୦୩. ମଙ୍ଗଳବାର
ମେଷ-
ଅଶ୍ୱନୀ- ସ୍ୱାସ୍ଥ୍ୟ ଉପରେ ନଜର ରଖିବାକୁ ହେବ। ପ୍ରେମ ଏବଂ ପରିବାରର ବିକାଶରେ ଆଗ୍ରହ ହରାଇବାର ସମ୍ଭାବନା ରହିିଛି । ବ୍ୟବସାୟରେ ଅନେକ ବାଧାବିଘ୍ନ ର ସମ୍ମୁଖୀନ ହେବା ପରେ ସଫଳତାପାଇବେ ।
ଦ୍ୱିଜା- ରାଜନୈତିକ କ୍ଷେତ୍ରରେ ବିବାଦିୟ ପରିସ୍ଥିତି ଦେଖାଦେଇ ପାରେ । ଆର୍ଥିକ ଦୃଷ୍ଟିରୁ, ଅଧିକ ଖର୍ଚ୍ଚର ସମ୍ମୁଖୀନ ହୋଇପାରନ୍ତି ।
କୃତିକା- କର୍ମ କ୍ଷେତ୍ରରେ ଅବାଞ୍ଛିତ ଉତ୍ତେଜନା ଏବଂ ଚିନ୍ତାର ସମ୍ମୁଖୀନ ହୋଇପାରନ୍ତି ।
ଛାତ୍ର ଛାତ୍ରୀ ମାନେ ନିଜ କ୍ୟାରିୟର କୁ ନେଇ ଚିନ୍ତିତ ରହିବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ପାରାକୁ ଚାଉଳ ଖାଇବାକୁ ଦିଅନ୍ତୁ
ବୃଷ-
କୃତିକା- କାମରେ ଆପଣଙ୍କର ଏକାଗ୍ରତା ବଜାୟ ରହିବ । ବ୍ୟବସାୟରେ ଉନ୍ନତି ହେବ । ପ୍ରିୟତମଙ୍କ ସହିତ ସମ୍ବନ୍ଧ ଭଲ ରହିବ ।
ରୋହିଣୀ- ଭାଗୀଦାରି ବ୍ୟବସାୟରେ ସମସ୍ୟା ଦେଖାଦେଇପାରେ । ଅଫିସ୍ରେ ସହକର୍ମୀ ଆପଣଙ୍କ ବିଚାର ଦ୍ୱାରା ପ୍ରଭାବିତ ହେବେ ।
ମୃଗଶିରା- ପରିବାରରେ ସମ୍ପତି ଜନିତ ବିବାଦ ସୃଷ୍ଟି ହୋଇପାରେ । ନୂତନ ବନ୍ଧୁ କରିବାରେ ସମର୍ଥ ହେବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଶ୍ୱେତଚନ୍ଦନ କର୍ପୂର ମିଶେଇ ମସ୍ତକରେ ଧାରଣ କରନ୍ତୁ
ମିଥୁନ-
ମୃଗଶିରା- ପ୍ରଭାବଶାଳୀ ଲୋକଙ୍କ ସହଯୋଗରେ ଆପଣଙ୍କର ଉତ୍ସାହ ଦ୍ୱିଗୁଣ ହେବ । ବାକିଥିବା କାମ ପୁରା ହୋଇଯିବ । ଜୀବନରେ ଲାଭର ଅବସର ମିଳିବ ।
ଆଦ୍ରା- ଅଫିସ୍ ତରଫରୁ ଦୂରଜାଗାକୁ ବୁଲିବା ପାଇଁ ଯିବେ । ବିରୋଧୀ ଆପଣଙ୍କୁ ବନ୍ଧୁତାର ହାତ ବଢାଇବେ ।ଯେଉଁ କାମ କରିବାପାଇଁ ଚାହୁଁଛନ୍ତି ତାହାକୁ ମନ ପ୍ରାଣଦେଇ କରନ୍ତୁ ।
ପୁନର୍ବସୁ- ସମ୍ପତି ବଢାଇବାର ଯୋଜନା ସଫଳ ହେବ । ରାଜେନୈତିକ ପରିସର ବୃଦ୍ଧି ହେବ । ସାମାଜିକ ମିଳାମିଶା ବଢିବ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ସବୁଜ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ
