ମୁମ୍ୱାଇ: ସାମ୍ନାକୁ ଆସିଲା ବଲିଉଡର ଖିଲାଡ଼ି ବୟ ଅକ୍ଷୟ କୁମାରଙ୍କ ଫିଲ୍ମ ‘କେସରୀ’ର ଟ୍ରେଲର । ଯାହାକୁ ନେଇ ସୋସିଆଲ ମିଡିଆରେ ଚର୍ଚ୍ଚା ଜୋର ଧରିଛି । ଅକ୍ଷୟଙ୍କ ଫିଲ୍ମ ‘କେସରୀ’ ୨୧ ଜଣ ସିଖ ସୌନିକ ଏବଂ ୧୦,୦୦୦ ଆଫଗାନିଙ୍କ ମଧ୍ୟରେ ହୋଇଥିବା ଯୁଦ୍ଧକୁ ନେଇ ଏହି କାହାଣୀ ତିଆରି ହୋଇଛି ।
Me÷ hey bhagvan? meri life me abhi aur kitni prblm h? God÷#KesariTrailer#Kesari pic.twitter.com/tVwzox8aQe
— Mr.Bauva (@BadmashBauva) February 21, 2019
କେସରୀର ଟ୍ରେଲରେ ଅକ୍ଷୟ କୁମାରଙ୍କ ସହ ଅଭିନେତ୍ରୀ ପରିଣୀତି ଚୋପ୍ରା ନଜର ଆସିବେ । ଏଥିରେ ପରିଣିତିଙ୍କର ମଧ୍ୟ ଦମଦାର ଚରିତ୍ର ରହିଛି । ତେବେ ଏହି ଫିଲ୍ମରେ ଅକ୍ଷୟ କୁମାରଙ୍କ ଡ଼ାଇଲଗକୁ ନେଇ ସୋସିଆଲ ମିଡିଆରେ ଚର୍ଚ୍ଚା ଜୋର ଧରିଛି ।
ତେବେ ଦୀର୍ଘ ଦିନ ଧରି ଅପେକ୍ଷାରେ ଥିବା ଅକ୍ଷୟଙ୍କ ଫ୍ୟାନଙ୍କ ପାଇଁ ଏହା ହେଉଛି ବଡ଼ ଖୁସି ଖବର । ଏହି ପିଲ୍ମଟି ଏକ ସତ୍ୟ ଘଟଣା ଉପରେ ଆଧାରିତ ଅଟେ । ତେବେ ସମସ୍ତେ ଏହି ଫିଲ୍ମକୁ ନେଇ ଅପେକ୍ଷାରେ ଅଛନ୍ତି ଯେ ଏହା କେବେ ପରଦାକୁ ଆସୁଛି ।Mohalle ki aunty after seeing ciggarette in your hand.#KesariTrailer #Kesari pic.twitter.com/ASGkPjLMKm
— शैतान अमरीका (@dubeyavish) February 21, 2019
An incredible true story of valour, sacrifice & bravery - told like never before! #KesariTrailer out now - https://t.co/eDqk8Lts6t@ParineetiChopra @SinghAnurag79 @karanjohar @apoorvamehta18 @SunirKheterpal @DharmaMovies #CapeOfGoodFilms @iAmAzure @ZeeStudios_ #Kesari
