କୁଳଡିହାର ସୁରକ୍ଷା ନେଇ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କଲେ ନୀଳଗିରିର ରାଜକୁମାରୀ କୁମାରୀ ଆକୃତି
ଭୁବନେଶ୍ବର: ରାଜଧାନୀରୁ ଆଜି 03ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। 03 ଜଣ ଆକ୍ରାନ୍ତଙ୍କ ମଧ୍ୟରୁ କ୍ଵାରେଣ୍ଟିନରୁ 01 ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ମାମଲା 02 ରହିଛି। । ଆଜିର ଆକ୍ରାନ୍ତଙ୍କ ସଂଖ୍ୟାକୁ ମିଶାଇ ଭୁବନେଶ୍ବରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା 31ହଜାର 943କୁ ବୃଦ୍ଧି ହୋଇଛି।
ସେହିପରି ଭୁବନେଶ୍ବରରୁ ଆଜି 12 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଆଜିର ସୁସ୍ଥ ସଂଖ୍ୟାକୁ ମିଶାଇ ଭୁବନେଶ୍ବରରୁ ମୋଟ 31 ହଜାର 592ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସେହିପରି ଭୁବନେଶ୍ବରରୁ 82 ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଥିବା ବେଳେ 248 ଜଣଙ୍କର ମୃତ୍ୟୁ ହୋଇଛି। ଏନେଇ ଭୁବନେଶ୍ବର ମହାନଗର ନିଗମ ପକ୍ଷରୁ ସୂଚନା ମିଳିଛି।