ଅଧିକ ପଢ଼ନ୍ତୁ ରାଶିଫଳ ଖବର:
ଅର୍ଗସ ବ୍ୟୁରୋ: ଆଜି ହେଉଛି ମହାବିଷୁବ ସଂକ୍ରାନ୍ତି। କେମିତି କଟିବ ଆଜି ଆପଣଙ୍କ ଦିନ। କଣ କହୁଛି ଆପଣଙ୍କ ରାଶିଫଳ ଜାଣନ୍ତୁ।
ମେଷ-
ସାମାନ୍ୟ ଶାରୀରିକ ଅସୁସ୍ଥି ଅନୁଭବ କରିବେ । କେତେକ ନୂତନ କାମର ପରିକଳ୍ପନା କରି ସଫଳତା ପ୍ରାପ୍ତ ହେବେ । ଯାନ୍ତ୍ରିକ ଶିଳ୍ପ ଓ ପରିବହନ କ୍ଷେତ୍ରରେ ଆଶାନୁରୂପ ଫଳ ପାଇ ଖୁସି ହେବେ । ସଭାସମିତିରେ ଯୋଗ ଦେଇ ଲାଭବାନ ହେବେ ଓ ସମ୍ମାନ,ପ୍ରତିଷ୍ଠା ପାଇବେ । ବନ୍ଧୁ ମାନଙ୍କ ସହିତ ହସ ଖୁସିରେ ସମୟ କଟାଇବେ
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - କିଛି ମିଠା ଖାଇ ଘରୁ ବାହାରନ୍ତୁ
ବୃଷ-
ପରିବାରରେ କିଛିଟା ଗୋଳମାଳିଆ ପରିସ୍ଥିତି ନୂତନ ସମସ୍ୟା ସୃଷ୍ଟି କରିବ । ବିବାଦ ଧୀରେ ଧୀରେ ସୁଧୁରିବ ଫଳରେ ଦାମ୍ପତ୍ୟ ଜୀବନରେ ସୁଖ ପାଇବେ । ଅଧ୍ୟୟନରେ ଭଲ ଫଳାଫଳ ପାଇବାର ସମ୍ଭାବନା ରହିବ । ଆପଣଙ୍କ ପାଇଁ ଟଙ୍କା ରୋଜଗାର କରିବାର ଅନେକ ସରଳ ଉପାୟ ମିଳିବ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମା ଲକ୍ଷ୍ମୀଙ୍କର ପୂଜାର୍ଚ୍ଚନା କରନ୍ତୁ
ମିଥୁନ-
ପାରିବାରିକ କ୍ଷେତ୍ରରେ କେତେକ ବ୍ୟତିକ୍ରମ ପରିଲକ୍ଷିତ ହେବ । ଚେଷ୍ଟା କରୁଥିବା କାମ ପ୍ରତିବନ୍ଧକ ମଧ୍ୟରେ ଅଟକି ରହିପାରେ । ଆପଣ ଅଧ୍ୟୟନ କରିବାକୁ ବହୁତ ଆଗ୍ରହୀ ହେବେ । ଆପଣଙ୍କ ସକାରତ୍ମକ ବିଚାରରେ ଲୋକ ପ୍ରଭାବିତ ହେବେ । କୋର୍ଟ ମାମଲାରେ ବିଜୟ ଲାଭ କରିବେ
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ତ୍ରିପୁରା ସିନ୍ଦରୀଙ୍କର ମନ୍ତ୍ର ପାଠ କରନ୍ତୁ
କର୍କଟ-
