କଲରାପତରିଆ ବାଘ ଛାଲ ବିକ୍ରି ପାଇଁ ୩ଲକ୍ଷ ଟଙ୍କାର ଡିଲ୍ ହୋଇଥିଲା । ବାଘଟିକୁ ଗୁଳି କରି ହତ୍ୟା କରିଥିବା ସନ୍ଦେହ କରାଯାଉଛି । ବାଘ ଛାଲ ରାକେଟ୍ ନେଇ ଏସଟିଏଫର ଖୋଳତାଡ ଆରମ୍ଭ ହୋଇଛି ।
ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରୁ କଲରାପତରିଆ ବାଘ ଛାଲ ଜବତ । ଖଣ୍ଡଗିରି ଅଞ୍ଚଳରୁ ବାଘ ଛାଲ ଜବତ କଲା କ୍ରାଇମବ୍ରାଞ୍ଚ ଏସଟିଏଫ୍ । ଜଣେ ଅଭିଯୁକ୍ତକୁ ଗିରଫ କରିଛି ଏସଟିଏଫ୍ ।
କଲରାପତରିଆ ବାଘ ଛାଲ ବିକ୍ରି ପାଇଁ ୩ଲକ୍ଷ ଟଙ୍କାର ଡିଲ୍ ହୋଇଥିଲା । ବାଘଟିକୁ ଗୁଳି କରି ହତ୍ୟା କରିଥିବା ସନ୍ଦେହ କରାଯାଉଛି । ବାଘ ଛାଲ ରାକେଟ୍ ନେଇ ଏସଟିଏଫର ଖୋଳତାଡ ଆରମ୍ଭ ହୋଇଛି ।
ଅର୍ଗସ ବ୍ୟୁରୋ: ଏସଏଚଜି ଗୃପ ମହିଳାଙ୍କ ନିକଟରୁ ଟଙ୍କା ନେଇ ସିଆରପି ଫେରାର। ଏଣେ ମହିଳାମାନେ ଆସି ସିଆରପିଙ୍କ ସ୍ୱାମୀଙ୍କୁ ଘେରିଛନ୍ତି। ମହିଳାଙ୍କ ଟଙ୍କା ଠକି ନେବା ସହିତ ୨୧ ବର୍ଷ ଧରି ବୈବାହିକ ଜୀବନ ବିତାଇଥିବା ସ୍ୱାମୀକୁ ବି ଛାଡି ଅନ୍ୟ ଯୁବକ ସହିତ ଫେରାର ହୋଇଯାଇଛନ୍ତି ସିଆରପି। ଯାହାକୁ ନେଇ ସ୍ୱାମୀ ଥାନାର ଦ୍ୱାରସ୍ଥ ହୋଇଛନ୍ତି। ଏହି ୪୨୦ ସିଆରପି ହେଲେ ଖୁଣ୍ଟା ବ୍ଲକ ବିସିପୁର ଅଞ୍ଚଳର ସିଆରପି ଆଠପଡା ଗ୍ରାମର ବାସନ୍ତୀ ମୁର୍ମୁ। ଗତ ମାସ ସ୍ଥାନୀୟ ବିଭିନ୍ନ ଏସଏଚଜି ଗୃପର ମହିଳାଙ୍କ ଲୋନ ପାସ କରାଇ ଦେବା ପରେ ସେମାନଙ୍କ ନିକଟରୁ ଅଢେଇ ଲକ୍ଷ ରୁ ଉର୍ଦ୍ଧ ଟଙ୍କା ଠକି ନେଇ ସ୍ୱାମୀ କୁ ଛାଡି ଅନ୍ୟ ଜଣେ ଯୁବକ ସହିତ ଫେରାର ହୋଇଯାଇଛନ୍ତି।
ଏହି ଖବର ଜଣାପଡିବା ପରେ ଗୃପର ମହିଳାମାନେ ଆସି ବାସନ୍ତୀଙ୍କ ସ୍ୱାମୀଙ୍କୁ ଟଙ୍କା ଫେରାଇବାକୁ ଦାବି କରିଛନ୍ତି। ଯାହାକୁ ନେଇ ବାସନ୍ତୀଙ୍କ ସ୍ୱାମୀ ଡ଼ମାନ ଉଦଳା ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ହେଲେ ଏହି ୪୨୦ ସିଆରପି ନିଜର ୨ ଭେଣ୍ଡିଆ ପୁଅ, ରୋଗାକ୍ରାନ୍ତ ସ୍ୱାମୀକୁ ଛାଡି ଯାଇଥିବା ବେଳେ ତୁରନ୍ତ ତାଙ୍କୁ ପୋଲିସ ଖୋଜି ଠକି ନେଇଥିବା ଟଙ୍କା ଉଦ୍ଧାର କରିବାକୁ ଦାବି କରିଛନ୍ତି ଠକାମୀର ଶିକାର ହୋଇଥିବା ମହିଳା।
ଅଧିକ ପଢ଼ନ୍ତୁ ଓଡିଶା ଖବର:
କନ୍ଦୁଝର: ଯାତ୍ରା ଦେଖି ଯାଇଥିବାବେଳେ ଘରୁ ଚୋରି। ଆନନ୍ଦପୁର ଥାନା ଚମର୍ଦା ଗାଁର ରମେଶ ଚନ୍ଦ୍ର ସାହୁଙ୍କ ପରିବାର ଗାଁ ରେ ଚାଲିଥିବା ଯାତ୍ରା ଦେଖିବାକୁ ଯାଇଥିବା ସମୟରେ ତାଙ୍କ ଘରୁ ନଗଦ ଟଙ୍କା ସହିତ ସୁନା ଓ ରୁପା ଅଳଙ୍କାର ଚୋରି ହୋଇଥିବା ଅଭିଯୋଗ କରିଛନ୍ତି।
ଅଭିଯୋଗ ଅନୁଯାୟୀ ରମେଶ ପଦ୍ମପୁର ଗାଁରେ ଏକ ଅଳଙ୍କାର ଦୋକାନ କରି ଜୀବନ ଜୀବିକା ଚଳାଇଥାନ୍ତି। ତେବେ ଗତକାଲି ରାତିରେ ଚୋର ମାନେ ତାଙ୍କ ଘରୁ ୯ହଜାର ଟଙ୍କା ସମେତ ୮୦ ଗ୍ରାମ ରୁପା ଓ ୧୦ ଗ୍ରାମ ର ସୁନା ଗହଣା ଚୋରି ହୋଇଯାଇଛି। ଯାତ୍ରା ଅଧାରୁ ରମେଶ ଙ୍କ ବାପା ଘରକୁ ଆସିବାରୁ ଘର ର ଚାବି ଭଙ୍ଗା ହୋଇ ଚୋରି ହୋଇଯାଇଥିବା ଦେଖିବାକୁ ପାଇଥିଲେ। ଘଟଣା ର ଲିଖିତ ଅଭିଯୋଗ ପରେ ପୋଲିସ ତଦନ୍ତ ଆରମ୍ଭ କରିଛି।
ଅଧିକ ପଢନ୍ତୁ ଓଡ଼ିଶା ଖବର