ବୃଷ-
ବ୍ୟବସାୟରେ ସଫଳତା ହାସଲ କରିପାରିବେ ଏବଂ ଏକ ଦୃଢ଼ ବୃତ୍ତି ଗଢ଼ି ପାରିବେ ।
ଦାମ୍ପତ୍ୟ ଜୀବନ ପୂର୍ବ ଅପେକ୍ଷା ଖୁବ୍ ଭଲ ରହିବ । କର୍ମ କ୍ଷେତ୍ରରେ ସାମାନ୍ୟ ବାଧା ଉପୁଜିଲେ ମଧ୍ୟ କାମ ଅଟକିବ ନାହିଁ। ରାଜନିତିରେ ମନ ଚାହୁଁଥିବା ପଦବୀ ମିଳିପାରେ । କୌଣସି ଶୁଭ ଖବର କିମ୍ବା ମୂଲ୍ୟବାନ୍ ଜିନିଷ ପ୍ରାପ୍ତିରେ ଆନନ୍ଦ ଅନୁଭବ କରିବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଦେବୀ ମନ୍ଦିରରେ ଅରୁଆ ଚାଉଳ ଦାନ କରନ୍ତୁ
ମିଥୁନ-
ଦାମ୍ପତ୍ୟ ଜୀବନରେ ସୈାହାର୍ଦ୍ଦ୍ୟ ବଢିପାରେ । ନିର୍ମାଣ କାର୍ୟ୍ୟରେ ଆଗେଇବେ, ଆଶା ବଢି ବଢି ଚାଲିବ । ରାଜନୈତିକ କ୍ଷେତ୍ରରେ ସମ୍ମାନ ଓ ସହଯୋଗ ମିଳିବ । ଗାଡି, ମଟର ଚଳାଇବା ସମୟରେ ସାବଧାନତା ଅବଲମ୍ବନ କରନ୍ତୁ ନ ହେଲେ ଅସୁବିଧାରେ ପଡିପାରନ୍ତି । ଖର୍ଚ୍ଚ ଉପରେ ଟିକେ ଧ୍ୟାନ ଦିଅନ୍ତୁ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ମା ତ୍ରିପୁରା ସୁନ୍ଦରୀଙ୍କ ମନ୍ତ୍ର ପାଠ କରନ୍ତୁ
କର୍କଟ
ନୂତନ କର୍ମ କ୍ଷେତ୍ରରେ ଯୋଗଦାନ ଦେଇପାରନ୍ତି । ରାଜନୀତିରେ ଯୋଗ୍ୟତା ଅନୁସାରେ ପଦବୀ ମିଳିପାରେ । ଶିକ୍ଷାର୍ଥୀ ମାନେ ବିଦ୍ୟାରେ ସଫଳତା ହାସଲ କରିବେ । କାର୍ୟ୍ୟ କ୍ଷେତ୍ରରେ ଆପଣଙ୍କର କାର୍ୟ୍ୟ ଉପରେ ଆଧାର କରି ଏକ ଭଲ ପଦୋନ୍ନତି ଏବଂ ବେତନ ବୃଦ୍ଧି ପାଇଁ ପାରନ୍ତି । ଯେକୌଣସି ପେଟ ସମସ୍ୟା ଅନୁଭବ କରିପାରନ୍ତି ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ବରଗଛ ମୂଳରେ କ୍ଷୀର ଢାଳି ଦିନ ଆରମ୍ଭ କରନ୍ତୁ
ସିଂହ-
କର୍ମକ୍ଷେତ୍ରରେ ଉଚ୍ଚ ଅଧିକାରୀଙ୍କ ସହଯୋଗରେ ସଫଳତା ମିଳିବ । ଛାତ୍ରଛାତ୍ରି ମାନେ ପ୍ରତିଯୋଗିତା ପରୀକ୍ଷାରେ ସଫଳତା ଲାଭ କରିବେ । ଅନ୍ଲାଇନ ବ୍ୟବସାୟ କରିବାକୁ ଭାବିବେ । ଶିକ୍ଷାର୍ଥୀ ମାନେ ଆତ୍ମ ନିର୍ଭରଶୀଳ ରହିବେ । ସରକାରୀ ସଂସ୍ଥା କାମରେ ସହଯୋଗ କରି ପାରନ୍ତି ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଶ୍ରୀ ମାତଙ୍ଗିଙ୍କ ଯନ୍ତ୍ର ମହାକବଚ ଧାରଣ କରନ୍ତୁ