ବ୍ୟବସାୟରେ ଉନ୍ନତି ପରିଲକ୍ଷିତ ହେବ । ବେକାରୀଙ୍କୁ ଚାକିରିର ସୁଯୋଗ ଆସିପାରେ । ଅଫିସରେ ସହକର୍ମୀ ଆପଣଙ୍କୁ ସମ୍ମାନ କରିବେ । ମହତ୍ୱପୂର୍ଣ୍ଣ କଥା ଆଲୋଚନା କରିବେ । ଶତୃ ଯେତେ ସମସ୍ୟା ସୃଷ୍ଟି କରିବେ, ଆପଣଙ୍କର ସେତେ ଲାଭ ହେବ । ପରିବାର ଲୋକଙ୍କ ସହିତ ସାମାନ୍ୟ ବାଦ ବିବାଦ ହୋଇପାରେ
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଚନ୍ଦ୍ରଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
ସିଂହ-
ପରିବାରକୁ ଏକଜୁଟ ରଖିବା ପାଇଁ ସଫଳ ହେବେ । ନୂତନ ପ୍ରେମ ସମ୍ପର୍କରେ ଆବଦ୍ଧ ହୋଇପାରନ୍ତି । ଶିକ୍ଷା କ୍ଷେତ୍ରରେ ସରକାରୀ ପ୍ରୋତ୍ସାହନ ମିଳିପାରେ । ସମାଜରେ ଆପଣଙ୍କର ଲୋକ ପ୍ରିୟତା ବଢିବ । ସମ୍ପତି ବାଡିକୁ ନେଇ ଲାଗିଥିବା ଆୟନ ଗତ ଲଢେଇରେ ବିଜୟୀ ଲାଭର ଯଥେଷ୍ଟ ସମ୍ଭାବନା ଅଛି
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ମା ଭୂବନେଶୂରୀଙ୍କ ଗାୟିତ୍ରୀ ମନ୍ତ୍ର ପାଠ କରନ୍ତୁ
କନ୍ୟା-
ସ୍ୱାସ୍ଥ୍ୟ ଜନିତ ସମସ୍ୟା ଦେଖାଦେଇ ପାରେ । ନୂଆ ଘର ବା ଜମି କିଣିବାରେ ଦିନଟି ଶୁଭ ରହିବ । ବ୍ୟବସାୟରେ ଯୋଜନାବଦ୍ଧ ରୂପେ କାମ କରିବେ । କାର୍ୟ୍ୟକ୍ଷେତ୍ରରେ ଆମଦାନି ବୃଦ୍ଧିର ସୁଯୋଗ ପାଇବେ । ଅଚାନକ କୈାଣସି ପୁରୁଣା ବନ୍ଧୁ ଦେଖାହେବେ । ଆପଣଙ୍କୁ ନିଜ ପ୍ରତିଭାରୁ ଯଥେଷ୍ଟ ଲାଭ ମିଳିବ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ବୁଧାଙ୍କ ଗାୟତ୍ରୀ ମନ୍ତ୍ର ଜପ କରନ୍ତୁ
ତୁଳା-
ସମସ୍ତ ପରିବାର ସଦସ୍ୟ ଏକାଠି ମିଶି ଦୂର ସ୍ଥାନକୁ ଭ୍ରମଣରେ ଯାଇ ପାରନ୍ତି । ନକରାତ୍ମକ ଭାବନା ମସ୍ତିଷ୍କକୁ ଆସିବାକୁ ଦିଅନ୍ତୁ ନାହିଁ । ଅଦାଲତରେ ସଫଳତା ହାସଲ କରି ଆନନ୍ଦ ଅନୁଭବ କରିବେ । ଭଲ ଟଙ୍କା ରୋଜଗାର କରିବା ଆରମ୍ଭ କରିବା ସହିତ ଅନାବଶ୍ୟକ ଟଙ୍କା ଖର୍ଚ୍ଚ କରିବାରୁ ନିବୃତ୍ତ ରହିବେ
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମହାଲକ୍ଷ୍ମୀଙ୍କ ଅଷ୍ଟକ ପାଠ କରନ୍ତୁ
