୧୧. ସୋମବାର
ମେଷ-
ଅଶ୍ୱନୀ- ସ୍ୱାସ୍ଥ୍ୟ ଉପରେ ନଜର ରଖିବାକୁ ହେବ। ପ୍ରେମ ଏବଂ ପରିବାରର ବିକାଶରେ ଆଗ୍ରହ ହରାଇବାର ସମ୍ଭାବନା ରହିିଛି । ବ୍ୟବସାୟରେ ଅନେକ ବାଧାବିଘ୍ନ ର ସମ୍ମୁଖୀନ ହେବା ପରେ ସଫଳତାପାଇବେ ।
ଦ୍ୱିଜା- ରାଜନୈତିକ କ୍ଷେତ୍ରରେ ବିବାଦିୟ ପରିସ୍ଥିତି ଦେଖାଦେଇ ପାରେ । ଆର୍ଥିକ ଦୃଷ୍ଟିରୁ, ଅଧିକ ଖର୍ଚ୍ଚର ସମ୍ମୁଖୀନ ହୋଇପାରନ୍ତି ।
କୃତିକା- କର୍ମ କ୍ଷେତ୍ରରେ ଅବାଞ୍ଛିତ ଉତ୍ତେଜନା ଏବଂ ଚିନ୍ତାର ସମ୍ମୁଖୀନ ହୋଇପାରନ୍ତି ।
ଛାତ୍ର ଛାତ୍ରୀ ମାନେ ନିଜ କ୍ୟାରିୟର କୁ ନେଇ ଚିନ୍ତିତ ରହିବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ଦେବୀ ବଗଳାମୁଖିଙ୍କ ମନ୍ତ୍ର ପାଠ କରନ୍ତୁ
ବୃଷ-
କୃତିକା- ଗୃହରେ ଥିବା କଳହ , ପତିପତ୍ନୀ ମଧ୍ୟରେ ମତଭେଦ, ବିରୋଧଭାବ ଏବଂ ତିକ୍ତତା ଭାବର ସମାଧାନ ହେବ । ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ ।
ରୋହିଣୀ- ଚାକିରୀ କ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କ ସହିତ ବିରୋଧି ଭାବର ଅବସାନ ଘଟିବ । ଭାଗୀଦାରି ବ୍ୟବସାୟରେ ସମସ୍ୟା ଦେଖାଦେଇପାରେ । ମୃଗଶିରା- ପରିବାରରେ ସମ୍ପତି ଜନିତ ବିବାଦ ସୃଷ୍ଟି ହୋଇପାରେ । ନୂତନ ବନ୍ଧୁ କରିବାରେ ସମର୍ଥ ହେବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମହାଲକ୍ଷ୍ମୀଙ୍କର ମନ୍ତ୍ର ପାଠ କରନ୍ତୁ
ମିଥୁନ-
ମୃଗଶିରା- କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଅତ୍ୟନ୍ତ ଶୁଭଦାୟକ ହେବ । ବ୍ୟବସାୟୀ ମାନେ ଆବଶ୍ୟକତା ଠାରୁ ଅଧିକ ଆଦାନ ପ୍ରଦାନ କରି ଉଚିତ୍ ଲାଭ ପାଇବେ ।
ଆଦ୍ରା- ବିଦେଶ ଯାତ୍ରରେ ଲାଭବାନ୍ ହେବେ ଓ ସମସ୍ତ କାର୍ଯ୍ୟ ସହଜ ସରଳରେ ପୁରଣ କରିପାରିବେ । ରାଜନୀତିରେ ଲୋକ ସମର୍ଥନକୁ ଆଧାର କରି ବଳୀୟାନ ହେବେ ।
ପୁନର୍ବସୁ- ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତକାରରେ ବିଜୟୀ ହେବେ । ଅଧିକାରୀ ଙ୍କ ଠାରୁ ସହଯୋଗ ପାଇ କର୍ମ କ୍ଷେତ୍ରରେ ଉନ୍ନତି କରିପାରିବେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ଗଣେଷଙ୍କୁ ଦ୍ୱବ ଦାନ କରନ୍ତୁ
କର୍କଟ-
ପୁନର୍ବସୁ- କାର୍ଯ୍ୟ କ୍ଷେତ୍ରରେ ଶତୃମାନେ ପରାଜିତ ହେବେ । ଆର୍ଥିକ ସ୍ଥିତିରେ ଉନ୍ନତି ହେବାର ସମ୍ଭାବନା ଅଛି । ବନ୍ଧୁ ମିତ୍ରଙ୍କ ଆଗମନ ହେବ ଓ ବ୍ୟୟ ଅପେକ୍ଷା ଆୟ ଅଧିକ ହେବ ।
ପୁଷ୍ୟା- ରାଜନୀତିରେ ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବେ । କଳା ଓ କ୍ରୀଡା ସହିତ ଜଡିତ ଥିଲେ ପୁରସ୍କାର ପାଇପାରିବେ ।
ଅଶ୍ଳେଷା- ମାଲିମୋକଦ୍ଦମାରେ ଶୁଭ ଫଳ ପାଇବେ । ମନର ଭାବ କେହି ଠିକ୍ ଭାବରେ ବୁଝିପାରିବେ ନାହିଁ ତେଣୁ ବିଭିନ୍ନ ସମସ୍ୟା ମଧ୍ୟରେ ଗତି କରିପାରନ୍ତି ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର- ଶ୍ୱେତଚନ୍ଦନରେ କର୍ପୂର ମିଶେଇ ମସ୍ତକରେ ଧାରଣ କରନ୍ତୁ
ସିଂହ-
ମଘା- ପୁରୁଣା ମିତ୍ରଙ୍କ ସହିତ ଭେଟ ହେବା ଫଳରେ ପରିବାରର ପୁରୁଣା ସମସ୍ୟା ସମାଧାନ ହୋଇଯିବ । ସାମାଜିକ କାର୍ଯ୍ୟରେ ଅଧିକ ସମୟ ବିତେଇ ପ୍ରଶଂସା ପାଇବେ ।
ପୂ- ଫାଲ୍ଗୁନୀ- ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବା ଫଳରେ ନୂତନ ପନ୍ଥା ଅନୁସରଣ କରିବେ । କର୍ମରେ କୌଣସି ଆଶ୍ଚର୍ଯ୍ୟ ଜନକ କଥା ଶୁଣି ଚକିତ ହେବେ ।
ଉ- ଫାଲ୍ଗୁନୀ- ବିଚାର ବିଭାଗର ରାୟ ସପକ୍ଷରେ ଯିବ । ଜମି ବାଡି କୁ ନେଇ ଅଟିକି ଥିବା କାର୍ଯ୍ୟ ପୁରା ହେବ । ରାଜନିତିରେ ବିଭିନ୍ନ ସମସ୍ୟା ମଧ୍ୟରେ ଗତି କରିବେ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଶ୍ରୀ ବିଷ୍ଣୁଙ୍କ ଉପାସନା କରନ୍ତୁ
କନ୍ୟା-
ଉ- ଫାଲ୍ଗୁନୀ- ବ୍ୟବସାୟରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ । ମିତ୍ର ସହଯୋଗୀଙ୍କ ଦ୍ୱାରା ଆଶାତୀତ ଲାଭ ପାଇବେ । ଅଟକି ଥିବା ଧନ ମିଳିବାରୁ ଖୁସି ହେବେ ।
ହସ୍ତା- ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ । ଶିକ୍ଷାର୍ଥୀ ମାନେ ଅଧ୍ୟୟନରେ ମନ ନିବେଶ କରିବେ ଓ ପ୍ରତିଦ୍ୱନ୍ଦିତା ପରୀକ୍ଷାରେ ସଫଳତା ପାଇବେ ।
ଚିତ୍ରା- ଜମିବାଡି ଜନିତ କେତେକ ସମସ୍ୟାର ସମାଧାନ ସମାଧାନ ହେବ । ଆତ୍ମ ବିଶ୍ୱାସ ଓ ଦୃଢତା ଯୋଗେ ସମ୍ମାନର ଅଧିକାରୀ ହୋଇପାରିବେ । ସାମାନ୍ୟ କଥାରେ ଅଯଥା ତର୍କ ନ କରି ଶାନ୍ତ ରହିବା ଉଚିତ୍
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ତୁଳସୀ ଚଉରା ମୂଳେ ଜଳ ଅର୍ପଣ କରନ୍ତୁ
ତୁଳା-
ଚିତ୍ରା- ବ୍ୟବସାୟ ବାଣିଜ୍ୟ ସମ୍ପର୍କୀୟ କୌଣସି ଘଟଣା ଯୋଗୁ ବିଶେଷ ବ୍ୟସ୍ତ ରହିବେ । ଆପଣା ଲୋକଙ୍କ ମଧ୍ୟରୁ କେହି କ୍ଷତି କରିବାକୁ ଚେଷ୍ଟା କରିପାରନ୍ତି ।