କନ୍ୟା-
ବ୍ୟବସାୟକୁ ନେଇ ଭଲ ଚୁକ୍ତି ହେବାର ସମ୍ଭାବନା ରହିଛି । ପରିବାରରେ ହସଖୁସିର ବାତାବରଣ ରହିବ । କୈାଣସି କାମକୁ ନିର୍ଦ୍ଧାରିତ ସମୟ ମଧ୍ୟରେ ସାରିବେ । ନିଜ ଲୋକମାନେ ଈର୍ଷା ପରାୟଣ ହୋଇ ପରିସ୍ଥିତିକୁ ଭିନ୍ନ ରୂପ ଦେଇ ପାରନ୍ତି। ମନ୍ଥର ଗତିରେ ଆଜିର କାମଗୁଡ଼ିକ ସମାଧାନ ହୋଇପାରିବ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ତ୍ରିପୁରା ସୁନ୍ଦରୀଙ୍କର ମନ୍ତ୍ର ପାଠ କରନ୍ତୁ
ତୁଳା-
ପ୍ରେମ ଜୀବନ ମଧୁର ମୟ ରହିବ । ବ୍ୟବସାୟରେ ନୂଆ ପ୍ରସ୍ତାବ ଉପରେ ବିଚାର କରିବେ । ଚାକିରିରେ କୈାଶଳ କ୍ରମେ ନିଜର ସ୍ଥିତି ସୁଦଢୃ କରିବେ । ଆବଶ୍ୟକିୟ ଜିନିଷ ପାଇଁ ଅତ୍ୟଧିକ ବ୍ୟୟ କରିବାକୁ ପଡିପାରେ । ମାନ ମର୍ୟ୍ୟଦାରେ ଅଭିବୃଦ୍ଧି ଘଟିବ । ସୂର୍ଣ୍ଣଳଙ୍କାର କିଣି ଖୁସି ଅନୁଭବ କରିପାରନ୍ତି ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମହାଦେବଙ୍କ ଦର୍ଶନ ସହିତ ମନ୍ତ୍ର ଜପ କରନ୍ତୁ
ବିଛା-
ଶାରିରୀକ ଓ ମାନସିକ ସ୍ତରରେ ଉନ୍ନତି ଆସିବ । ନିଜର ମନ ଅନୁସାରେ କର୍ମ କ୍ଷେତ୍ରରେ ସ୍ୱାଧିନତା ପାଇବେ । ଅଫିସରେ ନୂଆ ସମ୍ପର୍କ ସୃଷ୍ଟି କରିବେ । ଏକ ନୂତନ ଘର କିମ୍ବା ଜମି ପ୍ଲଟ୍ କ୍ରୟ କରିପାରିବେ । ଆପଣଙ୍କର ଜ୍ଞାନକୁ ବିସ୍ତାର କରିବାକୁ ଚାହିଁବେ । ପ୍ରତ୍ୟେକ କ୍ଷେତ୍ରରେ ସତର୍କ ନ ହେଲେ ଠକାମିରେ ପଡ଼ିପାରନ୍ତି ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ମା ମଙ୍ଗଳାଙ୍କର ମନ୍ତ୍ର ପାଠ କରନ୍ତୁ
ଧନୁ-