ବିଛା-
ସାଂସାରିକ ଦ୍ରବ୍ୟାଦି ଲାଭ କରିବେ । ପ୍ରେମ କ୍ଷେତ୍ରରେ ସନ୍ଦେହ ମନଭାବ ଦେଖାଦେବ । ସାମାଜିକ ସହଯୋଗ ଲାଭ କରିବେ । ଛାତ୍ରମାନେ ଏକାଗ୍ରତାର ସହ ପଢାରେ ମନ ଲଗାଇବେ । ଅଯଥା କଥା ଠାରୁ ନିଜକୁ ଦୂରରେ ରଖନ୍ତୁ । ଜମି ସମସ୍ୟା ସମାଧାନ ହେବ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ମା ଚର୍ଚ୍ଚିକାଙ୍କ ପୂଜା ପାଠ କରନ୍ତୁ
ଧନୁ-
ବ୍ୟବସାୟ-ବାଣିଜ୍ୟ କ୍ଷେତ୍ରରେ ଉଚ୍ଚ ଫଳ ପ୍ରାପ୍ତି ହୋଇପାରେ । କର୍ମକ୍ଷେତ୍ରରେ କର୍ମଚାରୀ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜି ପାରେ । ନାରୀମାନେ ଈର୍ଷାପରାୟଣ ରହିବେ । ରାଜନିତିରେ କାମ ଗୁଡିକୁ ସମ୍ପନ୍ନ କରିବେ । ଛାତ୍ରଛାତ୍ରି ପଢାରେ ଆଗେଇବା ପାଇଁ ଚେଷ୍ଟା କରିବେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଗୁରୁଙ୍କର ଗାୟତ୍ରୀ ପାଠ କରନ୍ତୁ
ମକର-
ସାମୟିକ ଭାବରେ ଶାରିରୀକ ଅସୁସ୍ଥତା ଦେଖା ଦେଇପାରେ । ଅସ୍ଥିରତା କାରଣରୁ କୈାଣସି କାର୍ୟ୍ୟକୁ ଠିକ ଭାବରେ କରିପାରିବେ ନାହିଁ । ଛାତ୍ର ମାନେ ମୈଳିକ ବୁ୍ଦ୍ଧିର ଉପଯୋଗ କରିବେ । ରାଜନୀତିରେ ବିରୋଧୀର ସମ୍ମୁଖୀନ ହେଲେ ମଧ୍ୟ ବିରୋଧି ପକ୍ଷ କିଛି କ୍ଷତି କରି ପାରିବେ ନାହିଁ
ଶୁଭ ରଙ୍ଗ - ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – କାଳିଙ୍କ ଯନ୍ତ୍ରିକା ମହା କବଚ ଧାରଣ କରନ୍ତୁ
କୁମ୍ଭ-
କୈାଣସି କାମ ସଂପୂର୍ଣ୍ଣ ହେବା ଯୋଗୁଁ ମନ ଖୁସି ରହିବ । ନୂତନ ପୋଷାକ ଅଳଙ୍କାର ନିଜପାଇଁ କିଣି ପାରନ୍ତି । ପାରିବାରିକ ଜୀବନ ଭୃତ୍ୟଲାଭ ଯୋଗ ରହିଛି । ପରିପ୍ରେକ୍ଷୀରେ ମିଥ୍ୟା ଭାଷଣରୁ ସମାଲୋଚନାର ପାତ୍ର ହେବାକୁ ପଡିପାରେ । ସରକାରୀ ସ୍ତରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଶନିଙ୍କର ଗାୟତ୍ରୀ ପାଠ କରନ୍ତୁ