— Akshay Kumar (@akshaykumar) February 21, 2019
ଅର୍ଗସ ବ୍ୟୁରୋ : ଆଜି ରାଜ୍ୟ କାର୍ଯ୍ୟାଳୟଠାରେ ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲଙ୍କ ଉପସ୍ଥିତିରେ ବରଗଡ ଜିଲ୍ଲା ବିଜେଡିର ବରିଷ୍ଠ ସଂଗଠକ ଡା. ସୁଶିଲ କୁମାର ଶର୍ମା ଆଜି ଆନୁଷ୍ଠାନିକ ଭାବେ ବିଜେପିରେ ଯୋଗ ଦେଲେ । ଶ୍ରୀ ଶର୍ମାଙ୍କ ସମେତ ତାଙ୍କର ଶତାଧିକ ସମର୍ଥକ ଓ ବିଜେଡିର ଶତାଧିକ ନେତା ଓ କର୍ମୀ ବିଜେପିରେ ଯୋଗ ଦେଇଛନ୍ତି । ସେହିପରି ପ୍ରମୋଦ କୁମାର ଦେବତ, ସୁରେନ୍ଦ୍ର ସାହୁ, ନରେନ୍ଦ୍ର କୁମାର ସାହୁ, ସନାତନ ବଢ଼େଇ, ନନ୍ଦକିଶୋର ସାହୁ, ଡକ୍ଟର ବିଶ୍ୱାଳ, ପ୍ରମୋଦ କୁମାର ପଣ୍ଡା, ପ୍ରମିଳା ବଢ଼େଇ, ଉମାକାନ୍ତ ବଢ଼େଇ, ବାଶୁଦେବ ସାହୁ, ଲକ୍ଷ୍ମୀ ସେଠୀ, ଦମୟନ୍ତୀ ସାହୁ, ଗୌତମ ସାହୁ, ରାକେଶ ନେଗି, କରୁଣାକର ସାହୁ, ଯୁଗେଶ୍ୱର ସାହୁ ପ୍ରମୁଖ ଆନୁଷ୍ଠାନିକ ଭାବେ ବିଜେପି ସାମିଲ ହୋଇଛନ୍ତି ।
ଅଧିକ ପଢନ୍ତୁ ଓଡ଼ିଶା ଖବର
ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱ ଏବଂ ଭାରତୀୟ ଜନତା ପାର୍ଟି ପ୍ରତି ଦେଶବାସୀ ତଥା ରାଜ୍ୟବାସୀଙ୍କ ଆସ୍ଥା ବୃଦ୍ଧି ପାଇଚାଲିଛି ଏବଂ ଆଗାମୀ ଦିନରେ ଓଡ଼ିଶାରେ ମଧ୍ୟ ଏହା ନିଶ୍ଚିତ ପ୍ରତିଫଳିତ ହେବ ବୋଲି ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ କହିଛନ୍ତି ।
ଯଶ୍ୱସୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଆସ୍ଥା ଓ ରାଜ୍ୟ ସଭାପତି ଶ୍ରୀ ସାମଲଙ୍କ ନେତୃତ୍ୱ ଏବଂ ଦୃଢ଼ ସଂଗଠନ ପାଇଁ ଆଜି ପାର୍ଟିରେ ଯୋଗ ଦେଇଛି । ଆଗାମୀ ଦିନରେ ମୋଦିଜୀଙ୍କ ହାତ ମୁଠାକୁ ଦୃଢ଼ କରିବା ପାଇଁ ଯେଉଁ କାର୍ଯ୍ୟ ପାର୍ଟି ଦେବ ତାହା ମୁଁ କରିବି । ରାଜ୍ୟରେ ଅନ୍ୟାୟ, ଦୁର୍ନୀତି, ଭ୍ରଷ୍ଟାଚାର ବହୁ ବୃଦ୍ଧି ପାଇଛି । ବରଗଡ ଆଜି ବିଭିନ୍ନ ବିକାଶମୂଳକ କାର୍ଯ୍ୟରୁ ବଂଚିତ ରହୁଛନ୍ତି । ବହୁ ଶୀଘ୍ର ବରଗଡବାସୀ ଶାସକ ବିଜେଡିକୁ ଉଚିତ୍ ଜବାବ୍ ଦେବେ ବୋଲି ଡା. ଶର୍ମା କହିଛନ୍ତି ।