ସ୍ୱାତୀ- ରାଜନୈତିକ କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା, ପଦୋନ୍ନତି ଭଳି ମର୍ଯ୍ୟଦା ପ୍ରାପ୍ତିହେବ । ପୁରୁଣା ପ୍ରାପ୍ୟ ମଧ୍ୟ ଆଦାୟ ହେବ । କାର୍ଯ୍ୟ କ୍ଷେତ୍ରରେ ବନ୍ଧୁ ମାନଙ୍କ ଦ୍ୱାରା ଲାଭବାନ ହେବେ ।
ବିଶାଖା- ଖାଦ୍ୟପେୟ ପ୍ରତି ବିଶେଷ ଧ୍ୟାନ ଦିଅନ୍ତୁ । ମୂଲ୍ୟବାନ୍ ଜିନିଷ ହଜି ଯିବାର ସମ୍ଭାବନା ରହିଛି । ଅଭାବ ଅନଟନ ପାଇଁ ବ୍ୟୟ ସଙ୍କୋଚନ ହେବ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଦେବୀ ମନ୍ଦିରରେ ଦାନ କରନ୍ତୁ
ବିଛା-
ବିଶାଖା- ନିଜର ଆଚାର ବ୍ୟବହାରରେ ସନ୍ତୋଷ ହୋଇ ଉଚ୍ଚ ଶିକ୍ଷା କ୍ଷେତ୍ରକୁ ମୁହାଁଇ ପାରିବେ । ପରିବାରରେ ସୁସ୍ଥ ବାତାବରଣ ଦେଖା ଦେବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ ।
ଅନୁରାଧା- ରାଜନୈତିକ କ୍ଷେତ୍ରରେ ଶତୃମାନେ ଦୁର୍ବଳ ହେବେ । ଅନେକ ପ୍ରକାର ସୁବିଧା ସୁଯୋଗ ପାଇବା ଫଳରେ ଆଶା ପୂରଣ ହେବାର ରାସ୍ତା ଖୋଲିଯିବ ।
ଜ୍ୟୋଷ୍ଠା- ପ୍ରେମୀଯୁଗଳ ମାନେ କ୍ରୋଧକୁ ନିୟନ୍ତ୍ରଣରେ ନ ରଖିଲେ କ୍ଷତି ସହିବେ । ଗଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ । ସ୍ୱାସ୍ଥ୍ୟ ପାଇଁ ସତର୍କ ରହିବା ଉଚିତ୍ ।
ଶୁଭ ରଙ୍ଗ - ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ
ଧନୁ-
ମୂଳା- ବ୍ୟବସାୟରେ ଉନ୍ନତି ଓ ଅଗ୍ରଗତିର ସୁଯୋଗ ପାଇବେ । ପରିବାରିକ କ୍ଷେତ୍ରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ । ପତିପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ।
ପୂ, ଷାଢା- ରାଜନୀତିରେ ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୂତ ହେବ । ଉଚ୍ଚଶିକ୍ଷା ଅଧ୍ୟୟନ ପାଇଁ ବାହ୍ୟ ଦେଶକୁ ଯାତ୍ରା କରିବାର ସୁଯୋଗ ପାଇ ପାରନ୍ତି ।
ଉ, ଷାଢା- ଅଫିସ୍ ପରିସ୍ଥିତି ଯେତେ ଜଟିଳ ଥିଲେ ମଧ୍ୟ ସମାଧାନ କରି ପ୍ରଶଂସିତ ହେବେ । ମିତ୍ରଙ୍କର ସାହାର୍ଯ୍ୟ ପାଇ ସମ୍ପତ୍ତି ଲାଭ ହେବ । ଆର୍ଥିକ ସ୍ଥିତି ସୁଧାରିବାକୁ ଚେଷ୍ଟା କରିବେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର- ପାଣିରେ ହଳଦୀ ଟିକେ ମିଶାଇ ଗାଧାନ୍ତୁ ।
ମକର
ଉ, ଷାଢା- ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ । ଭଗୀଦାରୀ ବ୍ୟବସାୟରେ ପ୍ରଚୁର ଲାଭ ପାଇବେ ।
