ପୁରୀ: ଆଜି ବଲିଉଡ ଷ୍ଟାର ଅକ୍ଷୟ କୁମାରଙ୍କ ଜନ୍ମ ଦିନ । ଅକ୍ଷୟ କୁମାର ୫୩ ବର୍ଷରେ ଆଜି ପଦାର୍ପଣ କରିଥିବାବେଳେ ତାଙ୍କୁ ଶୁଭେଚ୍ଛାର ସୁଅ ବିଭିନ୍ନ ମହଲରୁ ଦିଆଯାଉଛି । ପୁରୀରେ ବାଲୁକା କଳା ମାଧ୍ୟମରେ ତାଙ୍କୁ ଜନ୍ମ ଦିନର ଶୁଭେଚ୍ଛା ଦିଆଯାଇଛି । ଏହି ପରିପ୍ରେକ୍ଷୀରେ ବିଶିଷ୍ଟ ବାଲୁକାଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ପୁରୀ ବେଳାଭୂମିରେ ଏକ ସୁନ୍ଦର ବାଲୁକାକଳାଟିଏ ନିର୍ମାଣ କରିଛନ୍ତି । ଯେଉଁଥିରେ ଅକ୍ଷୟ କୁମାରଙ୍କ ପ୍ରତିକୃତିକୁ ସ୍ଥାନ ଦେଇଥିବାବେଳେ 'ଏ ରୋଲ ମଡେଲ ହିରୋ ବାର୍ତା' ରହିଛି ଏହି ବାଲୁକାକଳାରେ ।
ଅକ୍ଷୟ କୁମାର ସବୁବେଳେ ନିଜ ଅଭିନୟ ଓ କଳା ମାଧ୍ୟମରେ ସମାଜକୁ ବିଭିନ୍ନ ସଚେତନତା ବାର୍ତ୍ତା ଦେଇଥାନ୍ତି । ଏଥିପାଇଁ ଅକ୍ଷୟ କୁମାରଙ୍କ ସ୍ୱତନ୍ତ୍ର ସ୍ଥାନ ରହିଛି ବଲିଉଡରେ ଏବଂ ତାଙ୍କ ପ୍ରଶଂସକଙ୍କ ଭିତରେ । ତେବେ ଅଗାମୀ ଦିନରେ ସେ ଆହୁରି ସଫଳ ହୁଅନ୍ତୁ ଓ ଦୀର୍ଘଜୀବି ହୁଅନ୍ତୁ ବୋଲି ବାଲୁକାକଳା ମାଧ୍ୟମରେ ସୁଦର୍ଶନ ପଟ୍ଟନାୟକ ବାର୍ତ୍ତା ଦେଇଛନ୍ତି ।
ପୁରୀ: ଆଜି ଶ୍ରୀମନ୍ଦିରରେ ରତ୍ନସିଂହାସନ ଉପରେ ଶ୍ରୀଜୀଉମାନଙ୍କର ପଇତା ଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଅପରାହ୍ନ 5 ଟା ଠାରୁ ରାତି 10 ଟା ପର୍ଯ୍ୟନ୍ତ ଶ୍ରଦ୍ଧାଳୁଙ୍କ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର କାର୍ଯ୍ୟାଳୟ ପକ୍ଷରୁ ସୂଚନା ମିଳିଛି । ଦଇତାପତି ସେବାୟତଙ୍କ ଏହା ଗୋଷ୍ଠୀଗତ ସେବା ହୋଇଥିବା ବେଳେ ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଶ୍ରୀମନ୍ଦିରର ଜୟବିଜୟ ଦ୍ଵାର ବନ୍ଦ ରହିବ। ଓ ଦଇତାପତି ସେବାୟତ ମାନେ ତିନି ଭାଗରେ ବିଭକ୍ତ ହୋଇ ରତ୍ନସିଂହାସନ ଉପରେ ଚଢି ମହାପ୍ରଭୁଙ୍କ ଏହି ଗୁପ୍ତ ସେବା କରିଥାନ୍ତି ।