ଶ୍ରୀ ସୁଶୀଲ କୁମାର ଶର୍ମାଙ୍କ ସମେତ ଅନ୍ୟ ସମସ୍ତ ନୂତନ ସଦସ୍ୟଙ୍କୁ ଦଳୀୟ ଉତରୀୟ ଓ ଟୋପି ପିନ୍ଧାଇ ସ୍ୱାଗତ କରିଥିଲେ ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ । ଏହି ମିଶ୍ରଣ ପର୍ବ ଅବସରରେ ରାଜ୍ୟ ଉପସଭାପତି ବିରଂଚି ନାରାୟଣ ତ୍ରିପାଠୀ, ରାଜ୍ୟ ସମ୍ପାଦକ ସରୋଜ କର, ରାଜ୍ୟ ମୁଖପାତ୍ର ରମାରଞ୍ଜନ ବଳିୟାରସିଂହ, ମନୋଜ ମହାପାତ୍ର, ସମବାୟ ପ୍ରକୋଷ୍ଠର ରାଜ୍ୟ ସଂଯୋଜକ ପବିତ୍ର ଦାସ ପ୍ରମୁଖ ଉପସ୍ଥିତ ଥିଲେ ।
ଅର୍ଗସ ବ୍ୟୁରୋ : ଆରମ୍ଭ ହେବାକୁ ଯାଉଛି ଆଫ୍ରିକା ବିପକ୍ଷରେ ଟି-୨୦ ସିରିଜ । ଆଉ ମୁହାଁମୁହିଁ ହେବେ ଭାରତ-ଦକ୍ଷିଣ ଆଫ୍ରିକା । ଦକ୍ଷିଣ ଆଫ୍ରିକାରେ ଭାରତୀୟ ଦଳ ୩ଟି ଟେଷ୍ଟ ଏବଂ ଦିନିକିଆ ଖେଳିବା ସହ ୨ଟି ଟେଷ୍ଟ ମ୍ୟାଚ ବିଶିଷ୍ଟ ସିରିଜ ଖେଳିବାକୁ ଯାଉଛି । ବିଶ୍ବକପରେ ପରେ ବିଶ୍ରାମ ନେଇଥିବା ବିରାଟ କୋହଲି ଦକ୍ଷିଣ ଆଫ୍ରିକା ବିପକ୍ଷ ସିରିଜରେ ଖେଳିବେ ବୋଲି କୁହାଯାଉଥିଲା । କିନ୍ତୁ କୋହଲି ବିସିସିଆଇକୁ ଏକ ସୂଚନା ଦେଇଛନ୍ତି କି, ସେ ଦିନିକିଆ ଏବଂ ଟି-୨୦ ମ୍ୟାଚ ଖେଳି ପାରିବେ ନାହିଁ । ଏଥିସହ ସେ କେତେ ଦିନ ଖେଳିବେ କି ନାହିଁ ସେ ସମ୍ପର୍କରେ କୌଣସି ସ୍ପଷ୍ଟତା ନାହିଁ ।
ଅଧିକ ପଢନ୍ତୁ ଖେଳ ଖବର