ଶ୍ରବଣା- ରାଜନୈତିକ କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ । ନିଜର ବ୍ୟବହାର ସନ୍ତୋଷ ଜନକ ହେବା ଦ୍ୱାରା ଗୁରୁଜନଙ୍କ ବିଶ୍ୱାସ ଭାଜନ ହେବେ ।
ଧନିଷ୍ଠା- ପ୍ରିୟଜନ ମାନଙ୍କୁ ଆର୍ଥିକ ସାହାର୍ଯ୍ୟ ସହଯୋଗ କରିବା ଦ୍ୱାରା ପ୍ରଶଂସିତ ହେବେ । ସମ୍ପତି ବାଡିକୁ ନେଇ ଲାଗିଥିବା ଆୟନ ଗତ ଲଢେଇରେ ବିଜୟୀ ଲାଭର ଯଥେଷ୍ଟ ସମ୍ଭାବନା ଅଛି
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ମା ଶାରଳାଙ୍କ ଆରଧନା କରନ୍ତୁ
କୁମ୍ଭ
ଧନିଷ୍ଠା- ନିଜର ଇଛା ବିରୋଧରେ କାମ କଲେ ଅସୁବିଧାରେ ପଡିପାରନ୍ତି । ପରିବାରରେ ସୁଖ ଶାନ୍ତି ଦେଖାଦେବ । ଧାର୍ମିକ କାର୍ଯ୍ୟ ପ୍ରତି ଆଗ୍ରହୀ ହେବେ ।
ଶତଭିଷା- ରାଜନୀତିରେ ଯଶମାନ ବୃଦ୍ଧି ହେବ । ବିଭିନ୍ନ ବିଭାଗୀୟ ପରୀକ୍ଷା ଦେବାର ସୁଯୋଗ ପାଇବେ । ଶିକ୍ଷା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ । ପ୍ରେମ ପ୍ରସଙ୍ଗରେ ସଫଳତା ମିଳିବ ।
ପୂ, ଭାଦ୍ରପଦ- ସମ୍ପତ୍ତି ସମ୍ବନ୍ଧୀୟ ମାମଲାରେ ଲଢିପାରନ୍ତି । ମାନସିକ ଦୁଶ୍ଚିନ୍ତା, ପୁରାତନ ରୋଗର ପ୍ରକୋପ ସହିତ ଉଦର ପୀଡା ଦେଖା ଦେଇପାରେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର- ତୁଳସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ
ମୀନ
ପୂ, ଭାଦ୍ରପଦ- କର୍ମାନୁଯାୟୀ ଫଳ ପ୍ରାପ୍ତି ହେତୁ କର୍ତ୍ତବ୍ୟ ପରାୟଣତା ରକ୍ଷା କରିପାରିବେ । ପରିବାରରେ ମାନ ମନାନ୍ତର ଦୂର ହେବ । ସରକାରୀ କର୍ମଚାରୀ କାର୍ଯ୍ୟ କ୍ଷେତ୍ରରେ ପଦୋନ୍ନତି ପାଇ ପାରନ୍ତି ।
ଉ, ଭାଦ୍ରପଦ- ସ୍ୱାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ । ବିଦ୍ୟାର୍ଥୀ ମାନେ ମିତ୍ରଙ୍କ ସାହାର୍ଯ୍ୟ ଦ୍ୱାରା କାର୍ଯ୍ୟ ହାସଲ କରିବେ । ରାଜନୀତି କ୍ଷେତ୍ରରେ ସଂଘର୍ଷ ଦ୍ୱାରା ସଫଳତା ମିଳିବ ।
ରେବତୀ- ପୈତୃକ ସମ୍ପତ୍ତି ର ସମସ୍ୟା ସମାଧାନ ହେବ । କୋର୍ଟ କଚେରୀ ମାମଲା ଓ ବାଦବିବାଦ ଆପଣଙ୍କ ସପକ୍ଷରେ ରହିବ । ଯୁବକ ଯୁବତୀ ମାନଙ୍କର ବିବାହ ପ୍ରସ୍ତାବ ମାନ ସମାଧାନ ହୋଇଯିବ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର- ପାଣିରେ ଗୋଟାଲୁଣ ମିଶାଇ ଘରକୁ ପୋଛି ଦିଅନ୍ତୁ
ଅଧିକ ପଢ଼ନ୍ତୁ ରାଶିଫଳ ଖବର: