ବିବାହ କରିବେ ନଦୀ କନ୍ୟା...
ଭୁବନେଶ୍ବର: ରାଜଧାନୀରୁ ଆଜି 04 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। 04 ଜଣ ଯାକ ସ୍ଥାନୀୟ ସଂକ୍ରମିତ ହୋଇଛନ୍ତି। ଆଜିର ଆକ୍ରାନ୍ତଙ୍କ ସଂଖ୍ୟାକୁ ମିଶାଇ ଭୁବନେଶ୍ବରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା 31ହଜାର 975କୁ ବୃଦ୍ଧି ହୋଇଛି।
ସେହିପରି ଭୁବନେଶ୍ବରରୁ ଆଜି 05 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଆଜିର ସୁସ୍ଥ ସଂଖ୍ୟାକୁ ମିଶାଇ ଭୁବନେଶ୍ବରରୁ ମୋଟ 31 ହଜାର 632ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସେହିପରି ଭୁବନେଶ୍ବରରୁ 74 ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଥିବା ବେଳେ 248 ଜଣଙ୍କର ମୃତ୍ୟୁ ହୋଇଛି। ଏନେଇ ଭୁବନେଶ୍ବର ମହାନଗର ନିଗମ ପକ୍ଷରୁ ସୂଚନା ମିଳିଛି।