ସେହିପରି ଆଜି ଭୁବନେଶ୍ବରରୁ 10 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଆଜିର ସୁସ୍ଥ ସଂଖ୍ୟାକୁ ମିଶାଇ ଭୁବନେଶ୍ବରରୁ ମୋଟ 31 ହଜାର 294 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସେହିପରି ଭୁବନେଶ୍ବରରୁ 200 ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଥିବା ବେଳେ 243 ଜଣଙ୍କର ମୃତ୍ୟୁ ହୋଇଛି। ଏନେଇ ଭୁବନେଶ୍ବର ମହାନଗର ନିଗମ ପକ୍ଷରୁ ସୂଚନା ମିଳିଛି।