ମୀନ-
ସାମାଜିକ ଆଦୃତି ମାଧ୍ୟମରେ ସୁଖ ସମ୍ମାନ ପ୍ରଦାନ କରିବେ । ଯାନବାହନ ଓ ଗୃହଭୂମି ଲାଭ ହୋଇପାରେ । ଆଶା ଓ ଆକାଂକ୍ଷାକୁ ପୂରଣ କରିବାରେ ସମର୍ଥ ହେବେ । ନିର୍ମାଣଧିନ ଗୃହ ପୂର୍ଣ୍ଣାଙ୍ଗ ଆରମ୍ଭ ହେବ । ମାଲିମକଦ୍ଦମାର ସମାଧାନ ହେବାର ସମ୍ଭାବନା ସୃଷ୍ଟି ହୋଇପାରେ । କ୍ରୀଡା କଳା ଓ ସାହିତ୍ୟ କ୍ଷେତ୍ରରେ ପ୍ରଶଂସିତ ହେବେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ହଳଦିଆ ରଙ୍ଗର ପୋଷାକ ବ୍ୟବହାର କରିବେ
ଅଧିକ ପଢ଼ନ୍ତୁ ରାଶିଫଳ ଖବର:
ଅର୍ଗସ ବ୍ୟୁରୋ: ମା'ଙ୍କୁ ହରାଇଛନ୍ତି କୋରିଓଗ୍ରାଫର-ନିର୍ଦ୍ଦେଶକ ଫାରହା ଖାନ। ଶୁକ୍ରବାର ତାଙ୍କ ମା' ମେନକା ଇରାନୀଙ୍କ ମୃତ୍ୟୁ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ବର୍ଷ ହୋଇଥିଲା। ଗତ କିଛିଦିନ ଧରି ସେ ଅସୁସ୍ଥ ଥିଲେ।
ଏବେ ତାଙ୍କ ନିଧନକୁ ନେଇ ଫାରହା ଏବଂ ତାଙ୍କ ଭାଇ ସାଜିଦ ଖାନ ସମ୍ପୂର୍ଣ୍ଣ ଭାଙ୍ଗିପଡ଼ିଛନ୍ତି। ଫାରହା ଏକ ପୋଷ୍ଟରେ ଲେଖିଛନ୍ତି ମୁଁ ମୋ ମା'ଙ୍କୁ ବହୁତ ଭଲ ପାଏ। ତୁମ କଥା ସବୁବେଳେ ମନେପଡ଼ିବ।
ଅଧିକ ପଢ଼ନ୍ତୁ ମନୋରଞ୍ଜନ ଖବର
ଅର୍ଗସ ବ୍ୟୁରୋ: ଦେଶଭକ୍ତିର କଲମରେ, ସାହସର ସ୍ୟାହିରେ ଲେଖାଯାଇଥିବା ପରାକ୍ରମର ଆଉ ଏକ ତାରିଖ ଜୁଲାଇ 26 । ଏବେ ବି ସାକ୍ଷୀ କାରଗିଲରେ ଦଣ୍ଡାୟମାନ ହୋଇ ରହିଥିବା ସେହିସବୁ ଗିରିଶୃଙ୍ଗ । ଯାହାକୁ ସେଦିନ ରକ୍ତରେ ଭିଜାଇ ତ୍ରିରଙ୍ଗାର ଟେକ ରଖିଥିଲେ ଶୌର୍ଯ୍ୟ, ସଂଗ୍ରାମର ତିଳକ ପିନ୍ଧିଥିବା ଭାରତୀୟ ସେନାର ବୀର ଯବାନ । ପାକିସ୍ତାନର ନାପାକ୍ ଷଡ଼ଯନ୍ତ୍ରକୁ ବୀରତ୍ବର ଥାପ୍ପଡ ଲଗାଇ, ସେନାମୁଖ୍ୟ ପରଭେଜ୍ ମୁଶାରଫ ଜିହାଦର ଜାମା ପିନ୍ଧାଇ ପଠାଇଥିବା ସୈନିକଙ୍କୁ କବର ଦେଇ ଇତିହାସରେ ନୂଆ ଏକ ଅଧ୍ୟାୟ ଲେଖିଥିଲା ଭୂତପୂର୍ବ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ନେତୃତ୍ବାଧୀନ ଭାରତ । ସେଥିପାଇଁ ପ୍ରତିବର୍ଷ ଜୁଲାଇ 26ରେ ପାଳନ ହେଉଛି ପରାକ୍ରମ ଦିବସ ।
ପରାକ୍ରମ ଦିବସ ଅବସରରେ ୧୯୯୯ର ସେହି ପରାକ୍ରମୀଙ୍କ ସ୍ମୃତି ଚାରଣ କରିଛନ୍ତି ପ୍ରଧାନମନ୍ତ୍ରୀ। ଯୁଦ୍ଧ ସ୍ମାରକୀସ୍ଥଳକୁ ଯାଇ ପ୍ରଧାନମନ୍ତ୍ରୀ କାରଗିଲ ଯୁଦ୍ଧରେ ପ୍ରାଣର ଆହୁତି ଦେଇଥିବା ଯବାନଙ୍କୁ ସାଲ୍ୟୁଟ୍ ଜଣାଇଛନ୍ତି । ଏଥିସହ ପାକିସ୍ତାନ ଉପରେ ଭୀଷଣ ବର୍ଷିଛନ୍ତି । ପାକିସ୍ତାନ ହେଉଛି ଆତଙ୍କୀଙ୍କ ଆଡ୍ଡା, ଲୁଚିଛପି ଭାରତ ଉପରେ ଆତଙ୍କୀ ଆକ୍ରମଣ କରିବାକୁ ଚେଷ୍ଟା କରି ବାରମ୍ବାର ବିଫଳ ହୋଇଛି । ସବୁ ଷଡ଼ଯନ୍ତ୍ରରେ ଫେଲ୍ ମାରିଥିଲେ ବି ନିଜ ଇତିହାସରୁ ପାକିସ୍ତାନ କିଛି ଶିଖିପାରିନି । ତେବେ ପାକିସ୍ତାନକୁ ସେନା ଦୃଢ଼ ଜବାବ ଦେଇ ଆସିଛି, ଆଗକୁ ବି ଦେଇ ଚାଲିବ କହି ସୀମା ଏପଟୁ ପାକିସ୍ତାନକୁ ଚରମବାଣୀ ଶୁଣାଇଛନ୍ତି ମୋଦି । କାରଗିଲ ଯୁଦ୍ଧର ସହିଦମାନଙ୍କ ପରିବାରକୁ ଭେଟି ବିଜୟ ଦିବସ ଅବସରରେ ଆଶ୍ବାସନା ଜଣାଇଛନ୍ତି ମୋଦି । ଏହି ଅବସରରେ ସାଂସ୍କୃତିକ କାର୍ଯ୍ୟକ୍ରମ ମାଧ୍ୟମରେ ବି ବୀରତ୍ବ ପ୍ରଦର୍ଶନ କରାଯାଇଛି ।
ଏପଟେ କାରଗିଲ୍ ଦିବସର ରଜତ ଜୟନ୍ତୀ ଅବସରରେ ଆଜି ନୂଆଦିଲ୍ଲୀରୁ ଥିରୁଅନନ୍ତପୁରମ, ଲକ୍ଷ୍ନୌରୁ କୋଲକାତା, ଭୋପାଳ, ଜୟପୁର, ଡେରାଡୁନ୍, ସବୁଠି ସହିଦମାନଙ୍କୁ ଦିଆଯାଇଛି ଶ୍ରଦ୍ଧାଞ୍ଜଳି । ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଆଜି ନୂଆଦିଲ୍ଲୀର ୱାର ମେମୋରିଆଲରେ ତିନି ସେନାମୁଖ୍ୟଙ୍କ ସହ ସହିଦଙ୍କୁ ଜଣାଇଛନ୍ତି ଶ୍ରଦ୍ଧାଞ୍ଜଳି ।
