କୋର୍ଟ ଚାଲାଣ ଘଟଣାରେ ତଦନ୍ତ ନିର୍ଦ୍ଦେଶ...
ଭୁବନେଶ୍ବର: ରାଜଧାନୀରୁ ଆଜି 10 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। 10 ଜଣ ଆକ୍ରାନ୍ତଙ୍କ ମଧ୍ୟରୁ କ୍ଵାରେଣ୍ଟିନରୁ 05 ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ମାମଲା 05 ରହିଛି। ଆଜିର ଆକ୍ରାନ୍ତଙ୍କ ସଂଖ୍ୟାକୁ ମିଶାଇ ଭୁବନେଶ୍ବରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା 31 ହଜାର 703 କୁ ବୃଦ୍ଧି ହୋଇଛି।
ସେହିପରି ଆଜି ଭୁବନେଶ୍ବରରୁ 11 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଆଜିର ସୁସ୍ଥ ସଂଖ୍ୟାକୁ ମିଶାଇ ଭୁବନେଶ୍ବରରୁ ମୋଟ 31 ହଜାର 237 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସେହିପରି ଭୁବନେଶ୍ବରରୁ 202 ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଥିବା ବେଳେ 242 ଜଣଙ୍କର ମୃତ୍ୟୁ ହୋଇଛି। ଏନେଇ ଭୁବନେଶ୍ବର ମହାନଗର ନିଗମ ପକ୍ଷରୁ ସୂଚନା ମିଳିଛି।