ଜେଲରୁ ବାହାରି ପ୍ରଥମେ ଅର୍ଗସକୁ ଦେଲେ ପ୍ରତକ୍ରିୟା...
ଭୁବନେଶ୍ବର: ରାଜଧାନୀରୁ ଆଜି 02ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। 02ଜଣ ଆକ୍ରାନ୍ତଙ୍କ ମଧ୍ୟରୁ କ୍ଵାରେଣ୍ଟିନରୁ 01 ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ମାମଲା 01 ରହିଛି। ଆଜିର ଆକ୍ରାନ୍ତଙ୍କ ସଂଖ୍ୟାକୁ ମିଶାଇ ଭୁବନେଶ୍ବରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା 31ହଜାର 925କୁ ବୃଦ୍ଧି ହୋଇଛି।
ସେହିପରି ଆଜି ଭୁବନେଶ୍ବରରୁ 10 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଆଜିର ସୁସ୍ଥ ସଂଖ୍ୟାକୁ ମିଶାଇ ଭୁବନେଶ୍ବରରୁ ମୋଟ 31 ହଜାର 520 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସେହିପରି ଭୁବନେଶ୍ବରରୁ 137 ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଥିବା ବେଳେ 247 ଜଣଙ୍କର ମୃତ୍ୟୁ ହୋଇଛି। ଏନେଇ ଭୁବନେଶ୍ବର ମହାନଗର ନିଗମ ପକ୍ଷରୁ ସୂଚନା ମିଳିଛି।