କାରଗିଲ୍ ସଂଗ୍ରାମରେ ଯୁଝି, ଦେଶମାତୃକା ପାଇଁ ଜୀବନ ଉତ୍ସର୍ଗ କରିଥିବା 13 ଜଣ ଓଡ଼ିଆଙ୍କ ବୀରତ୍ବଗାଥା ବି କିଛି କମ୍ ନୁହେଁ । କଟକ ନିଶ୍ଚିନ୍ତକୋଇଲି ବ୍ଲକ ଜନାର୍ଦ୍ଦନପୁର ଗାଁର ଗୋପୀନାଥ ମହାରଣାଙ୍କୁ ଝୁରୁଛି ଜନ୍ମମାଟି । ପ୍ରତିଦିନ ସହିଦ ଗୋପୀନାଥଙ୍କ ମାଆ ଗାଁରେ ଥିବା ତାଙ୍କର ଏହି ପ୍ରତିମୂର୍ତ୍ତି ପାଖକୁ ଆସି ଫୁଲ ଦେଲା ବେଳେ ଆଖିରେ ଲୁହ ଜକେଇ ହୋଇ ଯାଏ । ଆସ୍କା ମାଟିର ଗର୍ବ ଓ ଗୌରବ ତଥା କାରଗିଲ ଯୁଦ୍ଧରେ ସହିଦ ହୋଇଥିବା ଉମାକାନ୍ତ ପଟ୍ଟନାୟକଙ୍କୁ ବି ଝୁରି ହେଉଛନ୍ତି ପରିବାର ଲୋକେ ଓ ଅଞ୍ଚଳବାସୀ । ବିଜେପି ପକ୍ଷରୁ ମଧ୍ୟ ସାରା ରାଜ୍ୟରେ ପାଳନ କରାଯାଇଛି ସହିଦ ଦିବସ ।
60 ଦିନର ଲମ୍ବା ସଂଘର୍ଷ ପରେ ୧୮ ହଜାର ଫୁଟ୍ ଉଚ୍ଚରେ ଲୁଚି ରହିଥିବା ଶତ୍ରୁଙ୍କୁ ମାତ୍ ଦେଇ ବିଜୟ ଉଲ୍ଲାସ ପାଳିଥିଲା ସାରାଦେଶ । ହେଲେ ଏହା ପଛରେ ଥିଲା ୨୬ ଅଫିସର ଓ ୫୨୭ ଯବାନଙ୍କ ବଳିଦାନ।
ଅଧିକ ପଢ଼ନ୍ତୁ ଭାରତ ଖବର
ଅର୍ଗସ ବ୍ୟୁରୋ: ପ୍ରତୀକ୍ଷାର ଘଟିଛି ଅନ୍ତ। ବିଶ୍ବର ସବୁଠାରୁ ବଡ଼ କ୍ରୀଡା ମହାକୁମ୍ଭ, ପ୍ୟାରିସ୍ ଅଲିମ୍ପିକ୍ସ-୨୦୨୪ର ଆଜି ଶୁଭ ଉଦଘାଟନ। ଏହି ବିଶାଳ କ୍ରୀଡ଼ା ପ୍ରତିଯୋଗିତା ଯେମିତି ସ୍ବତନ୍ତ୍ର ,ଏହାର ଓପନିଙ୍ଗ ସେରିମନି ମଧ୍ୟ ଚଳିତ ଥର ହେବ ଅନନ୍ୟ।୧୮୯୬ରେ ଆରମ୍ଭ ହୋଇଥିବା ଏହି କ୍ରୀଡ଼ା ମହାକୁମ୍ଭର ଶୁଭ ଉଦଘାଟନୀ ପାଭିଲିୟନ ଭିତରେ ନହୋଇ ୧୨୮ ବର୍ଷର ଇତିହାସରେ ପ୍ରଥମ ଥର ଲାଗି ହେବ ପ୍ୟାରିସର ସିନ୍ ନଦୀ କୂଳରେ।
୩୩ତମ ଅଲିମ୍ପିକ୍ସ ଗେମକୁ ଅଭୁଲା ରଖିବା ପାଇଁ ଫ୍ରାନ୍ସ କରିଛି ସବୁ ପ୍ରକାର ତୟାରି। ୯୪ଟି ନୌକାରେ ସିନ୍ ନଦୀ କୂଳରେ ପ୍ୟାରେଡ଼ କରିବେ ୧୦ ହଜାର ୫୦୦ରୁ ଉର୍ଦ୍ଧ୍ବ ଆଥେଲିଟ୍ସ। ୨ ଘଣ୍ଟା ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ସେରିମନିରେ ୬ କିଲୋମିଟର ପର୍ଯ୍ୟନ୍ତ ପ୍ୟାରେଡ଼ ଅନୁଷ୍ଠିତ ହେବ। ଖେଳାଳି ପୁରା ସହର ବୁଲି ଟ୍ରୋକେଡାରୀ ଗାର୍ଡ଼େନ ପହଁଚିବା ପରେ ଆରମ୍ଭ ହେବ ଫାଇନାଲ୍ ଶୋ'। ଆଉ ଶୋ ଦେଖିବାକୁ ୩ ଲକ୍ଷରୁ ବି ଅଧିକ ଲୋକଙ୍କ ସମାଗମ ହେବା ସମ୍ଭାବନା।