କର୍କଟ-
ପୁନର୍ବସୁ- ଜୀବନ ସାଥି କୈାଣସି କାରଣରୁ ଆପଣଙ୍କର ପ୍ରଂଶସା କରିବେ । ଭାବିଥିବା କାମ ନିଜ ଦକ୍ଷତା ବଳରେ ପୁରା କରିବେ ।
ପୁଷ୍ୟା- ବ୍ୟବସାୟରେ କଠିନ ପରିଶ୍ରମ କରି ସଫଳତା ପାଇପାରିବେ । ଛାତ୍ରଛାତ୍ରି ମାନେ ପାଠ ପଢାରେ ମନଯୋଗ ଦେବେ ।
ଅଶ୍ଳେଷା- କୌଣସି ନୂତନ ଯୋଜନା ଉପରେ କାର୍ୟ୍ୟ କରିବା ପୂର୍ବରୁ ଭଲ ଭାବରେ ବିଚାର କରି ନିଅନ୍ତୁ । ଅଜଥା ବିବାଦରେ ପାଦ ଦିଅନ୍ତୁ ନାହିଁ ଅସୁବିଧାରେ ପଡିପାରନ୍ତି ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ମିଠା ଦହି ଖାଇ ଘରୁ ବାହାରନ୍ତୁ
ସିଂହ-
ମଘା- ପାରିବାରିକ ସମସ୍ୟା ଥିଲେ ମଧ୍ୟ କୌଣସି କାମ ଅଟକିବ ନାହିଁ । ବ୍ୟବସାୟରେ ସମସ୍ୟା ବଢି ବଡ ଆକାର ଧାରଣ କରିବ ।
ପୂ- ଫାଲ୍ଗୁନୀ- କର୍ମ କ୍ଷେତ୍ରରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇ ନେବେ । ସମ୍ପର୍କିୟ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି ।
ଉ- ଫାଲ୍ଗୁନୀ- ଋଣ ଓ ପରୋକ୍ଷ ଶତୃତା ଯୋଗୁ ବ୍ୟସ୍ତ ରହିପାରନ୍ତି । ଛାତ୍ରଛାତ୍ରୀ ମାନେ ପାଠପଢାରେ ଉନ୍ନତି କରିବେ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ ଥୋଇ ପ୍ରଣାମ କରନ୍ତୁ
କନ୍ୟା-
ଉ- ଫାଲ୍ଗୁନୀ- ନିର୍ଦ୍ଧାରିତ ସମୟ ମଧ୍ୟରେ କାମ କରନ୍ତୁ ଆପଣଙ୍କୁ ଲାଭ ମିଳିବ । ଚାକିରିଆ ବ୍ୟକ୍ତି ନିଜର ବାଣୀ ଉପରେ ଧ୍ୟାନ ଦିଅନ୍ତୁ ।
ହସ୍ତା- ସାଧାରଣ କଥାକୁ ନେଇ ସହକର୍ମୀଙ୍କ ସହ କଳହ ହୋଇପାରେ । ନିଜ ମନ ପସନ୍ଦର ଜିନିଷଟି କିଣିବାରେ ସମର୍ଥ ହେବେ ।
ଚିତ୍ରା- ସଭା ସମିତିର ସମସ୍ୟା ସମାଧାନ ହେବ । କେତେକ କ୍ଷେତ୍ରରେ ସୁଯୋଗ ହରାଇବା ସକାଶେ ବ୍ୟଥିତ ହୋଇପାରନ୍ତି ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ
ତୁଳା-
ଚିତ୍ରା-ପ୍ରତିଟି କାମ ମନଦେଇ କଲେ ସଫଳତା ପାଇବେ । ଜୀବନସାଥୀଙ୍କ ବିଚାର ବୁଝିବାକୁ ଚେଷ୍ଟା କରନ୍ତୁ ।
ସ୍ୱାତୀ- ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ଧନ ଲାଭର ସୂଚନା ମିଳୁଛି । ବିଦ୍ୟାର୍ଥୀ କୌଣସି ପ୍ରତିଯୋଗିତାମୂଳକ ପରୀକ୍ଷା ପାଇଁ ଫର୍ମ ଭରିବେ ।
ବିଶାଖା- ଜ୍ୟୋତିଷ ବିଦ୍ୟା ପ୍ରତି ରୁଚି ରହିବ । ଏଭଳି ବ୍ୟକ୍ତିଙ୍କ ସହ ମିଶିବେ ଯିଏ ଆପଣଙ୍କ ନୂଆ କାମରେ ସାହାର୍ଯ୍ୟ କରିବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମହାଲକ୍ଷ୍ମୀଙ୍କ ପୂଜା ପାଠ କରନ୍ତୁ
ବିଛା-
ବିଶାଖା- ଆପଣଙ୍କର ଆର୍ଥିକ ସ୍ଥିତି ସୁଦୃଢ ରହିବ । ନିତିଦିନିଆ କାମ ସହଜରେ ପୂରା ହେବ । କାର୍ଯ୍ୟ କ୍ଷେତ୍ରରେ ଧନଲାଭର ନୁଆ ଉତ୍ସ ତଲାସ କରିବେ ।
ଅନୁରାଧା- ସଙ୍ଗୀତ କ୍ଷେତ୍ରରେ ଥିବା ଲୋକଙ୍କୁ ଭଲ ସୁଯୋଗ ମିଳିବ। ଆପଣ କରିଆସୁଥିବା ଉଦ୍ୟମରେ ସଫଳ ହେବେ । ଦୂରଯାତ୍ରା କରିବାର ସୁଯୋଗ ରହିଛି ।
ଜ୍ୟୋଷ୍ଠା- ସାମାଜିକ ସଂସ୍ଥାର କାମରେ ସହଯୋଗ କରିବେ । ପୂଜାର୍ଚ୍ଚନାରେ ଅଧିକ ସମୟ ଅତିବାହିତ କରିବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ହନୁମାନ ଚାଳିଶା ପାଠ କରନ୍ତୁ
ଧନୁ-
ମୂଳା- ଜୀବନସାଥୀଙ୍କ ସହଯୋଗ ରେ ଆଗକୁ ବଢିବାର ସୁଯୋଗ ପାଇବେ । ନୂଆ ବ୍ୟବସାୟ କରିବା ପାଇଁ ଚିନ୍ତା କରିପାରନ୍ତି ।
ପୂ, ଷାଢା- ଅଫିସ କାମ କରିବା ବେଳେ ମନକୁ ବିଭିନ୍ନ ଯୋଜନା ଆସିବ । ଘରୋଇ ଦାୟିତ୍ୱ ନେଇ ପରିବାର ଲୋକଙ୍କ ସହ କଥା ହେବେ ।
ଉ, ଷାଢା- ଘରକୁ ଅତିଥି ଆସି ପାରନ୍ତି । ରାଜନୀତି କରୁଥିବା ବ୍ୟକ୍ତି ସମ୍ମାନ ପାଇବେ । କୌଣସି କାରଣରୁ ମନ ଅଶାନ୍ତ ରହିବ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ହଳଦୀ ରଙ୍ଗର ପୋଷାକ ପିନ୍ଧନ୍ତୁ
ମକର
ଉ, ଷାଢା-ପୂର୍ବ ବୟବସାୟ ଚୁକ୍ତିରୁ ଆପଣଙ୍କୁ ଅଚାନକ ଲାଭ ହେବ । ପ୍ରେମିକ ପ୍ରେମିକାଙ୍କ ଲାଗି ଦିନଟି ଭଲ ଅଛି ।
ଶ୍ରବଣା- ସରକାରୀ କାମ ପୂରା କରିବାରେ ସମୟ ଲାଗିପାରେ । ଲୋକମାନଙ୍କୁ ସହଜରେ ନିଜ କଥାରେ ପ୍ରଭାବିତ କରିବେ। ଛାତ୍ରଛାତ୍ରୀଙ୍କ ପାଇଁ ଉତମ ଦିନଟିଏ ।
ଧନିଷ୍ଠା- ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତି ମାନ ସମ୍ମାନ ପାଇବେ। କେହି ଆପଣଙ୍କ ସହ ମିଶିବାକୁ ଚେଷ୍ଟା କରିପାରନ୍ତି। ନୂତନ ଦ୍ରବ୍ୟ କ୍ରୟ କରିପାରନ୍ତି ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଶନିଙ୍କର ଗାୟତ୍ରୀ ପାଠ କରନ୍ତୁ
କୁମ୍ଭ
ଧନିଷ୍ଠା- ବ୍ୟବସାୟରେ ଚୁକ୍ତି କରିବାକୁ ଯାଉଥିଲେ ଅଭିଜ୍ଞ ବ୍ୟକ୍ତିଙ୍କ ପରାମର୍ଶ ନିଅନ୍ତୁ । ଯେଉଁ କାମ ଆରମ୍ଭ କରିବେ ସେଥିରେ ସଫଳତା ମିଳିବ।
ଶତଭିଷା- ବଡ଼ କଂପାନିରୁ ଚାକିରି ପାଇଁ ଡାକରା ଆସିବ। ବିଜ୍ଞାନ ଛାତ୍ରଙ୍କ ଲାଗି ଦିନଟି ଭଲ। ଅଚାନକ ଧନଲାଭ ହେବ। ମାତାପିତାଙ୍କ ସହିତ ଅଧିକ ସମୟ ବିତାଇବେ ।
ପୂ, ଭାଦ୍ରପଦ- ବନ୍ଧୁ ସହ ସମ୍ବନ୍ଧ ପୂର୍ବ ଅପେକ୍ଷା ଭଲ ହେବ। ଚାକିରି ଖୋଜୁଥିବା ବ୍ୟକ୍ତି ବିଶେଷ ଶୁଭ ଖବର ପାଇବେ। ଆପଣଙ୍କ ବ୍ୟବହାର ଦ୍ବାରା ଲୋକମାନେ ପ୍ରଭାବିତ ହେବେ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ବିଷ୍ଣୁଙ୍କ ପାଖରେ ତୁଳସୀ ଅର୍ପଣ କରନ୍ତୁ
ମୀନ
ପୂ, ଭାଦ୍ରପଦ- ବ୍ୟବସାୟରେ ବାକି ପଡ଼ିଥିବା ଅର୍ଥ ପାଇବେ। ଦାମ୍ପତ୍ୟ ଜୀବନ ସଜାଡ଼ିବା ପାଇଁ ଜୀବନସାଥୀଙ୍କ ସହ କଥା ହେବେ। କର୍ମ କ୍ଷେତ୍ରରେ ଗୁପ୍ତ ଶତ୍ରୁ ବୃଦ୍ଧି ପାଇବେ ।
ଉ, ଭାଦ୍ରପଦ- ସାମାଜିକ ଗଣମାଧ୍ୟମରେ ଯାହାଙ୍କୁ ବନ୍ଧୁ ଭାବେ ଗ୍ରହଣ କରିବେ ତାଙ୍କ ସହ ବନ୍ଧୁତା ଦୀର୍ଘ ଦିନ ଧରି ରହିବ। ସରକାରୀ ଚାକିରିଆଙ୍କୁ ଭଲ କାମ ପାଇଁ ପ୍ରୋତ୍ସାହନ ମିଳିବ।
ରେବତୀ- ଆର୍ଥିକ ଅବସ୍ଥା ସୁଧୁରିବ। ନିଜ ଲୋକଙ୍କ ସହିତ କୌଣସି ବିବାଦ କରନ୍ତୁ ନାହିଁ । ଏଥିନେଇ ମାନସିକ ଅଶାନ୍ତି ଦେଖାଦେଇ ପାରେ । କଳହ ଠାରୁ ନିଜକୁ ଦୂରେଇ ରଖନ୍ତୁ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ପଶୁ,ପକ୍ଷୀ ମାନଙ୍କୁ କିଛି ଖାଇବାକୁ ଦିଅନ୍ତୁ ।
ଅଧିକ ପଢ଼ନ୍ତୁ ରାଶିଫଳ ଖବର: