୟା ସାମାନ୍ୟ ହ୍ରାସ ପାଇଛି । ତଥାପି ଲୋକଙ୍କ ମଧ୍ୟରେ ପ୍ରଶ୍ନ ଏବେ କରୋନା ମୃତ୍ୟୁ ସଂଖ୍ୟାରେ ବ୍ରେକ ଲାଗିବ। ଆଜି ରାଜ୍ୟରେ ୬୬ ଜଣଙ୍କର ମୁଣ୍ଡ ନେଇଛି କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୬ ହଜାର ୧୬୮ ଜଣଙ୍କର ମୃତ୍ୟୁ ଘଟିଛି। ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୧୮ଜଣ, କଟକ ଜିଲ୍ଲାରୁ ୧୦ଜଣ , ପୁରୀ ଜିଲ୍ଲାରୁ ୯ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୬ଜଣ, ଅନୁଗୁଳ ଜିଲ୍ଲାରୁ ୫ଜଣ, ଯାଜପୁର ଓ ଝାରସୁଗୁଡ଼ା ଜିଲ୍ଲାରୁ ୩ଜଣ ଲେଖାଏଁ ରହିଛନ୍ତି । ସେହିପରି ଭଦ୍ରକ, ବଲାଙ୍ଗୀର, ନୟାଗଡ଼ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ ସୁନ୍ଦରଗଡ଼, କେନ୍ଦ୍ରାପଡ଼ା, କନ୍ଧମାଳ, କଳାହାଣ୍ଡି, ଗଞ୍ଜାମ, ଢେଙ୍କାନାଳ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।