ଅଲମ୍ପିକ ପ୍ୟାରେଡ଼ ଅଫ ନେସନ୍ସରେ ପ୍ରତିଥର ୫ଟି ସ୍ଥାନ ସ୍ଥିର ଥାଏ। ୧୮୯୬ରେ ମଡ଼ର୍ଣ୍ଣ ଅଲମ୍ପିକ୍ସର ଆରମ୍ଭ ୟୁନାନ ରୁ ହୋଇଥିବାରୁ ପ୍ୟାରେଡ଼ ଅଫ ନେସନ୍ସରେ ପ୍ରଥମ ସ୍ଥାନରେ ଗ୍ରୀସ୍ ରହିବ। ଏହାପରେ ଦ୍ବିତୀୟ ସ୍ଥାନରେ ଅଲମ୍ପିକର ରିଫ୍ୟୁଜି ଟିମ ରହିଥାଏ। ଭାରତର ଅଲମ୍ପିକ ଦଳ ୮୪ ନମ୍ବରରେ ରହିବ।
୧୧୭ ଜଣ ସଦସ୍ୟ ବିଶିଷ୍ଟ ଭାରତୀୟ ଅଲମ୍ପିକ ଦଳର ଫ୍ଲାଇଂ ବିଅରର ଷ୍ଟାର ସଟଲର୍ ପି ଭି ସିନ୍ଧୁ ଏବଂ ଟେବୁଲ ଟେନିସ୍ ଖେଳାଳି ଶରତ କମଳ ତ୍ରିରଙ୍ଗା ଧରି ଆଗରେ ଚାଲିବେ। ପି ଭି ସିନ୍ଧୁ ଭାରତୀୟ ଦଳର ଏକମାତ୍ର ମହିଳା ଖେଳାଳି ଯିଏକି ଦୁଇଥର ଅଲମ୍ପିକ ମେଡାଲ୍ ହାତେଇଛନ୍ତି। ଓପନିଙ୍ଗ ସେରିମନି ସ୍ଥାନୀୟ ସମୟ ୭ଟା ୩୦ ଏବଂ ଭାରତୀୟ ସମୟ ରାତି ୧୧ଟାରେ ଆରମ୍ଭ ହେବ।
ସେପଟେ ପ୍ୟାରିସ ଅଲିମ୍ପିକ୍ସରେ ଆରମ୍ଭରୁ ଭାରତୀୟ ମହିଳା ତୀରନ୍ଦାଜୀ ଦଳର କମାଲ ଦେଖିବାକୁ ମିଳିଛି । କ୍ୱାର୍ଟରରେ ପ୍ରବେଶ କରିଛି ଭାରତୀୟ ମହିଳା ତୀରନ୍ଦାଜୀ ଦଳ । ପ୍ରତିଯୋଗିତାରେ ଭାରତୀୟ ମହିଳା ଟିମ ରାଙ୍କିଙ୍ଗ ରାଉଣ୍ଡରେ ଦମଦାର ପ୍ରଦର୍ଶନ କରି ସିଧା କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛି। ରାଙ୍କିଙ୍ଗ ରାଉଣ୍ଡରେ ଭାରତୀୟ ଦଳ ୪ର୍ଥ ସ୍ଥାନରେ ନିଜର ଅଭିଯାନ ଶେଷ କରିଛି। ଭାରତୀୟ ଦଳରେ ଡେବ୍ୟୁଡାଣ୍ଟ ଅଙ୍କିତା ଭକତ, ଭଜନ କୌର ଓ ଦୀପିକା କୁମାରୀ ମିଳିତ ଭାବେ ୧୯୮୩ ପଏଣ୍ଟ ହାସଲ କରି କ୍ୱାର୍ଟର ଫାଇନାଲରେ ସ୍ଥାନ ପକ୍କା କରିଛନ୍ତି।
ଅଧିକ ପଢ଼ନ୍ତୁ କ୍ରୀଡ଼ା ଖବର