ଭାରତରେ ମୁଣ୍ଡପିଛା ବାର୍ଷିକ ନଷ୍ଟ ହେଉଛି 50 କେଜି ଖାଦ୍ୟ ।
ଭୁବନେଶ୍ଵର: ସମ୍ବଲପୁର ବିଶ୍ୱବିଦ୍ୟାଳୟର ନୂତନ କୁଳପତି ଭାବେ ନିଯୁକ୍ତି ପାଇଥିବା ପ୍ରଫେସର ସଞ୍ଜିବ ମିତ୍ତଲଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଅଭିନନ୍ଦନ ଜଣାଇଛନ୍ତି। ଏ ନେଇ ସେ ଟ୍ଵିଟ କରିଛନ୍ତି।
ସେ ଲେଖିଛନ୍ତି ଯେ, ସମ୍ବଲପୁର ବିଶ୍ୱବିଦ୍ୟାଳୟର ନୂତନ କୁଳପତି ଭାବେ ନିଯୁକ୍ତି ପାଇଥିବା ପ୍ରଫେସର ସଞ୍ଜିବ ମିତ୍ତଲଙ୍କୁ ଅଭିନନ୍ଦନ। ତାଙ୍କ ନେତୃତ୍ୱରେ ଓଡ଼ିଶା ବିଶେଷତଃ ପଶ୍ଚିମ ଓଡ଼ିଶାର ଉଚ୍ଚଶିକ୍ଷାରେ ଗୁଣାତ୍ମକ ମାନ ବଢ଼ିବ ଓ ଛାତ୍ରଛାତ୍ରୀମାନେ ବିଭିନ୍ନ କ୍ଷେତ୍ରରେ ସଫଳତା ହାସଲ କରିବେ ବୋଲି ମୋର ଦୃଢ଼ ବିଶ୍ୱାସ।
ମାନ୍ୟବର ରାଜ୍ୟପାଳ ତଥା ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ଓଡ଼ିଶା ପ୍ରଫେସର ଗଣେଶୀ ଲାଲ 4 ବର୍ଷ ପାଇଁ ସମ୍ବଲପୁର ବିଶ୍ୱବିଦ୍ୟାଳୟର କୁଳପତି ଭାବରେ ପ୍ରଫେସର ସଞ୍ଜୀବ ମିତ୍ତଲଙ୍କୁ ନିଯୁକ୍ତ କରିଛନ୍ତି। ପ୍ରଫେସର ମିତ୍ତଲ ଗୁରୁ, ଗୋବିନ୍ଦ ସିଂ ଇନ୍ଦ୍ରପ୍ରସ୍ଥ ବିଶ୍ୱବିଦ୍ୟାଳୟର ପ୍ରଫେସର ଭାବରେ କାର୍ଯ୍ୟ କରୁଛନ୍ତି।