କଟକରୁ ସର୍ବାଧିକ ୩୮ ଜଣ ମୃତ୍ୟୁ ବରଣ କରିଥିବା ବେଳେ, ଜଗତସିଂହପୁରରୁ ୯, ଢେଙ୍କାନାଳରୁ ୬, ଯାଜପୁର, କେନ୍ଦ୍ରାପଡା ଓ ମୟୂରଭଞ୍ଜରୁ ୩ ଲେଖାଏଁ, ଅନୁଗୋଳ, ନବରଙ୍ଗପୁରରୁ ୨ ଲେଖାଏଁ, ଭଦ୍ରକ କେନ୍ଦୁଝରରୁ ଜଣେ ଲେଖାଏଁ ପ୍ରାଣ ହରାଇଛନ୍ତି ।
ଆଜି ରାଜ୍ୟରେ କରୋନା ନେଇଛି ୬୯ଜଣଙ୍କ ମୁଣ୍ଡ

ଭୁବନେଶ୍ୱର: ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟାରେ ବ୍ରେକ ଲାଗିପାରୁନି । ପ୍ରତ୍ୟେକ ଦିନ ମୃତ୍ୟୁ ସଂଖ୍ୟା ବଢ଼ି ବଢ଼ି ଚାଲିଛି । ଆଜି ରାଜ୍ୟରେ ୬୯ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୭୬୯୭କୁ ବୃଦ୍ଧି ପାଇଛି ।
Download Argus News App