ଦ୍ଵିପହର ଧୂପ ସରିବାପରେ ଦଇତାପତି ସେବକମାନେ ମହାପ୍ରଭୁଙ୍କୁ ପଇତାଲାଗି କରିବେ। ପ୍ରାୟ ୫ ଘଣ୍ଟା ଧରି ଏହି ନୀତି ଚାଲିବା ଯୋଗୁଁ ସର୍ବସାଧାରଣଙ୍କର ଦର୍ଶନ ବନ୍ଦ ରହିବ। ଏହି ନୀତି ସମ୍ପୂର୍ଣ୍ଣ ହେବାପରେ ଶ୍ରୀବିଗ୍ରହଙ୍କୁ ମହାସ୍ନାନ କରାଯିବା ପରେ ଶ୍ରଦ୍ଧାଳୁମାନେ ଶ୍ରୀଜୀଉମାନଙ୍କୁ ଦର୍ଶନ କରିପାରିବେ। ବର୍ଷକୁ ପ୍ରାୟ ଦୁଇଥର ଓ ଆବଶ୍ୟକ ପଡିଲେ ତିନିଥର ମହାପ୍ରଭୁଙ୍କ ପଇତାଲାଗି ନୀତି ଅନୁଷ୍ଠିତ ହୋଇଥାଏ।
ଅଧିକ ପଢନ୍ତୁ ଓଡ଼ିଶା ଖବର
ନୂଆଦିଲ୍ଲୀ: ଆଜି ଭାରତୀୟ ନୌସେନା ଦିବସ । ଶୌର୍ଯ୍ୟ ଓ ପରାକାଷ୍ଠା ଦେଖାଇବାର ଦିନ । ଏଥିପାଇଁ ମହାରାଷ୍ଟ୍ରର ସିନ୍ଧୁଦର୍ଗରେ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ କରାଯାଉଛି । ଯେଉଁଠି ନୌବୀର ମାନେ ନିଜର ପରାକାଷ୍ଠା ଦେଖାଇବେ । ଏହି କାର୍ଯ୍ୟକ୍ରମରେ ଯୋଗ ଦେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏହି ଅବସରରେ ରାଜକୋଟ ଦୁର୍ଗରେ ଛତ୍ରପତି ଶିବାଜୀ ମହାରାଜାଙ୍କ ଏକ ପ୍ରତିମୂର୍ତ୍ତି ଉନ୍ମୋଚନ କରିବେ ପିଏମ୍ ।
ପ୍ରତିବର୍ଷ ଡିସେମ୍ବର ୪କୁ ନୌସେନା ଦିବସ ଭାବେ ପାଳନ କରାଯାଏ । ଆଜିର କାର୍ଯ୍ୟକ୍ରମରେ ନୌବୀରମାନେ ନିଜର ପରାକାଷ୍ଠା ଦେଖାଇବେ । ଏହାସହ ନୌସେନାର ଅନେକ ୱାର୍ ସିପ୍ ନିଜର ପରାକ୍ରମ ଦେଖାଇବେ । ଏହି ଅବସରରେ ରାଜକୋଟ ଦୁର୍ଗରେ ଛତ୍ରପତି ଶିବାଜୀ ମହାରାଜାଙ୍କ ଏକ ପ୍ରତିମୂର୍ତ୍ତି ଉନ୍ମୋଚନ କରିବେ ପିଏମ୍ । ପ୍ରତିବର୍ଷ ଡିସେମ୍ବର ୪କୁ ନୌସେନା ଦିବସ ଭାବେ ପାଳନ କରାଯାଏ । ଆଜିର କାର୍ଯ୍ୟକ୍ରମରେ ନୌବୀରମାନେ ନିଜର ପରାକାଷ୍ଠା ଦେଖାଇବେ । ଏହାସହ ନୌସେନାର ଅନେକ ୱାର୍ ସିପ୍ ନିଜର ପରାକ୍ରମ ଦେଖାଇବେ ।
ଅଧିକ ପଢନ୍ତୁ ଭାରତ ଖବର