ସେହିପରି ଆଜି ଭୁବନେଶ୍ବରରୁ 04 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଆଜିର ସୁସ୍ଥ ସଂଖ୍ୟାକୁ ମିଶାଇ ଭୁବନେଶ୍ବରରୁ ମୋଟ 31 ହଜାର 731 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସେହିପରି ଭୁବନେଶ୍ବରରୁ 84 ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଥିବା ବେଳେ 250 ଜଣଙ୍କର ମୃତ୍ୟୁ ହୋଇଛି। ଏନେଇ ଭୁବନେଶ୍ବର ମହାନଗର ନିଗମ ପକ୍ଷରୁ ସୂଚନା ମିଳିଛି।
ରାଜଧାନୀରୁ ଆଜି 09 ଜଣ କରୋନା ଆକ୍ରାନ୍ତ ଚିହ୍ନଟ, ସୁସ୍ଥ 04

ଭୁବନେଶ୍ବର: ରାଜଧାନୀରୁ ଆଜି 09 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। 09 ଜଣ ଆକ୍ରାନ୍ତଙ୍କ ମଧ୍ୟରୁ 02 ଜଣ କ୍ଵାରେଣ୍ଟାଇନରୁ ଚିହ୍ନଟ ହୋଇଥିବାବେଳେ 07 ଜଣ ସ୍ଥାନୀୟ ସଂକ୍ରମିତ ହୋଇଛନ୍ତି। ଆଜିର ଆକ୍ରାନ୍ତଙ୍କ ସଂଖ୍ୟାକୁ ମିଶାଇ ଭୁବନେଶ୍ବରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା 32ହଜାର 086କୁ ବୃଦ୍ଧି ହୋଇଛି।
Download Argus News App