ବାପା, ମାଙ୍କ ଆର୍ଶୀବାଦ ଲକ୍ଷ୍ୟ ସ୍ଥଳରେ ପହଞିବାରେ ସାହାର୍ୟ୍ୟ କରିବ । କବିଙ୍କର କୈାଣସି କବିତାରେ ପ୍ରଂଶସା ହୋଇପାରେ । ଚାକିରିରେ ଦୂର ଯାତ୍ରାର ସମ୍ଭାବନା ରହିଛି । ଆର୍ଥୀକ ସମସ୍ୟା କିଛି ମାତ୍ରାରେ ଲାଘବ ହେବ । ଅଜଣା ବ୍ୟକ୍ତିଙ୍କ ଉପରେ ଭରସା କରନ୍ତୁ ନାହିଁ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ମା ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
ମକର-
କର୍ମ କ୍ଷେତ୍ରରେ ସାହାର୍ୟ୍ୟ ପାଇବେ ଏବଂ ସାଂସାରିକ ଜୀବନ ସୁଖମୟ ହେବ । ଧାତୁଅଳଙ୍କାର କ୍ରୟ କରି ସାମୟିକ ଆତ୍ମତୃପ୍ତି ଅନୁଭବ କରିବାର ସୁଯୋଗ ପାଇବେ । ଗଣ ମାଧ୍ୟମରେ କର୍ମଚାରୀଙ୍କ ଲାଗି ଦିନଟି ଭଲ ରହିବ । ରାଜନୈତିକ କ୍ଷେତ୍ରରେ ସଫଳତା ପାଇବେ । ଇଲେକ୍ଟ୍ରୋନିକ ସାମଗ୍ରୀ କିଣି ପାରନ୍ତି ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଦକ୍ଷିଣକାଳିଙ୍କୁ ପୂଜା କରନ୍ତୁ
କୁମ୍ଭ-
ଆପଣଙ୍କ ସ୍ୱଭାବ ଟିକେ କୋମଳ କରନ୍ତୁ । ଭାଗ୍ୟର ସହଯୋଗରେ ପୂର୍ବରୁ ଚାଲିଥିବା ସମସ୍ୟାରୁ ମୁକ୍ତ ହେବେ । ଆର୍ଥିକ ସ୍ଥିତି ପୂର୍ବ ଅପେକ୍ଷା ଭଲ ରହିବ । ଛାତ୍ର ଛାତ୍ରୀ ମାନେ ମାନସିକ ସ୍ତରରେ ଖୁସି ରହିବେ । ବହୁ ଦିନର ମନସ୍କାମନା ପୂରଣ ହେବ । ବ୍ୟସ୍ତତା ଭିତରେ ସମୟ ବିତାଇବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଦକ୍ଷିଣ କାଳିଙ୍କ ମହାକବଚ ଧାରଣ କରନ୍ତୁ
ମୀନ-
ଭଲ କଥା କହି ବନ୍ଧୁ ମନରେ ବିଶ୍ୱାସ ଆଣିବେ । ସାମୟିକ ଭାବରେ ଶାରିରୀକ ଅସୁସ୍ଥତା ଦେଖା ଦେଇପାରେ । ପରିବହନ, ଓ ଶିଳ୍ପ କ୍ଷେତ୍ରରେ ଲାଭବାନ ହେବେ । ଚଳଚିତ୍ର ଓ ସଂଗୀତାଦି କ୍ଷେତ୍ରରେ ଜୟଯୁକ୍ତ ହୋଇପାରନ୍ତି । ଶିକ୍ଷା କ୍ଷେତ୍ରରେ ପରୀକ୍ଷାର ପରିଣାମ ଅନୁକୂଳ ହେବ । ପିଲାମାନଙ୍କ କାର୍ଯ୍ୟ କଳାପରେ ସନ୍ତୁଷ୍ଟି ଲାଭ କରିବେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ବୃହସ୍ପତିଙ୍କର ବିଗ୍ରହକୁ ପୂଜାର୍ଚ୍ଚନା କରନ୍ତୁ
ଅଧିକ ପଢନ୍ତୁ ରାଶିଫଳ ଖବର