ଏଥି ସହିତ ଭାରତୀୟ ଦଳର ନିୟମିତ ଅଧିନାୟକ ରୋହିତ ଶର୍ମା ଦିନିକିଆ ଏବଂ ଟି -୨୦ ଫର୍ମାଟରେ ଉପଲବ୍ଧ ହେବେ କି ନାହିଁ ତାହା ବର୍ତ୍ତମାନ ସୁଦ୍ଧା ସ୍ପଷ୍ଟ ହୋଇନାହିଁ । ପ୍ରାୟ ଏକ ବର୍ଷ ପୂର୍ବେ ରୋହିତ ଶର୍ମା ଏବଂ ବିରାଟ କୋହଲି ଟି -୨୦ ଫର୍ମାଟରେ ଭାରତ ପାଇଁ ଖେଳିଥିଲେ । ଉଭୟ ଖେଳାଳିଙ୍କୁ ଟି -୨୦ ବିଶ୍ୱକପ ୨୦୨୨ରେ ଦେଖିବାକୁ ମିଳିଥିଲା, କିନ୍ତୁ ସେବେଠାରୁ ଉଭୟ ଭାରତ ପାଇଁ ଟି -୨୦ ଫର୍ମାଟ ଖେଳିନଥିଲେ । ନିକଟରେ ଭାରତରେ ଅନୁଷ୍ଠିତ ଦିନିକିଆ ବିଶ୍ବକପରେ କୋହଲି ସର୍ବାଧିକ ସ୍କୋର କରିଥିଲେ । ଦମଦାର ବ୍ୟାଟିଂ କରିବା ସହ କ୍ରିଡ଼ାପ୍ରେମୀଙ୍କ ମନ ଜିଣିଥିଲେ । ମାତ୍ର ଭାରତର ଫାଇନାଲ ପରାଜୟ ଆଜି ମଧ୍ୟ ଚର୍ଚ୍ଚାର ବିଷୟ ପାଲଟିଛି ।
ଅର୍ଗସ ବ୍ୟୁରୋ : ରାଜ୍ୟ ସରକାରଙ୍କ ଅପାରଗତା କାରଣରୁ ସ୍ମାର୍ଟ ସିଟି ଭୁବନେଶ୍ୱରବାସୀଙ୍କ ଜୀବନ ଅତ୍ୟନ୍ତ ଦୟନୀୟ ହୋଇପଡିଛି । ରାଜଧାନୀର ମଧ୍ୟବର୍ତୀ ଅଂଚଳରେ ଥିବା ଗାଡକଣସ୍ଥିତ ‘ଅସ୍ଥାୟୀ ଡମ୍ପିଂ ୟାର୍ଡ’ ଆଜି ‘ସ୍ଥାୟୀ ଡମ୍ପିଂ ୟାର୍ଡ’ରେ ପରିଣତ ହୋଇ କୃତ୍ରିମ ପାହାଡର ଭ୍ରମ ସୃଷ୍ଟି କରିଛି । ଅଳିଆ ଆବର୍ଜନାପୂର୍ଣ୍ଣ ଏହି କୃତ୍ରିମ ପାହାଡରୁ ନିର୍ଗତ ଅସହ୍ୟ ର୍ଦୁଗନ୍ଧ କାରଣରୁ ଲୋକଙ୍କ ଜୀବନ ଅତିଷ୍ଠ ହୋଇପଡିଛି । ଏହାକୁ ସମ୍ପୂର୍ଣ ଉଚ୍ଛେଦ ପାଇଁ ଭୁବନେଶ୍ୱର ସାଂଗଠନିକ ଜିଲ୍ଲା ବିଜେପି ପକ୍ଷରୁ ସୈନିକ ସ୍କୁଲ ସମ୍ମୁଖରେ ଆରମ୍ଭ ହୋଇଥିବା ସତ୍ୟାଗ୍ରହ ଆଜି ତୃତୀୟ ଦିନରେ ପହଁଚିଛି। ଏହି ସତ୍ୟାଗ୍ରହ କୁ ଭୁବନେଶ୍ୱର ବାସୀ ଙ୍କ ବିପୁଳ ସମର୍ଥନ ଦେଖିବାକୁ ମିଳୁଛି।ଅସୁସ୍ଥ ପରିବେଶ,ବାୟୁ ପ୍ରଦ୍ୟୁଷଣ ଓ ଅସହ୍ୟ ର୍ଦୁଗନ୍ଧ କାରଣରୁ ସ୍ଥାନୀୟ ଅଂଚଳବାସୀ ଘରର କବାଟ ବନ୍ଦ କରି ରହିବା ସହିତ ମୁହଁରେ ମାସ୍କ ପିନ୍ଧୁଛନ୍ତି । ଏପରିକି ଚର୍ମରୋଗ, ଶ୍ୱାସରୋଗ ଓ କ୍ୟାନସର ଭଳି ମାରାତ୍ମକ ରୋଗ ବ୍ୟାପିବାରେ ଲାଗିଛି । ରାଜ୍ୟ ସରକାରଙ୍କ ଏଭଳି ଅମାନୁଷିକ ପଦକ୍ଷେପ ନେବା କାରଣରୁ ଆଜି ଭାରତୀୟ ଜନତା ପାର୍ଟି ଜିଲ୍ଲା ପକ୍ଷରୁ ‘ଡମ୍ପିଂ ୟାର୍ଡ’କୁ ନେଇ ସତ୍ୟାଗ୍ରହ ଆରମ୍ଭ କରିଛି । ଲୋକଙ୍କର ସାଧାରଣ ଜୀବନ ବିପଦଜନକ ପରିସ୍ଥିତି ରେ ଥିବାବେଳେ ଦାୟିତ୍ବ ରେ ଥିବା ବିଜୁଜନତା ଦଳର ବିଧାୟକ ଓ ମେୟର ମାନଙ୍କ ନିରବତା ସାଧାରଣ ଲୋକମାନଙ୍କ ଭିତରେ ଭୟ ଓ ନିରୁଉତ୍ସାହ ସୃଷ୍ଠି କରୁଛି। ତେଣୁ ସାଧାରଣ ଲୋକଙ୍କ ସ୍ବାସ୍ଥ୍ୟ କୁ ଗୁରୁତ୍ଵ ଦେଇ ସରକାର ତୁରନ୍ତ ପଦକ୍ଷେପ ନିଅନ୍ତୁ।
ଅଧିକ ପଢନ୍ତୁ ଓଡ଼ିଶା ଖବର
ବହୁ ବୟସ୍କବ୍ୟକ୍ତି ଓ ଛୋଟ ପିଲା ମାନେ ଏହାର ଶିକାର ହେଲେଣି। ବିଶେଷ କରି ଅଂଚଳରେ ଥିବା କେନ୍ଦ୍ରୀୟ ବିଦ୍ୟାଳୟ,ସୈନିକ ସ୍କୁଲ, ଉତ୍କଳ ବିଶ୍ୱବିଦ୍ୟାଳୟ, ଇଷ୍ଟକୋଷ୍ଟ ରେଲୱେ ଅଫିସ, ମେଡିକାଲ, ସରକାରୀ ଓ ଘରୋଇ କଲୋନୀ, ଅପୋଲ ହସ୍ପିଟାଲ ସମ୍ପୂର୍ଣ ପ୍ରଭାବିତ। ସ୍ଥାନୀୟ ଗାଁ ଗାଡ଼କଣ, ରଙ୍ଗମାଟିଆ, ଡମଣା, ମଞ୍ଚେଶ୍ୱର ସହିତ ଗଜପତି ନଗର, ସରକାରୀ କ୍ୱାଟର, କଲୋନୀ ଆଦି ବାସିନ୍ଦା ତ୍ରାହି ତ୍ରାହି କଲେଣି। ମନ୍ଦିର ମାଳିନୀ ରାଜଧାନୀ ସହରକୁ କନ୍ଧିଆ ସହର ଭାବରେ ପରିଣତ କରିଥିବା ବିଜୁ ଜନତା ଦଳ ର ନେତା ମାନଙ୍କୁ ଯେତେ ଧିକ୍କାର କଲେବି କମ୍ ହେବ ବୋଲି ତୃତୀୟ ଦିନର ସତ୍ୟାଗ୍ରହ ରେ ରାଜ୍ୟ ପ୍ରବକ୍ତା ଦିଲ୍ଲୀପ ମହାନ୍ତି କ୍ଷଭୋ ପ୍ରକାଶ କରି କହିଛନ୍ତି।
ଭୁବନେଶ୍ଵରକୁ ଆବର୍ଜନା ଓ ଅସ୍ୱାସ୍ଥ୍ୟକର ପରିବେଶ ସୃଷ୍ଟି କରିବାରେ ବିଜୁ ଜନତା ଦଳ ୧ ନମ୍ବର। ବିଜୁ ଜନତା ଦଳର ବିଧାୟକ ମାନେ ଓ ମେୟର ନୈତିକତା ଦୃଷ୍ଟିରୁ ରାଜଧାନୀ ବାସୀଙ୍କୁ କ୍ଷମା ପ୍ରାର୍ଥନା କରିବା ସହ ସ୍ଥାନୀୟ ଅଞ୍ଚଳରେ ଏଥିପାଇଁ ରୋଗରେ ଆକ୍ରାନ୍ତ ଲୋକଙ୍କ ଚିକିତ୍ସା ଖର୍ଚ୍ଚ ବହନ କରନ୍ତୁ। ଏହି ଦୁର୍ଗନ୍ଧ ପରିବେଶ ପାଇଁ ଭୁବନେଶ୍ୱରବାସିନ୍ଦାଙ୍କ ଦୁଃଖ ଓ ଧର୍ଯ୍ୟର ସୀମାକୁ ରାଜ୍ୟ ସରକାର ପରୀକ୍ଷା ନକରି ଏହାର ସୁବ୍ୟବସ୍ଥା କରନ୍ତୁ । ନବୀନ ବାବୁ ଏହି ‘ଡମ୍ପିଂ ୟାର୍ଡ’ର ସ୍ଥାୟୀ ସମାଧାନ ନକଲେ ଭାରତୀୟ ଜନତା ପାର୍ଟି ଏହି ସତ୍ୟାଗ୍ରହକୁ ଜାରି ରଖିବ।