ନିକଟରେ କଙ୍ଗନାଙ୍କ ତରଫରୁ ଏହି ସୂଚନା ଜାରି କରାଯାଇଛି ଯେ,ତାଙ୍କ ଫିଲ୍ମ’ଥାଲାଇଭି’ର ରିଲିଜ୍ ଡେଟ୍ ସ୍ଥଗିତ କରାଯାଇଛି । ଏଥିରେ କୁହାଯାଇଛି ଯେ, ଏହି ଫିଲ୍ମର ଏକ ବହୁଭାଷି ଫିଲ୍ମ ଅଟେ । ଏହା ୨୩ ଏପ୍ରିଲରେ ରିଲିଜ୍ ହେବାକୁ ପ୍ରସ୍ତୁତ ହୋଇଥିଲା । କିନ୍ତୁ କରୋନାର ଏଭଳି ପରିସ୍ଥିତିକୁ ଦୃଷ୍ଟିରେ ରଖି, ଫିଲ୍ମ ରିଲିଜ୍ ଡେଟ୍ ଉପରେ ଏବେ ରୋକ୍ ଲଗାଯାଇଛି ।

ନୂଆଦିଲ୍ଲୀ : କରୋନାର ଦ୍ୱିତୀୟ ଲହରୀ ଦ୍ରୁତ ଗତିରେ ବଢିଚାଲିଛି । ଏହାକୁ ଦୃଷ୍ଟିରେ ରଖି ପୁଣି କରୋନା କଟକଣା କଠୋର ହେବାରେ ଲାଗିଲାଣି । ମହାରାଷ୍ଟ୍ରରେ କରୋନାର ପ୍ରଭାବ ସବୁଠାରୁ ବେଶି ପଡୁଥିବା ଦେଖିବାକୁ ମିଳୁଛି । ଏହାର ପ୍ରଭାବ ସାଧାରଣ ଲୋକଙ୍କ ଠାରୁ ଆରମ୍ଭ କରି ,ଅନେକ୍ କଳାକାରଙ୍କ କ୍ଷେତ୍ରରେ ପଡୁଥିବା ଦେଖିବାକୁ ମିଳୁଛି । ଏହାରି ମଧ୍ୟରେ ଅଭିନେତ୍ରୀ କଙ୍ଗନା ରାଣାୱତଙ୍କ ଫିଲ୍ମ’ଥାଲାଇଭି’ର ରିଲିଜ ଡେଟ୍କୁ ସ୍ଥଗିତ କରାଯାଇଛି ।

ଅର୍ଗସ ବ୍ୟୁରୋ : ଯାଜପୁରରେ ବଡ ଅଘଟଣ । ମାଲବାହୀ ଟ୍ରେନ୍ରେ କଟି ୬ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି । ଯାଜପୁର ରୋଡ୍ ଷ୍ଟେସନ୍ ଚୂନଭାଟି ପ୍ଲଟ୍ ନିକଟରେ ଘଟିଛି ଏହି ଅଭାବନୀୟ ଘଟଣା । ପ୍ରବଳ ବର୍ଷା, ପବନ ଯୋଗୁଁ ଟ୍ରେନ୍ ବଗି ତଳେ ବସିଥିଲେ ଶ୍ରମିକ ।
ଅଧିକ ପଢନ୍ତୁ ଓଡ଼ିଶା ଖବର
ଏହି ଘଟଣାରେ ଶୋକ ପିରକାଶ କରିଛନ୍ତି କେନ୍ଦ୍ରମନ୍ତ୍ରୀ । କହିଛନ୍ତି ଏହି ଅଭାବନୀୟ ଘଟଣାରେ ବ୍ୟକ୍ତିଙ୍କ ଦେହାନ୍ତ ହେବା ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଉଛି । ଆହତଙ୍କ ଆଶୁ ଆରୋଗ୍ୟ କାମନା କରୁଛି ।

ଅର୍ଗସ ବ୍ୟୁରୋ : କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆସନ୍ତାକାଲି ଠାରୁ ଜୁନ ୧୧ ତାରିଖ ପର୍ଯ୍ୟନ୍ତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ୯ ବର୍ଷ ପୂର୍ତ୍ତି ଅବସରରେ ଢେଙ୍କାନାଳ, ଦେବଗଡ, ସମ୍ବଲପୁର ଓ ବରଗଡ ଜିଲ୍ଲାରେ ଆୟୋଜିତ ଗରିବ କଲ୍ୟାଣ ସମାବେଶରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି ।
ଅଧିକ ପଢନ୍ତୁ ଓଡ଼ିଶା ଖବର
ଏହି ଗସ୍ତର ପ୍ରଥମ ଦିନରେ ଶ୍ରୀ ପ୍ରଧାନ ଢେଙ୍କାନାଳର କଙ୍କଡାହାଡ ଠାରେ ଆୟୋଜିତ ଗରିବ କଲ୍ୟାଣ ସମାବେଶରେ ଯୋଗଦେବେ । କାମାକ୍ଷାନଗରରେ କମ୍ୟୁନିଟି ରେଡିଓ- “ରେଡିଓ ବସୁଧା”ର ଲୋକାର୍ପଣ କାର୍ଯ୍ୟକ୍ରମରେ ଯୋଗଦେବେ । କାମାକ୍ଷାନଗରରେ ଦଳ ପକ୍ଷରୁ ଅନୁଷ୍ଠିତ ସଂଯୁକ୍ତା ମୋର୍ଚ୍ଚା ବୈଠକରେ ସାମିଲ ହେବାର କାର୍ଯ୍ୟକ୍ରମ ରହିଛି ।
ଦ୍ୱିତୀୟ ଦିନରେ ଶ୍ରୀ ପ୍ରଧାନ ଭୁବନେଶ୍ୱର ଠାରେ ଦିଲ୍ଲୀପ ଶତପଥୀ ମେମୋରିଆଲ ରାଜ୍ୟସ୍ତରୀୟ ପ୍ରଶ୍ନତ୍ତୋର ପ୍ରତିଯୋଗିତା କାର୍ଯ୍ୟକ୍ରମ ଏବଂ କେନ୍ଦ୍ର ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରଣାଳୟ ପକ୍ଷରୁ ଆୟୋଜିତ ଜନଜାତୀୟ ଖେଳ ମହୋତ୍ସବ- ୨୦୨୩ରେ ସାମିଲ ହେବେ । ତୃତୀୟ ଦିନରେ ଶ୍ରୀ ପ୍ରଧାନ ଦେବଗଡର ବଡବଗିଚା ଏବଂ ସମ୍ବଲପୁର ରେଙ୍ଗାଲି ବ୍ଲକରେ ଆୟୋଜିତ ପୃଥକ ପୃଥକ ଗରିବ କଲ୍ୟାଣ ସମାବେଶରେ ଯୋଗଦେବା ସହ ପୁରାତନ କାର୍ଯ୍ୟକର୍ତ୍ତାଙ୍କୁ ଭେଟିବେ ।
ଜୁନ ୧୧ ତାରିଖ ଗସ୍ତର ଶେଷ ଦିନରେ ଶ୍ରୀ ପ୍ରଧାନ ବରଗଡରେ ବିପିସିଏଲର ବାୟୋ ଇଥାନଲ ରିଫାଇନାରୀ ପରିଦର୍ଶନ କରିବା ସହ ବଲାଙ୍ଗୀର ଟାଉନ ଠାରେ ଇନଡୋର ଷ୍ଟାଡିୟମ ଉଦଘାଟନ କରିବେ । ବରଗଡ ନୃସିଂହନାଥ ପାଇକମାଲ ଠାରେ ଗରିବ କଲ୍ୟାଣ ସମାବେଶ ସହ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି ।
