Argus Update News 8am
ଭୁବନେଶ୍ଵର: ରାଜ୍ୟରେ ଆଜି ମୋଟ ୮୮ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ମୋଟ ୩ ଲକ୍ଷ ୩୩ ହଜାର ୭୮୮ ଜଣ ସୁସ୍ଥ ହୋଇଛନ୍ତି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍ କରିଛନ୍ତି।
ସୁନ୍ଦରଗଡରୁ ସର୍ବାଧିକ ୨୧ ଜଣ ସୁସ୍ଥ ହୋଇଥିବା ବେଳେ ଯାଜପୁରରୁ ୭, ବାଲେଶ୍ବରରୁ ୬, ବରଗଡରୁ ୬, କେନ୍ଦୁଝରରୁ ୬, ପୁରୀରୁ ୬, ଖୋର୍ଦ୍ଧାରୁ ୫, ମୟୂରଭଞ୍ଜରୁ ୫, କଟକରୁ ୪, ବୌଦ୍ଧରୁ ୩, ବଲାଙ୍ଗୀରିରୁ ୨, ଜଗତସିଂହପୁରରୁ ୨, ନୂଆପଡାରୁ ୨, ରାୟଗଡାରୁ ୨, ସମ୍ବଲପୁରରୁ ୨, ଅନୁଗୁଳରୁ ୧, ଭଦ୍ରକରୁ ୧, ଦେବଗଡରୁ ୧, ଢେଙ୍କାନାଳରୁ ୧, ଗଞ୍ଜାମରୁ ୧, ଝାରସୁଗୁଡାରୁ ୧, କୋରାପୁଟରୁ ୧, ସୋନପୁରରୁ ୧ ଏବଂ ଷ୍ଟେଟ ପୁଲରୁ ସୁସ୍ଥ ହୋଇଛନ୍ତି ।