ସହାୟତା ଅପେକ୍ଷାରେ ଅକ୍ଷୟ ...
ଭୁବନେଶ୍ବର: ରାଜଧାନୀରୁ ଆଜି 04ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। 04ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ସମସ୍ତ ମାମଲା ସ୍ଥାନୀୟ ରହିଛି। ଆଜିର ଆକ୍ରାନ୍ତଙ୍କ ସଂଖ୍ୟାକୁ ମିଶାଇ ଭୁବନେଶ୍ବରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା 31 ହଜାର 848କୁ ବୃଦ୍ଧି ହୋଇଛି।
ସେହିପରି ଭୁବନେଶ୍ବରରୁ ଆଜି 05ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଆଜିର ସୁସ୍ଥ ସଂଖ୍ୟାକୁ ମିଶାଇ ଭୁବନେଶ୍ବରରୁ ମୋଟ 31 ହଜାର 381ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସେହିପରି ଭୁବନେଶ୍ବରରୁ 200 ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଥିବା ବେଳେ 246 ଜଣଙ୍କର ମୃତ୍ୟୁ ହୋଇଛି। ଏନେଇ ଭୁବନେଶ୍ବର ମହାନଗର ନିଗମ ପକ୍ଷରୁ ସୂଚନା ମିଳିଛି।