ଏହି ସମସ୍ୟାର ସ୍ତାଇ ସମାଧାନ ନ କରାଗଲେ ଆଗାମୀ ଦିନରେ ଭାରତୀୟ ଜନତା ପାର୍ଟି ଭୁବନେଶ୍ୱର ସାଂଗଠନିକ ଜିଲ୍ଲା ବିଜେପି ପକ୍ଷରୁ ଆଇନି ଅମାନ୍ୟ ଆନ୍ଦୋଳନ ,ଜେଲ୍ ଭର ଅନ୍ଦୋଳନାତ୍ମ କାର୍ଯ୍ୟପନ୍ଥା ଗ୍ରହଣ କରିବ। ଅଳିଆ ପାହାଡ଼ କରି ଦାୟିତ୍ବ ନନେଲେ ଭୁବନେଶ୍ୱର ବାସୀ ସେ ଦାୟିତ୍ବ ନେବାକୁ ପସ୍ତୁତ ତେଣୁ ମେୟର ମହୋଦୟ ଙ୍କୁ ବିନମ୍ବର ଅନୁରୋଧ ସେ ଦାୟିତ୍ବ ଛାଡ଼ିଦିଅନ୍ତୁ ବୋଲି ଭୁବନେଶ୍ୱର ସାଂଗଠନିକ ଜିଲ୍ଲା ବିଜେପି ସଭାପତି ବାବୁ ସିଂ କହିଛନ୍ତି।
ବିଜୁ ଜନତା ଦଳ କେବଳ ରାଜନୀତି କରିବାରେ ବେସ୍ତ ଲୋକଙ୍କୁ ମୌଳିକ ସୁବିଧା ଯୋଗାଇବା ରେ ନୁହେଁ ,ଏହା ନୈତିକ ହିନ ରାଜନେତା ମାନଙ୍କ ଲକ୍ଷଣ। ସ୍ବଚ୍ଛତା ନାମରେ କୋଟି କୋଟି ଟଙ୍କା ଦୁର୍ନୀତି କରିବା ଓ ସାଧାରଣ ଲୋକଙ୍କ ଟଙ୍କା ଲୁଟି ଖାଇବା ବିଜୁ ଜନତା ଦଳର ଅଭ୍ୟାସ। ଏହି ଆନ୍ଦୋଳନ ଲୋକଙ୍କ ପାଇଁ ଚାଲିଛି ଓ ଆଗକୁ ମଧ୍ୟ ଏଭଳି ଚାଲିଥିବ ବୋଲି ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଜଗନ୍ନାଥ ପ୍ରଧାନ କହିଛନ୍ତି।
ଆଜିର ଏହି ତୃତୀୟ ଦିନର ସତ୍ୟାଗ୍ରହ ରେ ରାଜ୍ୟ ପ୍ରବକ୍ତା ରମାରଞ୍ଜନ ବଳିୟାରସିଂ, ଅନିଲ ବିଶ୍ଵାଳ, ସତ୍ୟବ୍ରତ ପଣ୍ଡା, ବରିଷ୍ଟ ବିଜେପି ନେତା ସଜନ୍ ଶର୍ମା, ସୁଜିତ୍ କୁମାର ଦାସ,ବିଜେପି ନେତା ସୁଶାନ୍ତ ସାବତ, ରାଜେନ୍ଦ୍ର ଦାସ,ନିରଞ୍ଜନ ରାଉତରାୟ, ବିଜୟ ରାଉତ, ଯତୀନ୍ଦ୍ର ମହାନ୍ତି, ଅଞ୍ଜନ ନାଥ,ଅଶୋକ ସେଠୀ, ଲିପା ଦାସ, ସଂଗ୍ରାମ ନାୟକ, ମନୋରଞ୍ଜନ ସ୍ବାଇଁ ,ଜ୍ୱତିରେଖା ନାୟକ,ସୁମିତ୍ରା ଆଚାର୍ଯ୍ୟ, ସୋୟମ୍ଭୁ ପଟ୍ଟନାୟକ ଓ ଜିଲ୍ଲା ସମସ୍ତ ବରିଷ୍ଟ ନେତୃତ ଉପସ୍ଥିତ ଥିଲେ।