ଭୁବନେଶ୍ଵର: ରାଜ୍ୟରେ ଆଜି ମୋଟ ୧୩୦୩ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ମୋଟ ୩ ଲକ୍ଷ ୦୧ ହଜାର ୭୭୭ ଜଣ ସୁସ୍ଥ ହୋଇଛନ୍ତି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍ କରିଛନ୍ତି। ଖୋର୍ଦ୍ଧାରୁ ସର୍ବାଧିକ ୧୦୮ ଜଣ ସୁସ୍ଥ ହୋଇଥିବାବେଳେ ଅନୁଗୁଳରୁ ୧୦୩, ମୟୂରଭଞ୍ଜରୁ ୧୦୧, ସୁନ୍ଦରଗଡରୁ ୯୭, ଖୋର୍ଦ୍ଧାରୁ ୯୬, ଝାରସୁଗୁଡାରୁ ୮୬, ଜଗତସିଂହପୁରରୁ ୫୫, କେନ୍ଦ୍ରାପଡାରୁ ୫୩, କେନ୍ଦୁଝରରୁ ୫୦, କଳାହାଣ୍ଡିରୁ ୪୭, ବଲାଙ୍ଗୀରରୁ ୪୬, ନୟାଗଡରୁ ୪୦, କୋରାପୁଟରୁ ୩୮, ବରଗଡ-ନୂଆପଡାରୁ ୩୭, ପୁରୀରୁ ୩୪, ସମ୍ବଲପୁରରୁ ୩୨, ଯାଜପୁରରୁ ୩୦, ଗଞ୍ଜାମରୁ ୨୬, ସୋନପୁରରୁ ୨୫, ନବରଙ୍ଗପୁରରୁ ୨୨, ରାୟଗଡାରୁ ୧୪, ଢେଙ୍କାନାଳରୁ ୧୧, ମାଲକାନଗିରିରୁ ୧୦, କନ୍ଧମାଳରୁ ୯, ବୌଦ୍ଧରୁ ୭, ଗଜପତିରୁ ୪, ଦେବଗଡରୁ ୩ ଓ ଭଦ୍ରକରୁ ୨ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।
